Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଚନ୍ଦ୍ରମଙ୍ଗଳଙ୍କ ସଂଯୋଗରୁ ଭଲ ରହିବ। ଯାନବାହନ ଚଳାଚଳରେ, ଆଲୋଚନା କ୍ଷେତ୍ରରେ ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଆଇନ ଅଦାଲତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ବୃଷ
ବୃଷ
ଅଭାବ ଅସୁବିଧାବଶତଃ ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। ଅପ୍ରିୟ ସତ୍ୟ କହି ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣାର ଶିକାର ହେବେ। କୌଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଲେଖାପଢା, ସଭାସମିତିରେ ଧୀରମନ୍ଥର ଗତିରେ କାମ କରିବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଟିକିଏ ଧୈର୍ଯ୍ୟ ରହିପାରିଲେ କାର୍ଯ୍ୟସିଦ୍ଧି ଘଟିବ। ବନ୍ଧୁଙ୍କ ପରାମର୍ଶରେ ନୂତନ ଭାବେ କିଛିଟା ଆରମ୍ଭ କରି ଏକପ୍ରକାର ଆତ୍ମତୃପ୍ତି ଲାଭ କରିପାରନ୍ତି। ଅତିଥି ଚର୍ଚ୍ଚାକୁ ନେଇ ପରିବାର ଲୋକଙ୍କ ସହ ରହିବା ମୁସ୍କିଲ ହୋଇପାରେ। କ୍ରୀଡ଼ା, ଚଳଚ୍ଚିତ୍ର ଓ ସାହିତ୍ୟରେ ଉନ୍ନତି କରିବେ।
କର୍କଟ
କର୍କଟ
ଆଜି ଆପଣଙ୍କ ବନ୍ଧୁଙ୍କୁ ମାଧ୍ୟମ କରି ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କୌଣସି ମୂଲ୍ୟବାନ ଜିନିଷ କିଣାବିକାକୁ କେନ୍ଦ୍ରକରି ଟଣାଓଟରା ହୋଇପାରେ। ପରିବହନରେ ସମସ୍ୟା ରହିବ, କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ।
ସି˚ହ
ସି˚ହ
ଅନ୍ୟମାନଙ୍କ ଟେକାଟେକି କଥାରେ ଉତ୍‌ଫୁଲ୍ଲିତ ହୋଇ କାମ କଲେ ଅସୁବିଧାରେ ପଡ଼ିପାରନ୍ତି। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧା ଆଶାନୁରୂପ ଅବଶ୍ୟ ପାଇବେ। ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବାର ଆଶାକରି କେତେକାଂଶରେ ଆମତ୍ତୃପ୍ତି ଲାଭ କରିପାରନ୍ତି।
କନ୍ୟା
ପାରିବାରିକ କ୍ଷେତ୍ରରେ ଆପଣଙ୍କ ଭୁଲ୍‌ ନିଷ୍ପତ୍ତି ହିଁ ସମସ୍ୟାକୁ ବଢାଇ ଦେଇପାରେ। ପ୍ରିୟ ବ୍ୟକ୍ତିଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ଆପଣ ପାଟି ଖୋଲିଲେ ସହାୟତା କରିବେ। ପାରିପାର୍ଶ୍ୱିକ ଓ ପାରିବାରିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
ତୁଳା
ତୁଳା
ଅତୀତ ଘଟଣା, ଆର୍ଥିକ ଦୁରବସ୍ଥା ଓ ସାମାନ୍ୟ ଶାରୀରିକ ପୀଡା ରହିବ, କିନ୍ତୁ କାମ ଅଟକିବ ନାହିଁ। ଆକସ୍ମିକ ଭାବେ ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପାଖ ଲୋକଟିର କାର୍ଯ୍ୟକାଳପ ସନ୍ଦେହଜନକ ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ଅନ୍ୟମନସ୍କତାରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ସାମାଜିକ ସ୍ତରରେ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ରାଜନୀତି, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ଆଜି କର୍ମକ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ କାମ ହାସଲ କରିବାକୁ ପଡିବ। ଅନ୍ୟମାନଙ୍କ କଥାକୁ ସତ ମନେକରି ପଦାଧିକାରୀ ଆପଣଙ୍କ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି। ନୂତନ କାର୍ଯ୍ୟାରମ୍ଭରେ ପ୍ରତିବନ୍ଧକ ଯୋଗଁୁ ବିଶେଷ ଅଗ୍ରଗତି ହୋଇପାରିବ ନାହିଁ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି କିନ୍ତୁ କିଛି ଅସୁବିଧା ହେବନାହିଁ।
ମକର
ମକର
ସାଧାରଣ କଥାରେ ତର୍କବିତର୍କଜନିତ ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଶୁଭେଚ୍ଛୁଙ୍କ ସାନ୍ନିଧ୍ୟ ଲାଭକରି ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ହିତୈଷୀ କିମ୍ବା ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ।
କୁମ୍ଭ
କୁମ୍ଭ
ଆଜି ଦିନଟିରେ ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବ ନାହିଁ। ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ କର୍ମାରମ୍ଭ କରିପାରନ୍ତି। ସାମାଜିକ ସ୍ତରରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଅନ୍ୟର ଖଳ ବୁଦ୍ଧିରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ।
ମୀନମୀନ
ଆଜି ଆକସ୍ମିକ ଭାବରେ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ପଡୋଶୀ ନିଆଁରେ ଘିଅ ଢାଳିଲା ଭଳି କଥା କହି ପରିସ୍ଥିତିକୁ ବଢାଇ ଦେଇପାରନ୍ତି। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବାର ଆଶା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri