Posted inRasifala

ରାଶିଫଳ: ଶୁକ୍ରବାର , ଜାନୁୟାରୀ ୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା ଓ ନିରପେକ୍ଷ ନ୍ୟାୟ କରି ଚର୍ଚ୍ଚିତ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ସତ କିନ୍ତୁ ଏଥିପାଇଁ ବହୁତ ମେହେନତ କରିବାକୁ ପଡିପାରେ। ପ୍ରତ୍ୟେକ କଥାରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯଦ୍ଦ୍ବାରା କି ସମାଲୋଚନାର ପାତ୍ର ହେବାକୁ ପଡିପାରେ।
ବୃଷ
ବୃଷ
ସହକର୍ମୀଙ୍କ ସହ ଯୁକ୍ତିତର୍କଜନିତ ଅଶାନ୍ତି କୌଣସି ସମସ୍ୟାର ସମ୍ମୁଖୀନ କରାଇପାରେ। କହିବାକୁ ଚାହୁଁଥିଲେ ମଧ୍ୟ ପରିବାରରେ ଗୋପନୀୟ କଥାଟିକୁ ପ୍ରକାଶ କରିପାରିବେ ନାହିଁ। ଅଯଥା ଗୁଡାଏ ମୂଲହୀନ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ସାମାଜିକ ସ୍ତରରେ ଟିକଏ ପ୍ରଶଂସା ପାଇବା ସକାଶେ ହାତରୁ ଖାଇ ପର ପାଇଁ ଖଟିବେ।
ମିଥୁନ
ମିଥୁନ
ପୂର୍ବାଲୋଚନା କ୍ରମରେ ଆଜି ବନ୍ଧୁଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ କଥାବାର୍ତ୍ତା କରିପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇପାରନ୍ତି। ଅସାବଧାନତା କାରଣରୁ କୌଣସି ଦବ୍ର୍ୟ ନଷ୍ଟ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନାବଶ୍ୟକ ଖର୍ଚ୍ଚ କରି ଅନୁତାପ କରିପାରନ୍ତି।
କର୍କଟ
କର୍କଟ
ବନ୍ଧୁଙ୍କ ସହାନୁଭୂତିଭରା କଥା ପଦୁଏ ଏବଂ ପାରିବାରିକ ଆଶ୍ୱାସନା ହେତୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅନ୍ୟଦ୍ୱାରା ଆକସ୍ମିକ ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପଡ଼ୋଶୀମାନେ ବାକ୍‌ଚାତୁରି କଥା କହି କାର୍ଯ୍ୟ ହାସଲ କରିବେ।
ସି˚ହ
ସି˚ହ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ନିଶ୍ଚିତ ସଫଳତା ପାଇବେ। ପରିବାରରେ ସ୍ତ୍ରୀ କିମ୍ବା ସ୍ବାମୀ ସହମତିରେ କାମ କଲେ ଉପକୃତ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ କିନ୍ତୁ ପ୍ରଶାସନିକ ସ୍ତରରେ ସମସ୍ୟା ସୁଧୁରିବ ନାହିଁ। ଅବଶ୍ୟ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ଆଜି ପାଇବେ। ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରଶାସନ, ରାଜନୀତି, ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ତୁଳା
ତୁଳା
ଶନିଙ୍କ ପ୍ରଭାବାନୁଯାୟୀ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ଏବଂ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଅଚିରେ ବିଳମ୍ବରେ ପାଇବେ। ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ କିନ୍ତୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ଅର୍ଥାଭାବ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ବିଛା
ବିଛା
କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ବିଫଳତାର ମୁଖ୍ୟ କାରଣ ହୋଇପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ଅବଶ୍ୟ କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ। ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ।
ଧନୁ
ଧନୁ
ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଆତ୍ମୀୟ ସ୍ବଜନଙ୍କ ସାହାଯ୍ୟରୁ ପାରିବାରିକ ବ୍ୟତିକ୍ରମରୁ ଟେନସନ୍‌ କିଛି ମାତ୍ରାରେ କମିଯିବ। ରାଜନୀତି, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ଚର୍ଚ୍ଚା ପାଇଁ ଦିନଟି ଭଲ। ବହୁତ ଦିନରୁ ଦେଖି ନ ଥିବା ପ୍ରିୟବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ।
ମକର
ମକର
କର୍ମକ୍ଷେତ୍ରରେ ଖଳ ଲୋକମାନଙ୍କ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ଏକ ଭିନ୍ନ ପରିବେଶରେ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କୌଣସି ବିଶେଷ କାରଣ ନ ଥାଇ ମଧ୍ୟ ଦୋଷୀସାବସ୍ତ୍ୟ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଆଲୋଚନା ପରିସରରେ ବନ୍ଧୁମାନଙ୍କୁ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଆପଣଙ୍କ କଥାକୁ ବିଶ୍ୱାସ କରି ମିତ୍ରମାନେ ସହଯୋଗର ହାତ ବଢାଇପାରନ୍ତି। କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ମୀନମୀନ

ନିଜ ଚତୁଃପାର୍ଶ୍ୱରେ ରହୁଥିବା ଖଳଲୋକମାନଙ୍କ କୃତ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ମାନସିକ ଅସ୍ଥିରତା ବଶତଃ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ସକାଶରୁ ଅନାଦର ପାଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri