Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଆପଣ ପାରିବାରିକ କ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ।ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ

ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଅତ୍ୟନ୍ତଖୁସୀ ହୋଇଯିବେ।ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡିପାରେ।ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ।

ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିଯାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଗତକାଲିର କଳିତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ।କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକ ମାନଙ୍କ ତରଫରୁ ସହଯୋଗ ପାଇବେ।ଅସ୍ବାଭାବିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ଏକପ୍ରକାର ଖୁସୀ ଅନୁଭବ କରିବେ।ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳତା ହାସଲ କରିପାରିବେ।ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ।କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ।ପରିବାରର ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ।ପାଖ,ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟି ସମ୍ପନ୍ନ କରିପାରିବେ ନିିଜ ପାଇଁ ସେତିକି କରିପାରିବେ ନାହିଁ।ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ।ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବନାହିଁ।
ବିଛା
ବିଛା
କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ।କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ।ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
ଧନୁ
ଧନୁ
ପାରିବାରିକ କଳହ, କଚେରି ମାମଲାର ଟେନ୍ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ।ପ୍ରକାଶନ, ପ୍ରଶାସନ,ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।ରାସ୍ତାରେ ଅପରିଚିତ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି।
ମକର
ମକର

ଶାରୀରିକ ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ।ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ।ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ବିଷୟ, ଛୋଟଜାତିର ବ୍ୟକ୍ତିଙ୍କ ସହ କଳହ, ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢିବ।

କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।ସାହିତ୍ୟ, ସାମ୍ବାଦିତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ

ଆଜି ପରିବାର କଥାନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି।ଶିଳ୍ପ, ପରିବହନ, ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ।ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri