Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ
ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ଆନୁଷଙ୍ଗିକ ସୁବିଧା ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସମସ୍ୟା ବିଶେଷ ଭାବେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଅସାବଧାନତା କାରଣରୁ ଅର୍ଥହାନିର ସମ୍ଭାବନା ରହିଛି।
ବୃଷ
ବୃଷ
ବିଭିନ୍ନ ପ୍ରକାର ଝମେଲା ଭିତର ଦେଇ ଯିବାକୁ ପଡୁଥିବାରୁ ସମ୍ପୂର୍ଣ୍ଣଭାବେ ଶାନ୍ତି ଓ ସନ୍ତୋଷ ଆସିବ ନାହିଁ। ହାତକୁ ନେଇଥିବା କାମଟିକୁ କିପରି ଆରମ୍ଭ କରିବେ ଏହି ଚିନ୍ତାରେ ବ୍ୟସ୍ତ ରହିପାରନ୍ତି। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଭାରାକ୍ରାନ୍ତ ମନରେ ଦିନଟି କଟାଇବେ।
ମିଥୁନ
ମିଥୁନ
ମାନସିକ ଅସ୍ଥିରତା କାରଣରୁ କୌଣସି କାମରେ ମନ ଲାଗିବ ନାହିଁ। ଝଗଡ଼ା କରିବାକୁ ଚାହିଁବସିଥିବା ଲୋକଟିର ସାମ୍‌ନା କରିବା ପାଇଁ ଚିନ୍ତା ଲାଗି ରହିବ। ସରକାରୀସ୍ତରରେ ସବୁ ଘଟଣା ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାମୟିକ ବ୍ୟତିକ୍ରମ ଲାଗିରହିଲେ ମଧ୍ୟ ଯେଉଁ କାମଟି ହାତକୁ ନେଇଛନ୍ତି। ଗୁପ୍ତ ଶତ୍ରୁତା ଓ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସରକାରୀ ସ୍ତରରୁ ଋଣ ସୂତ୍ରରେ ଅର୍ଥଲାଭ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବହୁ ଦିନରୁ ରହିଆସିଥିବା ସମସ୍ୟା ଆଜି ଆକସ୍ମିକ ଭାବେ ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସେବା ଓ ସାହାଯ୍ୟ ଲାଭକରି ରୋଗୀ, ପଡ଼ୋଶୀ, ବନ୍ଧୁମାନେ କିମ୍ବା ସହଯାତ୍ରୀଟି ଆଜି ଖୁସି ହୋଇଯିବ। ବାଧାପ୍ରାପ୍ତ ପରିବହନରେ ଉନ୍ନତି ପରିଲକ୍ଷିତ ହେବ।
କନ୍ୟା
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ବନ୍ଧୁ ନିଜର ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଠିକ୍‌ ସମୟରେ ଆସିପାରିବେ। ଆର୍ଥିକ ଦିଗଟି ପୂର୍ବପରି ରହିବାରୁ ବିଶେଷ ଆନନ୍ଦ ଅନୁଭବ କରିବେ। ନିଜକୁ ପରିସ୍ଥିତି ଓ ପରିବେଶ ସହ ଖାପ ଖୁଆଇ ଚଳିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଆଜି ଆପଣଙ୍କ କୌଣସି କଥାରେ ଅଭାବ ରହିବ ନାହିଁ କିମ୍ବା କୌଣସି କାମ ମଧ୍ୟ ଅଟକିବାର ପ୍ରଶ୍ନ ଉଠୁନି। ଆପଣ ଏମିତି ଯୁକ୍ତି କରିବେ ଯେ ସମସ୍ତଙ୍କ ମୁହଁ ବନ୍ଦ ହୋଇଯିବ। ବନ୍ଧୁଙ୍କ ନିକଟରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।
ବିଛା
ବିଛା
ପରିବେଶକୁ ଲକ୍ଷ୍ୟରଖି କାମ ନ କଲେ ଅସୁବିଧାରେ ପଡ଼ିବେ। କୌଣସି ସଭାସମିତି କିମ୍ବା ଗଠନମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି। ବ୍ୟବସାୟ, ପରିବହନ, ନିର୍ମାଣ, ଯୋଗାଯୋଗ, ଅଫିସରଙ୍କ ସହ ସାକ୍ଷାତ ଆଲୋଚନା କରିପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମ, ସାହିତ୍ୟ ଚର୍ଚ୍ଚା, ରାଜନୀତି ଓ ପ୍ରଶାସନ ପାଇଁ ଦିନଟି ଭଲ।
ଧନୁ
ଧନୁ
ପରିବାରରେ ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ, କିନ୍ତୁ ଅଫିସିଆଲି ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ହେରଫେର ହୋଇଯାଇପାରେ।
ମକର
ମକର
ସକାଳୁ ପାରିବାରିକ ସମସ୍ୟାରେ ମନଟା ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ବିବାଦ ବୃଦ୍ଧି କାରଣରୁ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଘରଲୋକଙ୍କ ମନଇଚ୍ଛା କାମ ଏବଂ କର୍ମକ୍ଷେତ୍ରରେ ସମସ୍ୟା ହେତୁ ବ୍ୟସ୍ତ ହେବେ। ପରିସ୍ଥିତି ଯାହା ହେଉନା କାହିଁକି ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ପରିସ୍ଥିତିକୁ ଲାଘବ କରିବା ଉଦ୍ଦେଶ୍ୟରେ ଅନ୍ୟ ମାନଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବେ। ସଭାସମିତିରେ ବନ୍ଧୁମେଳରେ ପ୍ରିୟ କଥା କହି ସମସ୍ୟା ସୁଧାରିନେବେ। ଭଲ ସମ୍ପର୍କ ଥିବା ବନ୍ଧୁ ସାଧାରଣ କଥାରେ ବିଗିଡ଼ିଯାଇପାରନ୍ତି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ।
ମୀନମୀନ

ବନ୍ଧୁମାନେ ନିଜର ଫାଇଦା ହାସଲ ପାଇଁ ବିଭିନ୍ନ ପ୍ରକାର ଫନ୍ଦିଫିକର କରିବା ଲାଗି ମନ ବଳାଇବେ। କାମଟିକୁ ଶେଷକରିବା ସକାଶେ ବହୁ ପ୍ରତିରୋଧର ସାମ୍‌ନା କରିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?