Posted inRasifala

ରାଶିଫଳ: ସୋମବାର , ଜାନୁୟାରୀ ୮ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ଲାଭକରି କାର୍ଯ୍ୟ ଆଗକୁ ବଢ଼ାଇ ନେବାରେ ସମର୍ଥ ହେବେ। ନିଜ ପରିସରର ବ୍ୟକ୍ତିଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବନ୍ଧୁ ମିଳନରୁ ଉତ୍ସାହିତ ହେବେ ଏବଂ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। କ୍ରୟବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
ବୃଷ
ବୃଷ
ଆଜିର କାମ ଯଥାସମୟରେ ସମ୍ପନ୍ନ ହୋଇପାରିବ। ମିତ୍ରଙ୍କ କଟୁବଚନ ମନରେ ଦୁଃଖଦେବାର ଆଶଙ୍କା ରହିଛି। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନଶିପ୍‌ରୁ ଖୁସି ରହିବେ କିନ୍ତୁ କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ। ସାଙ୍ଗଠନିକ କାର୍ଯ୍ୟ, ଜମିଜମା କ୍ରୟବିକ୍ରୟ, ନିର୍ମାଣ, ଧର୍ମକାର୍ଯ୍ୟ କ୍ଷେତ୍ର ଭଲ ରହିବ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାୟତାରେ ଆର୍ଥିକ ଅନଟନ ଦୂରେଇଯିବ ଏବଂ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ରାଜନୈତିକ ସ୍ତରରେ ଆଲୋଚନା ଅସମାପ୍ତ ରହିପାରେ। କର୍ମକ୍ଷେତ୍ରରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ ଏବଂ ଆର୍ଥିକ ଦୁରବସ୍ଥା ସୁଧୁରିଯିବ।
କର୍କଟ
କର୍କଟ
ଦୀର୍ଘଦିନର ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଅର୍ଥ ସମ୍ପର୍କିତ ଆଲୋଚନା କ୍ଷେତ୍ର୍ରରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ର୍ରମ, ଗବେଷଣା, କଳା, ସାହିତ୍ୟାଦି ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
ଆଜିର କାମରେ ଆପଣଙ୍କୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପୂର୍ବରୁ ଲାଗି ରହିଥିବା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ପ୍ରିୟଜନଙ୍କ ସହ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିବ। ରାଜନୈତିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ଦିନ ଭିତରେ ବହୁତଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ଅର୍ଥ ସାହାଯ୍ୟ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ଭଲ ସମ୍ପର୍କ ରହିଥିବା ଆମତ୍ୀୟସ୍ବଜନଙ୍କ ରୁଗ୍‌ଣ ସ୍ବାସ୍ଥ୍ୟ ସକାଶେ ଚିନ୍ତା ବଢ଼ିପାରେ। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ବିବାଦୀୟ ସମସ୍ୟାର ଆଶୁ ସମାଧାନ ହୋଇଯିବ।
ତୁଳା
ତୁଳା
ଦୀର୍ଘ ଆଲୋଚନାନ୍ତେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପରିବାରରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମହିଳାମାନଙ୍କ ମନରେ ସରସତା ରହିବ ନାହିଁ।
ବିଛା
ବିଛା
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ହାସଲ କରିବେ ା ସାମାଜିକ ସ୍ତରରେ ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ଫଳତଃ ନୀଚ୍ଚ ମନୋଭାବସମ୍ପନ୍ନ ବ୍ୟକ୍ତିମାନଙ୍କ ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ଏବଂ ଆର୍ଥିକ ପରିସ୍ଥିତି ପୂର୍ବପରି ରହିବ।
ଧନୁ
ଧନୁ
ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ସହକର୍ମୀଙ୍କୁ ସୁପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। କର୍ମକ୍ଷେତ୍ରରେ ପଦାଧିକାରୀଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ର୍ରାରେ ଲକ୍ଷ୍ୟ ହାସଲ କରିପାରିବେ ଏବଂ କାର୍ଯ୍ୟସିଦ୍ଧି ହେବ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ଶିକ୍ଷା ସଂକ୍ରାନ୍ତରେ ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ବନ୍ଧୁଗହଣରେ ପ୍ରିୟ କଥା କହି ବିବାଦୀୟ ସମସ୍ୟାକୁ ସୁଧାରି ନେବେ। ପରିଜନଙ୍କ ଅନୁରୋଧରେ ବାରମ୍ବାର ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ ଲଘୁକ୍ରୋଧ ପ୍ରକାଶ କରିପାରନ୍ତି। ପରିବାରର ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ମୀନମୀନ

ଆଜି ସକାଳୁ ସକାଳୁ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା କାରଣରୁ ଟେନସନ୍‌ କମିଯିବ। ପରିବାରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ବାଣିଜ୍ୟ,ବ୍ୟବସାୟ,ଆନୁଷ୍ଠାନିକ କାମରେ ସାମାନ୍ୟ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri