Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ
ମଙ୍ଗଳ ଓ ଶନି ନିଜ ନିଜ ଗୃହରେ ରହିଥିବାରୁ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସଭାସମିତିରେ ଉନ୍ନତ ମାନର ଆଲୋଚନା,ପାରିବାରିକ ସଦ୍‌ଭାବ ଉତ୍ସାହିତ କରିବ। ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା ଅଫିସ୍‌ର କାଯର୍‌ୟଗୁଡିକ ତ୍ୱରାନ୍ବିତ ହେବ।
ବୃଷ
ବୃଷ

ନୀଚସ୍ଥ ଚନ୍ଦ୍ର ପ୍ରଭାବରୁ ପରିବାରର ବାରଣ ନ ମାନି ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇ ସମାଲୋଚିତ ହେବେ। ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତିରୁ ଉପକୃତ ହେବେ। ଆନୁଷ୍ଠାନିକ କାମରେ ଟେନସନ୍‌ କିିଛି ମାତ୍ରାରେ ଲାଗି ରହିବ।

ମିଥୁନ
ମିଥୁନ
କେନ୍ଦ୍ରସ୍ଥ ବୁଧ ହେତୁ ଆଜି କୌଣସି ଆନୁଷ୍ଠାନିକ କାମରେ ନିଜକୁ ନିୟୋଜିତ କରିବାକୁ ପଡିପାରେ। ଘର କିମ୍ବା ଜମିଜମା,ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ସକାଶେ ମନ ବଳାଇବେ। ଆଜି ଯାହା କରିବେ ଅବଶ୍ୟ କ୍ଷତି ହେବନି, ମାତ୍ର ଏକ ସଂଘର୍ଷମୟ ପରିସ୍ଥିତିର ସାମନା କରିବାକୁ ପଡିବ।
କର୍କଟ
କର୍କଟ
ମଙ୍ଗଳ ଦୃଷ୍ଟ ଚନ୍ଦ୍ର ଜନିତ ପ୍ରତ୍ୟେକ କ୍ଷେତ୍ରରେ ଆଜି ଆପଣ ଦୃଢ ମନୋବଳ ନେଇ ଆଗକୁ ମାଡି ଚାଲିବେ। କିନ୍ତୁ ଆପଣଙ୍କ କାର୍ଯ୍ୟକଳାପରେ ସାମୟିକ ଅସନ୍ତୁଷ୍ଟ ହୋଇ ଖଳଲୋକମାନେ ପଛରେ ବହୁତ ସମାଲୋଚନା କରିପାରନ୍ତି। ଯାତ୍ରାକାଳରେ ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ବିଶୃଙ୍ଖଳାଜନିତ ଯୋଗୁ କାମଟି ବିଗିଡି ଯାଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ, ଯାହା କି ମନରେ ଦୁଶ୍ଚିନ୍ତା ସୃଷ୍ଟି କରିପାରେ। ପୂର୍ବାଫାଲଗୁନୀ ସକାଶେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବାରୁ ସାମୟିକ ଖୁସୀ ରହିବେ।
କନ୍ୟା
ଅଷ୍ଟମାଧିପତି ଧନାଧିପତିକୁ ଅବଲୋକନ କରୁଥିବାରୁ ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହେବେ। ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମଗୁଡିକ ଠିକ୍‌ ଭାବେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। ମୁହଁ ସମ୍ମୁଖରେ ମିଠା କଥା କହି ପରୋକ୍ଷ ଭାବରେ ଶତ୍ରୁତା କରୁଥିବା ଲୋକଙ୍କ ପ୍ରତି ସତର୍କ ରହିବା ଭଲ।
ତୁଳା
ତୁଳା
ଶୁକ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟଭିତ୍ତିକ କାମଗୁଡିକ ସୁରୁଖୁରୁରେ ହୋଇଯିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ।
ବିଛା
ବିଛା
ଦେବଗୁରୁଙ୍କ ପ୍ରଭାବରେ ଆପଣଙ୍କ ଆକର୍ଷଣୀୟ ବାକ୍‌ବିଳାସ ସାମାଜିକ ପ୍ରତିଷ୍ଠାର ମାଧ୍ୟମ ପାଲଟିଯିବ। କିନ୍ତୁ ଚନ୍ଦ୍ରଙ୍କ ଦୁର୍ବଳତା ଅପୂରଣୀୟ ଅଭିଳାଷଜନିତ ମାନସିକ ଦ୍ୱନ୍ଦ୍ୱ ମଧ୍ୟ ସୃଷ୍ଟି କରିବ। ସାଧାରଣ କଥାକୁ ନ ବୁଝି ମଧ୍ୟ ଘଟଣାକୁ ଅତିରଞ୍ଜିତ କରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ଶନିଦୃଷ୍ଟ ଚତୁର୍ଥଭାବ ପରିବାର, ବନ୍ଧୁସମ୍ପର୍କରେ ଫାଟ ସୃଷ୍ଟି କରିବାର ଆଶଙ୍କା ରହିଛି। ନିଜ ଲୋକ ମାନଙ୍କ ପରୋକ୍ଷ ଶତ୍ରୁତା ଭାବପ୍ରବଣତା ବୃଦ୍ଧି କରିବା ସହ ମାନସିକ ଅସ୍ଥିରତା ସୃଷ୍ଟି କରିବ। ଅଫିସରେ କାର୍ଯ୍ୟବ୍ୟସ୍ତତା ହେତୁ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଆଶା କରୁଥିବା ଶୁଭଖବର ପାଇ ଉଲ୍ଲସିତ ହେବେ।
ମକର
ମକର

ପାରିବାରିକ ସମସ୍ୟା ରହିଥିଲେ ମଧ୍ୟ ତାହା ନିୟନ୍ତ୍ରଣ ବାହାରକୁ ଯିବନାହିଁ। କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ। ଆଇନ ଅଦାଲତରୁ ସୁଫଳ ପାଇବେ ତଥାପି କେତେକାଂଶରେ ଅସ୍ଥିରତା ଲାଗି ରହିବ। ବ୍ୟବସାୟ ସହ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଖୁସୀ ରହିପାରନ୍ତି।

କୁମ୍ଭ
କୁମ୍ଭ
ଆଜି ଦିନ ମଧ୍ୟରେ ଯେଉଁଠି ଯାହା କହିବେ କିମ୍ବା କରିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବ। ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେକରିପାରନ୍ତି। ଚେଷ୍ଟା କରୁଥିବା କାମରେ ଆନୁଷଙ୍ଗିକ ସାହାଯ୍ୟ ନିଶ୍ଚିତ ପାଇପାରିବେ। ସଚେତନ ରହି ଯାହା କଲେ କିଛି ଅସୁବିଧା ହେବନାହିଁ।
ମୀନମୀନ

ପାପଗ୍ରହଯୁକ୍ତ ଚନ୍ଦ୍ର ଜନିତ ମାନସିକ ଅସ୍ଥିରତା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପରିବାରର ଖର୍ଚ୍ଚଭାର କ୍ରମଶଃ ବଢି ବଢି ଯିବା କାରଣରୁ ମନରେ ସରସତା ରହି ନ ପାରେ। କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri