Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଆପଣ ପାରିବାରିକ କ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ।ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ

ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଅତ୍ୟନ୍ତଖୁସୀ ହୋଇଯିବେ।ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡିପାରେ।ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ।

ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିଯାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଗତକାଲିର କଳିତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ।କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକ ମାନଙ୍କ ତରଫରୁ ସହଯୋଗ ପାଇବେ।ଅସ୍ବାଭାବିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ଏକପ୍ରକାର ଖୁସୀ ଅନୁଭବ କରିବେ।ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳତା ହାସଲ କରିପାରିବେ।ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ।କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ।ପରିବାରର ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ।ପାଖ,ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟି ସମ୍ପନ୍ନ କରିପାରିବେ ନିିଜ ପାଇଁ ସେତିକି କରିପାରିବେ ନାହିଁ।ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ।ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବନାହିଁ।
ବିଛା
ବିଛା
କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ।କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ।ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
ଧନୁ
ଧନୁ
ପାରିବାରିକ କଳହ, କଚେରି ମାମଲାର ଟେନ୍ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ।ପ୍ରକାଶନ, ପ୍ରଶାସନ,ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।ରାସ୍ତାରେ ଅପରିଚିତ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି।
ମକର
ମକର

ଶାରୀରିକ ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ।ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ।ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ବିଷୟ, ଛୋଟଜାତିର ବ୍ୟକ୍ତିଙ୍କ ସହ କଳହ, ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢିବ।

କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।ସାହିତ୍ୟ, ସାମ୍ବାଦିତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ

ଆଜି ପରିବାର କଥାନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି।ଶିଳ୍ପ, ପରିବହନ, ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ।ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri