Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ
ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେପକାଇପାରିବେ ନାହିଁ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
ବୃଷ
ବୃଷ
ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ଏହା ସଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତତ୍ପରତା ଲାଗି ରହିବ।
ମିଥୁନ
ମିଥୁନ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ। ଆକସ୍ମିକ ଭାବରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ। ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ବଢ଼ିଯିବ।
ସି˚ହ
ସି˚ହ
ନିଜ ଭବିଷ୍ୟତକୁ ଆଖି ଆଗରେ ଦେଖି ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ଆଜି ସକାଳୁ ସକାଳୁ ବନ୍ଧୁ ମିଳନ ଓ ଆନୁଷ୍ଠାନିକ କାମରୁ ଖୁସୀ ରହିବେ। ଖୋଜୁଥିବା ଲୋକଟିକୁ ଠିକଣା ଜାଗାରେ ନ ପାଇ ବ୍ୟସ୍ତ ହୋଇପାରନ୍ତି। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆତ୍ମୀୟସ୍ବଜନ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିବ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ସାମାଜିକ ସ୍ତରରେ ଉତ୍ସୁକତାର ସହ କାମ କରି ପ୍ରଶଂସିତ ହେବେ।
ଧନୁ
ଧନୁ
କାର୍ଯ୍ୟହାନି ଓ ପାରିବାରିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ବୀକାର କରିବାକୁ ପଡିପାରେ।
ମକର
ମକର
ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟି କରିପାରେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସାମୟିକ ସମସ୍ୟା ଲାଗି ରହିଲେ ମଧ୍ୟ ବନ୍ଧୁମାନଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ଅବଶ୍ୟ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିଶେଷ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଠିକ୍ ଖବର ଦେବାରେ ହେଳା କରିପାରନ୍ତି, ଯାହା କି ଉଦ୍‌ବେଗର କାରଣ ହୋଇପାରେ। ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।
ମୀନମୀନ
ଗତକାଲିର ଘଟଣାବଳୀକୁ ନେଇ ରହିଥିବା ଟେନ୍ସନ୍ ଆଜି କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସୀରେ ଅତିବାହିତ ହେବ। ଅଯଥା ଗୁଡାଏ କାଳ୍ପନିକ ବିଷୟବସ୍ତୁକୁ ନେଇ ମନକୁ ଭାରାକ୍ରାନ୍ତ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri