Posted inRasifala

ରାଶିଫଳ: ସୋମବାର , ଜାନୁୟାରୀ ୮ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ଲାଭକରି କାର୍ଯ୍ୟ ଆଗକୁ ବଢ଼ାଇ ନେବାରେ ସମର୍ଥ ହେବେ। ନିଜ ପରିସରର ବ୍ୟକ୍ତିଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବନ୍ଧୁ ମିଳନରୁ ଉତ୍ସାହିତ ହେବେ ଏବଂ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। କ୍ରୟବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
ବୃଷ
ବୃଷ
ଆଜିର କାମ ଯଥାସମୟରେ ସମ୍ପନ୍ନ ହୋଇପାରିବ। ମିତ୍ରଙ୍କ କଟୁବଚନ ମନରେ ଦୁଃଖଦେବାର ଆଶଙ୍କା ରହିଛି। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନଶିପ୍‌ରୁ ଖୁସି ରହିବେ କିନ୍ତୁ କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ। ସାଙ୍ଗଠନିକ କାର୍ଯ୍ୟ, ଜମିଜମା କ୍ରୟବିକ୍ରୟ, ନିର୍ମାଣ, ଧର୍ମକାର୍ଯ୍ୟ କ୍ଷେତ୍ର ଭଲ ରହିବ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାୟତାରେ ଆର୍ଥିକ ଅନଟନ ଦୂରେଇଯିବ ଏବଂ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ରାଜନୈତିକ ସ୍ତରରେ ଆଲୋଚନା ଅସମାପ୍ତ ରହିପାରେ। କର୍ମକ୍ଷେତ୍ରରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ ଏବଂ ଆର୍ଥିକ ଦୁରବସ୍ଥା ସୁଧୁରିଯିବ।
କର୍କଟ
କର୍କଟ
ଦୀର୍ଘଦିନର ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଅର୍ଥ ସମ୍ପର୍କିତ ଆଲୋଚନା କ୍ଷେତ୍ର୍ରରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ର୍ରମ, ଗବେଷଣା, କଳା, ସାହିତ୍ୟାଦି ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
ଆଜିର କାମରେ ଆପଣଙ୍କୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପୂର୍ବରୁ ଲାଗି ରହିଥିବା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ପ୍ରିୟଜନଙ୍କ ସହ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିବ। ରାଜନୈତିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ଦିନ ଭିତରେ ବହୁତଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ଅର୍ଥ ସାହାଯ୍ୟ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ଭଲ ସମ୍ପର୍କ ରହିଥିବା ଆମତ୍ୀୟସ୍ବଜନଙ୍କ ରୁଗ୍‌ଣ ସ୍ବାସ୍ଥ୍ୟ ସକାଶେ ଚିନ୍ତା ବଢ଼ିପାରେ। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ବିବାଦୀୟ ସମସ୍ୟାର ଆଶୁ ସମାଧାନ ହୋଇଯିବ।
ତୁଳା
ତୁଳା
ଦୀର୍ଘ ଆଲୋଚନାନ୍ତେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପରିବାରରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମହିଳାମାନଙ୍କ ମନରେ ସରସତା ରହିବ ନାହିଁ।
ବିଛା
ବିଛା
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ହାସଲ କରିବେ ା ସାମାଜିକ ସ୍ତରରେ ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ଫଳତଃ ନୀଚ୍ଚ ମନୋଭାବସମ୍ପନ୍ନ ବ୍ୟକ୍ତିମାନଙ୍କ ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ଏବଂ ଆର୍ଥିକ ପରିସ୍ଥିତି ପୂର୍ବପରି ରହିବ।
ଧନୁ
ଧନୁ
ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ସହକର୍ମୀଙ୍କୁ ସୁପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। କର୍ମକ୍ଷେତ୍ରରେ ପଦାଧିକାରୀଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ର୍ରାରେ ଲକ୍ଷ୍ୟ ହାସଲ କରିପାରିବେ ଏବଂ କାର୍ଯ୍ୟସିଦ୍ଧି ହେବ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ଶିକ୍ଷା ସଂକ୍ରାନ୍ତରେ ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ବନ୍ଧୁଗହଣରେ ପ୍ରିୟ କଥା କହି ବିବାଦୀୟ ସମସ୍ୟାକୁ ସୁଧାରି ନେବେ। ପରିଜନଙ୍କ ଅନୁରୋଧରେ ବାରମ୍ବାର ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ ଲଘୁକ୍ରୋଧ ପ୍ରକାଶ କରିପାରନ୍ତି। ପରିବାରର ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ମୀନମୀନ

ଆଜି ସକାଳୁ ସକାଳୁ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା କାରଣରୁ ଟେନସନ୍‌ କମିଯିବ। ପରିବାରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ବାଣିଜ୍ୟ,ବ୍ୟବସାୟ,ଆନୁଷ୍ଠାନିକ କାମରେ ସାମାନ୍ୟ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri