Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ଜନ୍ମ ଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ କେତେକାଂଶରେ ବାଧାପ୍ରାପ୍ତ ହେବ । ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି । ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବାକୁ ପଡ଼ିପାରେ। ପରଶ୍ରୀକାତର ସହକର୍ମୀଙ୍କ ଦ୍ୱାରା ସଭାସମିତିରେ ସମାଲୋଚିତ ହୋଇପାରନ୍ତି ।
ବୃଷ
ବୃଷ
ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସାଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରିଆସିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ପାରିବ ନାହିଁ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି । ପରିବାରର ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବାଧ୍ୟହେବେ। ସାମାଜିକ ସ୍ତରରେ ମଉଳି ଯାଇଥିବା ଆଶା ପୁଣି ଚେଇଁ ଉଠିବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିପାରେ ।
କର୍କଟ
କର୍କଟ
ଆଜି ମନ ଭଲ ନଥିବା କାରଣରୁ ସାଧାରଣ କଥା ଜଟିଳ ହୋଇପାରେ । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ପୁଷ୍ୟାନକ୍ଷତ୍ରର ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।
ସି˚ହ
ସି˚ହ
ଆଲୋଚନାର ଶେଷଭାଗରେ ହଠାତ୍ କୌଣସି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇନେବେ। ଅଫିସରେ ମଧ୍ୟ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ ।
କନ୍ୟା
ଆଜି କୌଣସି କ୍ଷେତ୍ରରେ ତରବରିଆ କାମ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି । ସାମୟିକ ସମସ୍ୟା ଦେଖାଦେବାରୁ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । କଥାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ ।
ତୁଳା
ତୁଳା
ଦୀର୍ଘ ଦିନ ହେଲା ଭାବୁଥିବା କଥାଟି ଆଜିର ଅପରାହ୍ନରେ ବାସ୍ତବରେ ପରିଣତ ହୋଇଯିବ । ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କର୍ମକ୍ଷେତ୍ରରେ ଈର୍ଷାଳୁ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ବିଛା
ବିଛା
ଅଧିକାଂଶ ସମୟରେ ଟେନ୍ସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଗୃହସୀମା କିମ୍ବା ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିପାରେ । ପଡ଼ୋଶୀମାନେ ସାଧାରଣ କଥାକୁ କେନ୍ଦ୍ରକରି କଳହ କରିପାରନ୍ତି ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ । ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ କ୍ରମଶଃ ଦୂରେଇଯିବେ । ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ବ୍ୟବସାୟ ଓ ପରିବହନରେ ସମସ୍ୟାର ସମାଧାନ ହୋଇଯିବ ।
ମକର
ମକର
ପାଖ ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। କର୍ମକ୍ଷେତ୍ରରେ ସହମତିରେ କାମକଲେ ସମସ୍ୟାର ସରଳ ସମାଧାନ ହୋଇଯିବ। ମୂଲ୍ୟବାନ ବସ୍ତୁଟି ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହୋଇ ନ ପାରେ ।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଦୁର୍ବଳତା ଲାଗିରହିବ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ ।
ମୀନମୀନ
ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ଅପରାହ୍ନରେ ବନ୍ଧୁଙ୍କ ନିକଟରୁ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅଫିସରେ କୌଣସି ବ୍ୟତିକ୍ରମ ଦେଖି ଅନ୍ୟକୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ବାଣିଜ୍ୟ, କଳା ଓ ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?