Posted inRasifala

ରାଶିଫଳ: ସୋମବାର , ଡିସେମ୍ବର ୧୧ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତି ଅବସ୍ଥାନ କରି ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ଅଭିଳଷିତ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ସପ୍ତମସ୍ଥ ଶୁକ୍ର ବ୍ୟବସାୟିକ ସ୍ଥିତି, କ୍ରୀଡ଼ା, ଚଳଚ୍ଚିତ୍ର ଓ ଯାତ୍ରାରେ ସଫଳତା ପ୍ରଦାନ କରିବେ। ଶନିଙ୍କ ପ୍ରଭାବରେ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ।
ବୃଷ
ବୃଷ
ବୁଧଙ୍କ ସୁପ୍ରଭାବରୁ ବନ୍ଧୁଙ୍କ ଅର୍ଥ ସାହାଯ୍ୟ ଓ ବାଚନିକ ପ୍ରତିଶ୍ରୁତି କାର୍ଯ୍ୟକୁ ତ୍ୱରାନ୍ବିତ କରାଇବ। ଅନ୍ୟମାନଙ୍କ ଭୁଲ୍‌ ସକାଶେ ଦାୟୀ ହେବାକୁ ପଡିପାରେ। ପରିବାରର ଅଭାବ ପୂରଣ ଦିଗରେ ସହକର୍ମୀଙ୍କୁ ଅନୁରୋଧ କରିପାରନ୍ତି। ଆଶା କରିଥିବା ଦିଗରୁ ମୂଲ୍ୟବାନ ଜିନିଷ ପ୍ରାପ୍ତି ହେବ। ସାମାନ୍ୟ ଭୁଲରୁ କାମ ବିଶୃଙ୍ଖଳିତ ହୋଇପାରେ।
ମିଥୁନ
ମିଥୁନ
ବୃହସ୍ପତିଙ୍କ ଦୃଷ୍ଟିରେ ରାଶ୍ୟାଧିପତି କାମ ହାସଲ ସକାଶେ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ପ୍ରଦାନ କରିବେ। ଏପରିକି ପାଖ ପଡ଼ୋଶୀ ସହଯୋଗର ହାତ ବଢ଼ାଇ ପାରନ୍ତି। ପୁରାତନ ରୋଗର ପୀଡ଼ା କ୍ରମଶଃ ହ୍ରାସ ପାଇପାରେ। ବନ୍ଧୁଙ୍କ ସହାୟତାରେ ବକେୟା ଟଙ୍କା ପାଇବାର ଆଶା ଉଜ୍ଜ୍ୱଳତର ହେବ।
କର୍କଟ
କର୍କଟ
କୈାଣସି କାମ କରିସାରିବା ପରେ ଭଲମନ୍ଦର ବିଚାର କରି ଅସ୍ଥିର ରହିପାରନ୍ତି। ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ସହ ଯୋଗାଯୋଗ କରିବାକୁ ପଡ଼ିପାରେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ସି˚ହ
ସି˚ହ
କଥାବାର୍ତ୍ତାରେ ସଂଯମତା ଓ ଶାଳୀନତା ଅଭାବରୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଅର୍ଥ ସମ୍ପର୍କିତ ଝମେଲାରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ପାରିବାରିକ ସ୍ତରରେ ନକାରାମତ୍କ ଚିନ୍ତାଧାରା ଯୋଗୁ ଚିନ୍ତିତ ରହିପାରନ୍ତି। ସ୍ବାର୍ଥହାନି ଆଶଙ୍କାରେ ଆମତ୍ୀୟସ୍ବଜନ ଦୂରେଇ ଯିବାର ଆଶଙ୍କା ଉପୁଜିବ।
କନ୍ୟା
ଧନସ୍ଥାନସ୍ଥ ଶୁକ୍ର ହେତୁ ମନକୁ ପାଇଲା ଭଳି କଥା କହି କାମ ହାସଲ କରିପାରିବେ। କୈାଣସି ବ୍ୟକ୍ତି ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର ଯୋଜନା କରିପାରନ୍ତି। ଆଲୋଚନା କିମ୍ବା ସଭାସମିତିରେ ପାଣ୍ଡିତ୍ୟର ପରିପ୍ରକାଶ ଯୋଗୁ ସୁସମ୍ପର୍କ ସ୍ଥାପିତ ହେବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ତୁଳା
ତୁଳା
ଗତକାଲିର ଅସମ୍ପୂର୍ଣ୍ଣ ଘର କାମ ସାଙ୍ଗକୁ ଆଜିର ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ଲକ୍ଷ୍ୟ ହାସଲ କରିବେ। ଅନ୍ୟର ଅସୁବିଧା ଦୂର କରିବା ପାଇଁ ନିଜକୁ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରକାଶନ, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
ଆଜି କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଦ୍ୱିତୀୟସ୍ଥ ବୁଧଙ୍କ ହେତୁ ବ୍ୟବହାରରେ କଠୋରତା ପରିହାର କରିବା ଭଲ। କାମ ସୁବିଧାରେ ନ ହେବା କାରଣରୁ ମାନସିକ ବ୍ୟଥା ଅନୁଭବ କରିବେ। ମାଲି ମକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ କୃତକାର୍ଯ୍ୟ ହେବେ।
ଧନୁ
ଧନୁ
କାମରେ ତପତ୍ରତା ନ ଦେଖାଇଲେ ନିଜ ଲୋକଙ୍କଠାରୁ ଆସ୍ଥା ହରାଇ ବସିବେ। ଖର୍ଚ୍ଚ ପରିମାଣ ବୃଦ୍ଧିପାଇବା ହେତୁ ମନ ଆନମନା ହୋଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ, କିନ୍ତୁ ଏଥିପାଇଁ ବହୁତ ଝିନ୍‌ଝଟ୍‌ ହେବାକୁ ପଡ଼ିବ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ନାହିଁ। ଏଣେ ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆପଣଙ୍କ କାମ ହୋଇଯିବ। ଅଫିସିଆଲି କାମରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତାଜନିତ ମାନସିକ ଅସୁସ୍ଥି ଲାଭ କରିବେ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ବ୍ୟବସାୟ କିମ୍ବା ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ପିଠି ଥାପୁଡ଼େଇ କାମ ହାସଲ କରୁଥିଲେ ମଧ୍ୟ ଆଜି ତାହା କାମକୁ ଆସିବ ନାହିଁ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ, ଏଣୁ ସତର୍କତା ଅବଲମ୍ବନ କରିବା ଭଲ। ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ବୁଝାମଣା ଅଭାବରୁ ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?