Posted inRasifala

ରାଶିଫଳ: ଗୁରୁବାର , ଡିସେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ଅପରାହ୍ନରେ ପାଇବେ । ବିଳମ୍ବିତ ସମୟରେ ଲକ୍ଷ୍ୟସ୍ଥଳକୁ ଯିବା ସମ୍ଭବ ହୋଇପାରେ ।
ବୃଷ
ବୃଷ
ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ ।ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି । ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ମିଥୁନ
ମିଥୁନ
ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହି ସମ୍ପର୍କହାନି ଘଟାଇପାରନ୍ତି । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ ।ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ା
କର୍କଟ
କର୍କଟ
ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି ।
ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ । କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।
ସି˚ହ
ସି˚ହ
ବିଭିନ୍ନ ଯୋଜନା କରିବେ ସିନା କାର୍ଯ୍ୟତଃ ପାଦେ ମାତ୍ର ଆଗକୁ ଯାଇ ପାରିବେ ନାହିଁ । ଏଣେ ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ ରାସ୍ତା ଖୋଜି ପାଇ ପାରିବେ ନାହିଁ ।ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରିପାରନ୍ତି ମାତ୍ର ଫଳ ପାଇବେ ଓଲଟା। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
କନ୍ୟା
ଆଜି ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ ।ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି । କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ ।
ତୁଳା
ତୁଳା
ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ । ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ । ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟରୁ ତାହା ହୋଇଯିବ ।
ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନକରି ସଫଳ ହେବେ । ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ ।ଘରୋଇ ବ୍ୟାପାରରେ ପଡ଼ୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ  । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଆପଣଙ୍କ ଉଦ୍ଦେଶ୍ୟରେ ବନ୍ଧୁଙ୍କ ଟୁପ୍‌ଟାପ୍‌ କଥା ମନରେ ଛନକା ସୃଷ୍ଟିକରିବ  ।
ମକର
ମକର
ଆଜି ସକାଳୁ କୌଣସି ବ୍ୟକ୍ତିଠାରୁ କିଛି ଖବର ପାଇ ବିଚଳିତବୋଧ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି । ଶତ୍ରୁମାନେ ଚେଷ୍ଟା କରି ବିଭିନ୍ନ ଝମେଲା ସୃଷ୍ଟି କରିପାରନ୍ତି । ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ ।
କୁମ୍ଭ
କୁମ୍ଭ
ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି ।ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି । ପାରିବାରିକ ଅଶାନ୍ତି ଲାଗିରହିବା କାରଣରୁ ମନ ଅସ୍ଥିର ରହିବ ।
ମୀନମୀନ

କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ ।ପରିବାରରେ ପିଲାମାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ । ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri