Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
ଆଜିର ଶନି ଚନ୍ଦ୍ର ଯୋଗର ପ୍ରଭାବରେ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥହେବେ। ପୁନଶ୍ଚ ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେଇପାରେ। ପରିବାରର ଆବଶ୍ୟକତା ଉପଲବ୍ଧତ୍ ଅନୁଭବ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇବାର ସମ୍ଭାବନା ରହିଛି।
ବୃଷ
ବୃଷ
ଅନ୍ୟଗ୍ରହମାନଙ୍କ ସହ ମଙ୍ଗଳ ଆପଣଙ୍କୁ କାର୍ଯ୍ୟ ହାସଲରେ ସାହାଯ୍ୟ କରିବେ। କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବାରୁ ଖୁସୀ ହୋଇପାରନ୍ତି। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହୋଇପାରିବେ ।
ମିଥୁନ
ମିଥୁନ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଓ ସାହାଯ୍ୟ ସହଯୋଗ ମଧ୍ୟ ପାଇବେ। ସତର୍କରେ ନ ଚଳିଲେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବ୍ୟବସାୟ ବାଣିଜ୍ୟକ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। କୌଣସି ଜିନିଷଟି ପାଇଁ ସହକର୍ମୀ ମାନଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିବାର ସୂଚନା ରହିଛି।
କର୍କଟ
କର୍କଟ
ଦୀର୍ଘଦିନର ଆଶା ଫଳବତୀ ହେବାରୁ ମନ ପ୍ରଫୁଲ୍ଲ ହୋଇଯିବ। ବନ୍ଧୁଙ୍କ ନିକଟରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। କଠୋର ପରିଶ୍ରମଜନିତ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରି ଉପକୃତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ କାର୍ଯ୍ୟହାସଲ ପାଇଁ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ପ୍ରେମପ୍ରଣୟ କ୍ଷେତ୍ରରେ ସଫଳତା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ ଘଟଣା ଓ ମାଲିମକଦ୍ଦମା ସମାଧାନ ହୋଇଯିବ।
ତୁଳା
ତୁଳା
ଅନ୍ୟର ପ୍ରରୋଚନାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରିବାରୁ ବିରତ ରହିବା ଭଲ। ପାଖ,ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କାର୍ଯ୍ୟହାସଲ ପରିପ୍ରେକ୍ଷୀରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ପରିଜନମାନଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
କୌଣସି ଅତୀତ ଘଟଣାକୁ ନେଇ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ପୁଣି ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ହେତୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବାର ସୁଯୋଗ ମିଳିବ। ଅପରାହ୍ନରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ପ୍ରତ୍ୟେକ କ୍ଷେତ୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ମନ ଭଲ ନ ଥିବା କାରଣରୁ କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚମନୋଭାବସମ୍ପନ୍ନ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁ ପରିଜନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ରାଜନୈତିକ ସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ପରିବାରର ଆଲୋଚନାକ୍ରମେ ସୌଖୀନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇବେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri