Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୨୩ ତାରିଖ– Daily Horoscope

ମେଷ
ଆଜି ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସରକାରୀ ଆଦେଶପ୍ରାପ୍ତ ହୋଇ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ସହ ଆମଦାନୀ କାରବାରରେ ଲାଭବାନ ହେବେ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ସମ୍ପର୍କୀୟଙ୍କ ଦ୍ୱାରା ଅପଯଶ ପାଇପାରନ୍ତି। ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ।
ମିଥୁନ
ମିଥୁନ
ଅଧସ୍ତନମାନଙ୍କ ସହାୟତାରେ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ନିକଟ ସମ୍ପର୍କୀୟଙ୍କ ସହଯୋଗରୁ ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହି ନ ପାରେ। କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିବ।
କର୍କଟ
କର୍କଟ
କର୍ମକ୍ଷେତ୍ରର ସଂକଟଜନକ ସ୍ଥିତିରେ ବନ୍ଧୁଙ୍କ ପରାମର୍ଶରୁ ସାନ୍ତ୍ୱନା ମିଳିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ସଭାସମିତିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ବନ୍ଧୁଙ୍କ ଫେରିବା ବାଟର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। ଚେଷ୍ଟାସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ଖୋଜୁଥିବା ଜିନିଷ ପାଇବେ କିନ୍ତୁ ସାମୟିକ ଅସ୍ଥିରତା ଲାଗି ରହିବ।
କନ୍ୟା
ଦୀର୍ଘଦିନ ହେଲା ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ତୁଳା
ତୁଳା
ଇଚ୍ଛାଥିଲେ ମଧ୍ୟ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିର୍ମାଣ କାର୍ଯ୍ୟରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। କଳା, ସାହିତ୍ୟରେ ଉନ୍ନତି କରିବା ସଙ୍ଗକୁ ପ୍ରଶଂସିତ ମଧ୍ୟ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ସାମାନ୍ୟ ଧୈର୍ଯ୍ୟଧାରଣ କଲେ ସମସ୍ୟାର ସରଳ ସମାଧାନ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସାମାଜିକ ସ୍ତରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ମଧ୍ୟାହ୍ନରେ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ।
ଧନୁ
ଧନୁ
ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସାମ୍ବାଦିକତା, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମକର
ମକର
ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍‌ ହେବେ। ପାରିବାରିକ କ୍ଷେତ୍ର ପୂର୍ବପରି ଅସ୍ଥିରତା ମଧ୍ୟରେ ରହିବ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଘଟିଯାଇଥିବା ଘଟଣା ସକାଶେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଅବଶ୍ୟ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।
ମୀନମୀନ
କେତେକ ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ। ଗୁରୁପାକ ଦ୍ରବ୍ୟ ଭୋଜନ ସ୍ବାସ୍ଥ୍ୟହାନିର ଆଶଙ୍କା ଦେଖାଦେବ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ  ମନରେ ସରସତା ରହିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri