Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
ଆଜିର ଶନି ଚନ୍ଦ୍ର ଯୋଗର ପ୍ରଭାବରେ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥହେବେ। ପୁନଶ୍ଚ ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେଇପାରେ। ପରିବାରର ଆବଶ୍ୟକତା ଉପଲବ୍ଧତ୍ ଅନୁଭବ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇବାର ସମ୍ଭାବନା ରହିଛି।
ବୃଷ
ବୃଷ
ଅନ୍ୟଗ୍ରହମାନଙ୍କ ସହ ମଙ୍ଗଳ ଆପଣଙ୍କୁ କାର୍ଯ୍ୟ ହାସଲରେ ସାହାଯ୍ୟ କରିବେ। କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବାରୁ ଖୁସୀ ହୋଇପାରନ୍ତି। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହୋଇପାରିବେ ।
ମିଥୁନ
ମିଥୁନ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଓ ସାହାଯ୍ୟ ସହଯୋଗ ମଧ୍ୟ ପାଇବେ। ସତର୍କରେ ନ ଚଳିଲେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବ୍ୟବସାୟ ବାଣିଜ୍ୟକ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। କୌଣସି ଜିନିଷଟି ପାଇଁ ସହକର୍ମୀ ମାନଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିବାର ସୂଚନା ରହିଛି।
କର୍କଟ
କର୍କଟ
ଦୀର୍ଘଦିନର ଆଶା ଫଳବତୀ ହେବାରୁ ମନ ପ୍ରଫୁଲ୍ଲ ହୋଇଯିବ। ବନ୍ଧୁଙ୍କ ନିକଟରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। କଠୋର ପରିଶ୍ରମଜନିତ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରି ଉପକୃତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ କାର୍ଯ୍ୟହାସଲ ପାଇଁ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ପ୍ରେମପ୍ରଣୟ କ୍ଷେତ୍ରରେ ସଫଳତା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ ଘଟଣା ଓ ମାଲିମକଦ୍ଦମା ସମାଧାନ ହୋଇଯିବ।
ତୁଳା
ତୁଳା
ଅନ୍ୟର ପ୍ରରୋଚନାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରିବାରୁ ବିରତ ରହିବା ଭଲ। ପାଖ,ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କାର୍ଯ୍ୟହାସଲ ପରିପ୍ରେକ୍ଷୀରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ପରିଜନମାନଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
କୌଣସି ଅତୀତ ଘଟଣାକୁ ନେଇ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ପୁଣି ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ହେତୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବାର ସୁଯୋଗ ମିଳିବ। ଅପରାହ୍ନରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ପ୍ରତ୍ୟେକ କ୍ଷେତ୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ମନ ଭଲ ନ ଥିବା କାରଣରୁ କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚମନୋଭାବସମ୍ପନ୍ନ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁ ପରିଜନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ରାଜନୈତିକ ସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ପରିବାରର ଆଲୋଚନାକ୍ରମେ ସୌଖୀନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇବେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri