Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଆଜିର ରବି ଓ ଚନ୍ଦ୍ରଙ୍କ ସ୍ଥିତି ପାରିବାରିକ ଖର୍ଚ୍ଚକୁ ବୃଦ୍ଧି କରିବା ସହ ସନ୍ତାନଙ୍କ ସମସ୍ୟା ବିଷୟରେ ଚିନ୍ତିତ କରାଇବ। ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ କରି ଖୁସି ହେବେ। ବନ୍ଧୁଙ୍କ ସହ ଆଲୋଚନା, ଯାନବାହନ, ପରିବହନ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେବ। ଅଶ୍ୱିନୀ ନକ୍ଷତ୍ର ଖଳଲୋକଙ୍କ କଥାକୁ ସତ୍ୟ ମଣି ଘର ଲୋକଙ୍କୁ ଭୁଲ୍‌ ବୁଝିବେ।
ବୃଷ
ବୃଷ
ଆକସ୍ମିକ କୌଣସି ଜିନିଷ କିମ୍ବା ଖବର ପାଇ ବିଶେଷ ଖୁସି ଅନୁଭବ କରିବେ। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ। ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବାରୁ ଆଶ୍ୱସ୍ତିି ଲାଭ କରିବେ। ମୃଗଶିରା ନକ୍ଷତ୍ର କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ହଡ଼ବଡ଼େଇ ଯାଇପାରନ୍ତି।
ମିଥୁନ
ମିଥୁନ
ଆଜି ପାରିବାରିକ ସ୍ଥିତି, ଗୁରୁତ୍ୱପୂର୍ଣ୍ଣ ଆଲୋଚନା, ଦୂରଯାତ୍ରା ସାଙ୍ଗକୁ ବ୍ୟବସାୟ ଦିଗଟି ଭଲ ରହିବ। ଆର୍ଦ୍ରା ନକ୍ଷତ୍ର ଯେଉଁ ବିଷୟରେ ଚିନ୍ତିତ ରହିଛନ୍ତି ତାହା ଅଚିରେ ସମାଧାନ ହେବ। ଦୀର୍ଘଦିନର ଆଶା ଫଳବତୀ ହେବାରେ ଅସୁବିଧା ରହିବ ନାହିଁ। କିନ୍ତୁ କେତେକ କ୍ଷେତ୍ରରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ।
କର୍କଟ
କର୍କଟ
ଆଜି ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବେନାହିଁ। ସାମାଜିକ ସ୍ତରରେ ପରିସ୍ଥିତି ବଦଳିିଯିବାରୁ ଖୁସି ଅନୁଭବ କରିବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ। ଅଶ୍ଳେଷା ନକ୍ଷତ୍ର ଲେଖାପଢ଼ା,ଆଲୋଚନା,ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥକରି ସଫଳତା ହାସଲକରିବେ। ପରିବାରରେ ମଘା ନକ୍ଷତ୍ର ଅଭିମାନକରି ରାଗରେ ଜରଜର ହୋଇପାରନ୍ତି।
କନ୍ୟା
ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶକରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ୍ଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ତୁଳା
ତୁଳା
ଆଜି ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବା ସହ ବନ୍ଧୁଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ବିଶାଖା ନକ୍ଷତ୍ର ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବିବା ଠିକ୍‌ ହେବନାହିଁ। ଆବଶ୍ୟକତା ପୂରଣ ସକାଶେ ପରପାଖରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା
ବିଛା
ପ୍ରତ୍ୟେକ କଥାରେ ଅତୀତକୁ ଖୋଜିବସିଲେ ଲାଭହେବନାହିଁ। ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ଆମତ୍ତୃପ୍ତି ଲାଭ କରିପାରନ୍ତି। ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବା ଯୋଗ ରହିଛି। ଅନୁରାଧା ନକ୍ଷତ୍ର ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ କାମ ହାସଲ କରିବେ।
ଧନୁ
ଧନୁ
ପାରିବାରିକ କଳହ, ଟଙ୍କା ପଇସାର ଦେଣନେଣ, କଚେରି ମାମଲାର ଟେନ୍‌ସନ ରହିପାରେ। ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ ଯାହା ବନ୍ଧୁଙ୍କ ମନକୁ ପାଇବ। ପ୍ରକାଶନ, ଏଜେନ୍ସିପ୍‌, ଗଣମାଧ୍ୟମ, ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇବେ। ପୂର୍ବାଷାଢ଼ା ନକ୍ଷତ୍ର ପାଇଁ ରାସ୍ତାରେ ଅପରିଚିତ ବ୍ୟକ୍ତି ଚିନ୍ତାର କାରଣ ହେବେ।
ମକର
ମକର
ଅନୁକୂଳତା ପ୍ରାପ୍ତହୋଇ କାର୍ଯ୍ୟସିଦ୍ଧି ସାଙ୍ଗକୁ ସମସ୍ୟାର ଦୂରୀକରଣ ଦିଗରେ ଯନତ୍ବାନ୍‌ ହେବେ। ଅଭାବବୋଧ ପ୍ରଭୃତି ବିଭିନ୍ନ ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିପାରେ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜିବାରେ ସମର୍ଥ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।
କୁମ୍ଭ
କୁମ୍ଭ
ଆଜି ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇ କୃତକାର୍ଯ୍ୟ ହେବେ। ଶତଭିଷା ନକ୍ଷତ୍ର ସକାଶେ ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା ଓ ରଚନାତ୍ମକ କାମରେ ପ୍ରଶଂସା ପାଇବେ। ବନ୍ଧୁଙ୍କ ସହ କଥା କଟା କଟି କାରଣରୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ିହେବ ନାହିଁ।
ମୀନମୀନ

ପରିବାରରୁ ଶ୍ରଦ୍ଧା, ବନ୍ଧୁଙ୍କ ଆଦର, ସମ୍ମାନନୀୟ ବ୍ୟକ୍ତିଙ୍କ ପ୍ରଶଂସାରେ ଉତ୍‌ଫୁଲ୍ଲ ହେବେ। ହିତୈଷୀଙ୍କ ଜରିଆରେ ଦୀର୍ଘଦିନରୁ ଖୋଜୁଥିବା ଜିନିଷଟି ପାଇ ଖୁସି ହେବେ। ଉତ୍ତରଭାଦ୍ରପଦ ନକ୍ଷତ୍ରର ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ଆନୁଷ୍ଠାନିକ କାମରେ ବ୍ୟସ୍ତ ସାଙ୍ଗକୁ ଆତ୍ମୀୟଙ୍କ ସହ କଳହ ସୃଷ୍ଟିହେବ।

 

👉 Follow Dharitri – The Largest & Most Trusted Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri