Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ଜନ୍ମ ଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ କେତେକାଂଶରେ ବାଧାପ୍ରାପ୍ତ ହେବ । ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି । ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବାକୁ ପଡ଼ିପାରେ। ପରଶ୍ରୀକାତର ସହକର୍ମୀଙ୍କ ଦ୍ୱାରା ସଭାସମିତିରେ ସମାଲୋଚିତ ହୋଇପାରନ୍ତି ।
ବୃଷ
ବୃଷ
ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସାଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରିଆସିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ପାରିବ ନାହିଁ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି । ପରିବାରର ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବାଧ୍ୟହେବେ। ସାମାଜିକ ସ୍ତରରେ ମଉଳି ଯାଇଥିବା ଆଶା ପୁଣି ଚେଇଁ ଉଠିବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିପାରେ ।
କର୍କଟ
କର୍କଟ
ଆଜି ମନ ଭଲ ନଥିବା କାରଣରୁ ସାଧାରଣ କଥା ଜଟିଳ ହୋଇପାରେ । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ପୁଷ୍ୟାନକ୍ଷତ୍ରର ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।
ସି˚ହ
ସି˚ହ
ଆଲୋଚନାର ଶେଷଭାଗରେ ହଠାତ୍ କୌଣସି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇନେବେ। ଅଫିସରେ ମଧ୍ୟ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ ।
କନ୍ୟା
ଆଜି କୌଣସି କ୍ଷେତ୍ରରେ ତରବରିଆ କାମ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି । ସାମୟିକ ସମସ୍ୟା ଦେଖାଦେବାରୁ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । କଥାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ ।
ତୁଳା
ତୁଳା
ଦୀର୍ଘ ଦିନ ହେଲା ଭାବୁଥିବା କଥାଟି ଆଜିର ଅପରାହ୍ନରେ ବାସ୍ତବରେ ପରିଣତ ହୋଇଯିବ । ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କର୍ମକ୍ଷେତ୍ରରେ ଈର୍ଷାଳୁ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ବିଛା
ବିଛା
ଅଧିକାଂଶ ସମୟରେ ଟେନ୍ସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଗୃହସୀମା କିମ୍ବା ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିପାରେ । ପଡ଼ୋଶୀମାନେ ସାଧାରଣ କଥାକୁ କେନ୍ଦ୍ରକରି କଳହ କରିପାରନ୍ତି ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ । ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ କ୍ରମଶଃ ଦୂରେଇଯିବେ । ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ବ୍ୟବସାୟ ଓ ପରିବହନରେ ସମସ୍ୟାର ସମାଧାନ ହୋଇଯିବ ।
ମକର
ମକର
ପାଖ ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। କର୍ମକ୍ଷେତ୍ରରେ ସହମତିରେ କାମକଲେ ସମସ୍ୟାର ସରଳ ସମାଧାନ ହୋଇଯିବ। ମୂଲ୍ୟବାନ ବସ୍ତୁଟି ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହୋଇ ନ ପାରେ ।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଦୁର୍ବଳତା ଲାଗିରହିବ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ ।
ମୀନମୀନ
ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ଅପରାହ୍ନରେ ବନ୍ଧୁଙ୍କ ନିକଟରୁ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅଫିସରେ କୌଣସି ବ୍ୟତିକ୍ରମ ଦେଖି ଅନ୍ୟକୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ବାଣିଜ୍ୟ, କଳା ଓ ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri