Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ
ବିଭିନ୍ନ ସମସ୍ୟାରେ ଜଡ଼ିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିବେ । ବନ୍ଧୁଙ୍କ ସାହାଯ୍ୟରୁ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ଓ ପାରିବାରିକ ସମସ୍ୟା ସମାଧାନ ହେବ । ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ ମିଳନ ହେତୁ ଖୁସି ରହିବେ । ମନ ପସନ୍ଦର ଜିନିଷ ପାଇ ଆନନ୍ଦ ଅନୁଭବ କରିପାରନ୍ତି ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିଲେ ମଧ୍ୟ ବିଶେଷ କିଛି ଗୁରୁତର ହେବ ନାହିଁ । ପରିବାରରୁ ପୂର୍ଣ୍ଣ ସମର୍ଥନ ନ ପାଇଲେ ମଧ୍ୟ କର୍ମକ୍ଷେତ୍ରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ । ଦୀର୍ଘ ଦିନରୁ ରହିଥିବା ବିବାଦୀୟ ଘଟଣାର ଅବସାନ ଘଟିବ ।
ମିଥୁନ
ମିଥୁନ
ବନ୍ଧୁମାନଙ୍କ ଅନୁରୋଧ କ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପଡିବେ । ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ । ଆତ୍ମୀୟମାନେ ଅସହଯୋଗ କରିପାରନ୍ତି, ଯାହା କି ସାମୟିକ ସମସ୍ୟା ସୃଷ୍ଟି କରିପାରେ।
କର୍କଟ
କର୍କଟ
ଆପଣଙ୍କ ମୂଳ ଉଦ୍ଦେଶ୍ୟକୁ ନ ବୁଝି ନ ଶୁଝି କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । କିନ୍ତୁ କାର୍ଯ୍ୟକଳାପରେ କିଛି ତ୍ରୁଟିବିଚ୍ୟୁତି କାରଣରୁ ଲଘୁକ୍ରୋଧ ସମ୍ପର୍କ ହାନି କରିବ । ପରିବାର ଭିତରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ ।
ସି˚ହ
ସି˚ହ
ଅଧିକାଂଶ ସମୟରେ ମାନସିକ ଦୁଶ୍ଚିନ୍ତା ମନକୁ କବଳିତ କରି ରଖିବ । ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାର ସକାଶେ ବ୍ୟସ୍ତତା ବଢିଯିବ । ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
କନ୍ୟା
ଆଜି ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ ମାନସିକ ଅସ୍ଥିରତାର କାରଣ ପାଲଟିବ । କର୍ମକ୍ଷେତ୍ରରେ ସମସ୍ୟା ଲାଗିରହିବାରୁ ମନ ଭଲ ରହିବ ନାହିଁ । ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଭଲ ସମ୍ପର୍କ ରହିଥିବା ଆତ୍ମୀୟଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ ।
ତୁଳା
ତୁଳା
ନୂତନ ବନ୍ଧୁତ୍ୱ ଡୋରିରେ ବାନ୍ଧିହୋଇ ଜୀବନର ଏକ ନୂତନ ଅଧ୍ୟାୟକୁ ଆରମ୍ଭ କରିପାରନ୍ତି । ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପାରସ୍ପରିକ ଆଲୋଚନା କରିବା ଭଲ ହେବ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ସ୍ଥିରୀକୃତ ଗସ୍ତ କାର୍ଯ୍ୟକ୍ରମ ଆକସ୍ମିକ ଭାବେ ବାତିଲ ହୋଇପାରେ ।
ବିଛା
ବିଛା
ଏକାଧିକ କାମ ହାତକୁ ନେଇ କୌଣସିଟିକୁ ପୂର୍ଣ୍ଣାଙ୍ଗ କରିପାରିବେ ନାହିଁ । ଜମିଜମା କିମ୍ବା ଗୃହସୀମା ବିବାଦରୁ ସହସା ମୁକ୍ତି ମିଳିବ । ଆନୁଷ୍ଠାନିକ କାମରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡିପାରେ ।
ଧନୁ
ଧନୁ
ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ମାନସିକ ସ୍ଥିରତା ରକ୍ଷା କରିବାରେ ସମର୍ଥ ହେବ । ନିଜର ପୂର୍ବ ଦୈନନ୍ଦିନ ଜୀବନଚର୍ଯ୍ୟାକୁ ବଦଳାଇବାକୁ ବାଧ୍ୟ ହୋଇପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ ।
ମକର
ମକର
ବୈଷୟିକ ଉନ୍ନତି ସଙ୍ଗକୁ ଆଜି ଦିନରେ ଯେଉଁ କାମରେ ହାତ ଦେବେ ସଫଳତା ପାଇବେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମିତ୍ରଭଳି ଆଚରଣ କରିପାରନ୍ତି। ପ୍ରତ୍ୟୁଷ ଯାତ୍ରା, ଆଇନ, କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଶିଳ୍ପ, ବ୍ୟବସାୟରେ ପ୍ରତିବନ୍ଧକ ଦେଖାଦେଇପାରେ ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ନ ଚଳିଲେ ନିନ୍ଦା, ଅପମାନ ପାଇପାରନ୍ତି । ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ ।
ମୀନମୀନ
ଆପଣ ଯେଉଁ ଜିନିଷଟିକୁ ପାଇବାକୁ ଇଚ୍ଛା କରିଛନ୍ତି ତାହା ବିଳମ୍ବରେ ପାଇବେ । କର୍ମକ୍ଷେତ୍ରରେ ଟେନସନ୍ କମିଯିବ। ସହଯୋଗ ଭିତିରେ କାମ କଲେ ଉପକୃତ ହେବ । ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ନିକଟ ସମ୍ପର୍କୀୟଙ୍କ ଦ୍ୱାରା ମାନସିକ ଅଶାନ୍ତି ଦେଖାଦେଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri