Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ଆବଶ୍ୟକତା ଉପଲବ୍ଧି କରି ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରଶ୍ରୀକାତର ସହକର୍ମୀଙ୍କ ଦ୍ୱାରା ସମାଲୋଚିତ ହୋଇପାରନ୍ତି।
ବୃଷ
ବୃଷ
କୌଣସି ଘଟଣାକୁ କେନ୍ଦ୍ରକରି ସକାଳୁ ସକାଳୁ ମନଟା ବିଗିଡ଼ି ଯାଇପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରି ଆସିବ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ପାରିବ ନାହିଁ।
ମିଥୁନ
ମିଥୁନ
ବିଗିଡ଼ି ଯାଇଥିବା ପରିବେଶକୁ ସୁଧାରିବା ସକାଶେ କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି। ପରିବାରର ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ପଡ଼ିପାରେ। ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ମଉଳି ଯାଇଥିବା ଆଶା କଅଁଳି ଉଠିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହୋଇପାରନ୍ତି।
କର୍କଟ
କର୍କଟ
ମନ ଭଲ ନ ଥିବା କାରଣରୁ ପ୍ରତ୍ୟେକ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ପୁରୁଣା ସମସ୍ୟା ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋତ୍ସାହନରୁ ମନୋବଳ ବୃଦ୍ଧି ପାଇବ। ଭ୍ରାତୃ ସମ୍ପର୍କରେ ସାମାନ୍ୟ ଉନ୍ନତି ଘଟିବା କାରଣରୁ ମାନସିକ ଅସ୍ଥିରତା ଦୂର ହୋଇଯିବ।
ସି˚ହ
ସି˚ହ
ଆଲୋଚନାର ଶେଷଭାଗରେ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିବାରର ଆବଶ୍ୟକତା ଅନୁଯାୟୀ ଧାରକରଜ କରି କାମ ଚଳାଇ ନେବେ। ପରିସ୍ଥିତି ଯାହା ହେଉନା କାହିଁକି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
କନ୍ୟା
ବିବାଦୀୟ ଘଟଣାର ସମାଧାନ ସକାଶେ ବନ୍ଧୁ ପରାମର୍ଶ ଲୋଡ଼ିପାରନ୍ତି। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେବାରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଆଲୋଚନା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଦୀର୍ଘ ଦିନ ହେଲା ଖୋଜୁଥିବା ଜିନିଷ ଆଜି ବନ୍ଧୁଙ୍କ ଜରିଆରେ ପାଇଯିବେ।
ତୁଳା
ତୁଳା
ଆଲୋଚନା ପରିସରରେ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାଳୁ ସହକର୍ମୀଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବାର ସୂଚନା ରହିଛି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପଡ଼ୋଶୀ ସହାୟତା କରିବେ।
ବିଛା
ବିଛା
ଅଧିକାଂଶ ସମୟରେ ଟେନ୍ସନରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିପାରିବେ। ଉପରିସ୍ଥ ଅଧିକାରୀଙ୍କ ସହାୟତାରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବା ଠିକ୍‌ ହେବ ନାହିଁ। ଗୃହସୀମା କିମ୍ବା ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିପାରେ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। ଲାଗି ରହିଥିବା ବିବାଦର ଆଜି ସମାଧାନ ଘଟିବାର ସୂଚନା ରହିଛି। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା କାରଣରୁ କୈଫିୟତ ଦେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ପ୍ରକାଶନ ଏବଂ ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମକର
ମକର
ଚନ୍ଦ୍ର ସହ ବୃହସ୍ପତିଙ୍କ ଷଡ଼ାଷ୍ଟସ୍ଥିତି କାରଣରୁ ଅର୍ଥ କାରବାରରେ କଳହର ଆଶଙ୍କା ରହିଛି। ମୂଲ୍ୟବାନ ଜିନିଷଟି ପରକୁ ଦେଇ ଆବଶ୍ୟକ ସମୟରେ ଅପଦସ୍ଥ ହୋଇପାରନ୍ତି। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନା ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ଶାନ୍ତିପ୍ରଦ ରହିବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଦୈହିକ ଦୁର୍ବଳତା ଲାଗିରହିବ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ଭୁଲ୍‌ବୁଝାମଣା କାରଣରୁ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ଅଟକି ରହିଯିବ।
ମୀନମୀନ
ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହେବ। ଆନୁଷ୍ଠାନିକ ସ୍ତରରେ ସବୁ ସମସ୍ୟା ଜାଣି ମଧ୍ୟ ନୀରବତା ଅବଲମ୍ବନ କରିବାକୁ ଶ୍ରେୟ ମନେକରିବେ। କୌଣସି ବ୍ୟତିକ୍ରମ ଅବଲୋକନ କରି ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri