Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ
ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ବାଧ୍ୟବାଧକତାରେ ଘରର ବାକି କାମକୁ ସମ୍ପୂର୍ଣ୍ଣ କରିବେ। ପୂର୍ବ ସ୍ଥିରୀକୃତ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କୃତ୍ତିକା ନକ୍ଷତ୍ର କିଛି ନୂତନ ତଥ୍ୟ ଓ ଅନୁସନ୍ଧାନ କ୍ଷେତ୍ରରେ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ବୃଷ
ବୃଷ
ପରିବାରରେ ମତାନ୍ତରଜନିତ କୌଣସି ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହୋଇପାରେ। ଘରୁ ବରାଦ ପାଇଥିବା ଜିନିଷଟି ନେବା ସକାଶେ ଭୁଲିଯାଇପାରନ୍ତି। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମୃଗଶିରା ନକ୍ଷତ୍ର ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମିଥୁନ
ମିଥୁନ
ଜଣେ ବନ୍ଧୁଙ୍କ ନିକଟରୁ କିଛି ନୂଆ ଖବର ଆପଣଙ୍କୁ ଅଭିଭୂତ କରିବ। ପୁନର୍ବସୁର ବହୁତ ଦିନରୁ ସମାଧାନ ହୋଇପାରୁ ନ ଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇ ସ୍ତ୍ରୀଙ୍କୁ ବିଭିନ୍ନ କଥା କହିପାରନ୍ତି। ଆର୍ଥିକ ସାହାଯ୍ୟର ପ୍ରତିଶ୍ରୁତି ଦେଇ ବନ୍ଧୁ ମନକୁ ଖୁସି କରିଦେଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। କେତେକ କ୍ଷେତ୍ରରେ ବିରକ୍ତିଜନିତ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଅଶ୍ଳେଷା ନକ୍ଷତ୍ରର ନିର୍ମାଣ କାର୍ଯ୍ୟ ସକାଶେ ପାରିବାରିକ ସହଯୋଗ ମିଳି ନ ପାରେ।
ସି˚ହ
ସି˚ହ
ଦିନଟି ବହୁତ ଭଲରେ ଅତିବାହିତ ହେବ। ପୂର୍ବାଫାଲଗୁନୀ ନକ୍ଷତ୍ର କେତେକ କ୍ଷେତ୍ରରେ ଅନୁତାପ କରିବେ ସିନା କିଛି ଲାଭ ମଧ୍ୟ ହେବନି। ବନ୍ଧୁଙ୍କ ମିଥ୍ୟା ଅଭିଯୋଗକୁ ପରୋକ୍ଷ ସମର୍ଥନ ଦେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଅଫିସ୍‌ରେ ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
କନ୍ୟା
କୌଣସି କାମରେ ଭୂମିକା ନ ଥାଇ ମଧ୍ୟ ସବୁ କ୍ଷେତ୍ରରେ ଦୋଷୀ ରୂପେ ପରିଗଣିତ ହୋଇପାରନ୍ତି। ଅନ୍ୟମାନଙ୍କ ଭୁଲ ଧାରଣା ବୃଦ୍ଧି ଦିଗରେ ଆପଣଙ୍କ କେତେକ ବନ୍ଧୁ ଖୋରାକ ଯୋଗାଇବେ। ଚିତ୍ରା ନକ୍ଷତ୍ର ସକାଶେ ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହବେ।
ତୁଳା
ତୁଳା
ଆପଣଙ୍କର ମନ ଭିତରେ ଯାହା ଦୁଃଖ ଥାଉନା କାହିଁକି ପରିସ୍ଥିତିବଶତଃ ଉପର ମନରେ ହସି ହସି କହିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସ୍ବାତୀ ନକ୍ଷତ୍ରର ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିବା ସହ ଶାରୀରିକ ଅସୁସ୍ଥତା ହୋଇପାରେ।
ବିଛା
ବିଛା
ମନ କଥା ମନଭିତରେ ରଖି ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ବ୍ୟବସାୟ,ବାଣିଜ୍ୟ ଓ ଶିଳ୍ପ କ୍ଷେତ୍ରରେ ବହୁତ ଚେଷ୍ଟା ଓ ପରିଶ୍ରମ କରିବାକୁ ପଡ଼ିବ। ଅନୁରାଧା ନକ୍ଷତ୍ରର ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପାରିବାରିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ।
ଧନୁ
ଧନୁ
ସଂଘର୍ଷମୟ ସ୍ଥିତି ଜନିତ ଅଧିକାଂଶ ସମୟ ତର୍କ, ବିବାଦ ଓ ରାଗରୁଷାରେ ଅତିବାହିତ ହେବ। କୌଣସି କ୍ଷେତ୍ରରେ ଅତ୍ୟଧିକ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍‌ ହେବ ନାହିଁ। ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଉତ୍ତରାଷାଢ଼ା ନକ୍ଷତ୍ର ସାମାନ୍ୟ ଶାରୀରିକ ଅସୁସ୍ଥି ମଧ୍ୟ ଅନୁଭବ କରିବେ।
ମକର
ମକର
ହାତକୁ ନେଇଥିବା କାମଟି ବହୁ କଷ୍ଟରେ ହେବ। ଶ୍ରବଣା ନକ୍ଷତ୍ର ସରକାରୀ କ୍ଷେତ୍ରରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ନିକଟ ସମ୍ପର୍କୀୟ ବନ୍ଧୁଙ୍କଠାରୁ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ଅଫିସ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କୌଣସି ନୂତନ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପିତ ହେବାର ଉଜ୍ଜ୍ୱଳ ଆଶା ରହିଛି। ପୂର୍ବଭାଦ୍ରବ ନକ୍ଷତ୍ର ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ କରିବେ। ପ୍ରତ୍ୟେକ କ୍ଷେତ୍ରରେ କିଛି ନ ବୁଝି ନ ଶୁଝି କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରେସ୍‌, ପବ୍ଲିକେଶନ,ଆଇନ ଅଦାଲତ, ଗବେଷଣା, ଅନୁସନ୍ଧାନ, ନିର୍ମାଣ କାମରୁ ସୁଫଳ ମିଳିବ।
ମୀନମୀନ

ବାସ୍ତବତାକୁ ସଦାବେଳେ ପ୍ରାଧାନ୍ୟ ଦେଉଥିବାରୁ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ବନ୍ଧୁଙ୍କ ବିରୋଧାତ୍ମକ କଥାକୁ ଶୁଣି କୌଣସି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହେବେ। ଆକସ୍ମିକ ଭାବେ ସୃଷ୍ଟି ହୋଇଥିବା ବିବାଦୀୟ ଘଟଣାର ଦିଗ ବଦଳିଯାଇପାରେ। ଉତ୍ତରଭାଦ୍ରବ ନକ୍ଷତ୍ର ପରିବାରର ଖର୍ଚ୍ଚଭାର ବୃଦ୍ଧି ଚିନ୍ତାରେ ପକାଇବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ ଦୂରଯାତ୍ରା କରିବାକୁ ମନ ବଳାଇବେ। ଗୃହ ମରାମତି, ଭୂମିକ୍ରୟ, ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କ୍ରୟ କରିପାରନ୍ତି। ଟଙ୍କା ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri