Posted inRasifala

ରାଶିଫଳ: ଗୁରୁବାର , ଡିସେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ଅପରାହ୍ନରେ ପାଇବେ । ବିଳମ୍ବିତ ସମୟରେ ଲକ୍ଷ୍ୟସ୍ଥଳକୁ ଯିବା ସମ୍ଭବ ହୋଇପାରେ ।
ବୃଷ
ବୃଷ
ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ ।ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି । ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ମିଥୁନ
ମିଥୁନ
ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହି ସମ୍ପର୍କହାନି ଘଟାଇପାରନ୍ତି । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ ।ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ା
କର୍କଟ
କର୍କଟ
ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି ।
ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ । କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।
ସି˚ହ
ସି˚ହ
ବିଭିନ୍ନ ଯୋଜନା କରିବେ ସିନା କାର୍ଯ୍ୟତଃ ପାଦେ ମାତ୍ର ଆଗକୁ ଯାଇ ପାରିବେ ନାହିଁ । ଏଣେ ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ ରାସ୍ତା ଖୋଜି ପାଇ ପାରିବେ ନାହିଁ ।ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରିପାରନ୍ତି ମାତ୍ର ଫଳ ପାଇବେ ଓଲଟା। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
କନ୍ୟା
ଆଜି ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ ।ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି । କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ ।
ତୁଳା
ତୁଳା
ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ । ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ । ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟରୁ ତାହା ହୋଇଯିବ ।
ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନକରି ସଫଳ ହେବେ । ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ ।ଘରୋଇ ବ୍ୟାପାରରେ ପଡ଼ୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ  । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଆପଣଙ୍କ ଉଦ୍ଦେଶ୍ୟରେ ବନ୍ଧୁଙ୍କ ଟୁପ୍‌ଟାପ୍‌ କଥା ମନରେ ଛନକା ସୃଷ୍ଟିକରିବ  ।
ମକର
ମକର
ଆଜି ସକାଳୁ କୌଣସି ବ୍ୟକ୍ତିଠାରୁ କିଛି ଖବର ପାଇ ବିଚଳିତବୋଧ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି । ଶତ୍ରୁମାନେ ଚେଷ୍ଟା କରି ବିଭିନ୍ନ ଝମେଲା ସୃଷ୍ଟି କରିପାରନ୍ତି । ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ ।
କୁମ୍ଭ
କୁମ୍ଭ
ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି ।ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି । ପାରିବାରିକ ଅଶାନ୍ତି ଲାଗିରହିବା କାରଣରୁ ମନ ଅସ୍ଥିର ରହିବ ।
ମୀନମୀନ

କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ ।ପରିବାରରେ ପିଲାମାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ । ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri