Posted inRasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜିର ଗୁରୁଚାନ୍ଦ୍ରୀ ଯୋଗ ପାରିବାରିକ ଜୀବନକୁ ସରସ କରିବ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତରେ ପାଇବେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ଆସିପାରେ। ପଡ଼ୋଶୀଙ୍କ ସହ ଉଚିତ ବୁଝାମଣା କାରଣରୁ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ।
ବୃଷ
ବୃଷ
ଶୁକ୍ର ପ୍ରଭାବରେ ସ୍ବାସ୍ଥ୍ୟ ପୂର୍ବଭଳି ରହିଲେ ମଧ୍ୟ ସାମୟିକ ଦୁର୍ବଳତା କାର୍ଯ୍ୟକ୍ଷେତ୍ରକୁ ମନ୍ଥର କରିପାରେ। ଆପଣଙ୍କ କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରି ପଦସ୍ଥ ବ୍ୟକ୍ତିବିଶେଷ ସମ୍ବର୍ନ୍ଧିତ କରିପାରନ୍ତି। ସାମାଜିକ ସ୍ତରରେ ଅର୍ଥ ଓ ସମ୍ମାନ ପାଇବେ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ଆଶାଜନକ ସୁଫଳ ପାଇବେ।
ମିଥୁନ
ମିଥୁନ
ସ୍ବରାଶି ପ୍ରତି ରାଶ୍ୟାଧିପତିଙ୍କ ଦୃଷ୍ଟି ଉତ୍ତମ ସ୍ବାସ୍ଥ୍ୟ ଓ ଆର୍ଥିକ ସହାୟକ ହେବ। କାମ ବୃଦ୍ଧି କାରଣରୁ ଘରକଥା ବୁଝିବାକୁ ସମୟ ପାଇବେ ନାହିଁ। ସାମାଜିକ ସ୍ତରରେ ବନ୍ଧୁବର୍ଗଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିବେ। ପାରିବାରିକ ସମସ୍ୟାର ସମାଧାନ ହେଲେ ମଧ୍ୟ ରୋଗ, ଋଣ ଓ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
କର୍କଟ
କର୍କଟ
ଆଜି କର୍ମଭାବରେ ଗୁରୁ ଯୁକ୍ତ ଚନ୍ଦ୍ର ହେତୁ ସକାଳୁ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟରେ ଲକ୍ଷ୍ୟ ହାସଲ କରିବେ କିନ୍ତୁ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିବ। ମିଥ୍ୟା ଅଭିଯୋଗକୁ ବୁଝି ନ ପାରି ନିଜଲୋକଙ୍କ ଉପରେ ବିରକ୍ତ ହେବେ। ଅନିୟମିତ ଭୋଜନ କାରଣରୁ ପେଟ ଗୋଳମାଳ ଦେଖାଦେଇ ପାରେ।
ସି˚ହ
ସି˚ହ
ରବିଙ୍କ ଶୁଭତ୍ୱରୁ ନିକଟସ୍ଥ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗରୁ ଅଭିଳଷିତ ଫଳ ପାଇ ଖୁସି ହେବେ। ପଡ଼ୋଶୀଙ୍କ ସହ ଗୃହସୀମାକୁ କେନ୍ଦ୍ରକରି ବିବାଦ ବୃଦ୍ଧି ଆଶଙ୍କା ରହିଛି। ବାଣିଜ୍ୟ, ନିର୍ମାଣ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ହୋଇଯିବ। ପର କଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ।
କନ୍ୟା
ଅଷ୍ଟମସ୍ଥ ଚନ୍ଦ୍ର ହେତୁ ଆଜି ଯେତେ ଭଲ କାମ କଲେ ମଧ୍ୟ ନିନ୍ଦା ଶୁଣିବେ। ନିଜର ଚତୁଃପାର୍ଶ୍ୱରେ ଘଟିଯାଉଥିବା ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପରିବାରର ବରାଦ ଅନନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ସପ୍ତମସ୍ଥ ଶୁଭଗ୍ରହଜନିତ ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ।
ବିଛା
ବିଛା
କାମ ହାସଲ କରିବା ସକାଶେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି। କର୍ମାଧିପ ରାଶିସ୍ଥ ଯୋଗୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବା ସକାଶେ ଚେଷ୍ଟା କରି ସଫଳତା ହାସଲ କରିବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେ ନାହିଁ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ରାଶିସ୍ଥ ବୁଧ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଶାସ୍ତ୍ରାଧ୍ୟୟନ, ସାହିତ୍ୟ ଚର୍ଚ୍ଚା, ସଭାସମିତି, ବିତର୍କରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ମକର
ମକର
ଶନିଙ୍କ ନିଜ ରାଶିରେ ଦ୍ୱିତୀୟସ୍ଥ ହେତୁ ଅର୍ଥର ଅଭାବ ରହିବ ନାହିଁ। କର୍ମକ୍ଷେତ୍ରରେ କାମ ହାସଲ କରିବାର ସୁଯୋଗ ମଧ୍ୟ ପାଇପାରିବେ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ସମସ୍ୟା ସମାଧାନ ହୋଇଯିବ। କେହି ଜଣେ ବନ୍ଧୁ ମନଜାଣି ସାହାଯ୍ୟର ହାତ ବଢ଼ାଇବେ। ପିଲାମାନଙ୍କ ପାଠପଢ଼ାକୁ ନେଇ ସାମାନ୍ୟ ଚିନ୍ତିତ ରହିବେ।
କୁମ୍ଭ
କୁମ୍ଭ
ତୃତୀୟସ୍ଥ ଶୁଭ ଗ୍ରହ ଯୋଗୁ ଗତକାଲି ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ଠିକ୍‌ ହୋଇଯିବ। ତଥାପି କୌଣସି ସମସ୍ୟା ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଫେରିବା ବାଟରେ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବିଚଳିତବୋଧ କରିପାରନ୍ତି।
ମୀନମୀନ

କୌଣସି କାମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ବହୁତ ଭଲ ହେବ। ରେବତୀ ନକ୍ଷତ୍ର ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ତଥାପି ଅର୍ଥ ଲାଭ, କଳା, ସାହିତ୍ୟ, ଆଲୋଚନା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri