Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ
ଆଜି ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲ କରିପାରନ୍ତି। ସନ୍ତାନଭାବାଧିପତି ରବିଙ୍କ ହେତୁ ସନ୍ତାନଙ୍କ ବିବାହ ସକାଶେ ଚିନ୍ତା କରିପାରନ୍ତି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ଅବହେଳାଜନିତ ଉପରିସ୍ଥ କର୍ମଚାରୀଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାରର କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ କାରଣରୁ ଉଚ୍ଚ ଆଶା ଆଶାରେ ହିଁ ରହିଯାଇପାରେ।
ମିଥୁନ
ମିଥୁନ
ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ବୃଦ୍ଧି ପାଇବ। ସଂଗଠନ, ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ଯାତ୍ରା ପାଇଁ ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ଆତ୍ମୀୟଙ୍କ ସାହାଯ୍ୟରେ ସମସ୍ୟା ସମାଧାନ ହେବା କଷ୍ଟକର ହୋଇପାରେ। ପରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବୃଦ୍ଧ ମାତାପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ଆନୁଷ୍ଠାନିକ କାମରେ କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଫାଇଲ୍‌ କାମରେ ବ୍ୟସ୍ତ ରହିବେ। ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବ। କ୍ରୀଡା,ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ନୂତନ ଗାଡି କିମ୍ବା ସୁନା ଗହଣାଦି ସାମଗ୍ରୀ କ୍ରୟ କରିପାରନ୍ତି।
କନ୍ୟା
ଯେତେ ଭଲ କାମ କଲେ ମଧ୍ୟ ଏଣେ ଘରୁ ତେଣେ କର୍ମ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ଆକସ୍ମିକ ଦୁର୍ବଳ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ। ବକେୟା ଆଦାୟକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଔଷଧ, ବହିପତ୍ର, ଲୁଗାପଟା ତଥା ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ତୁଳା
ତୁଳା
ଭୁଲ୍‌ ବୁଝାମଣାରେ ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ। କଚେରି ମାମଲା କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି। ଆକସ୍ମିକ ଭାବରେ ପିଲାମାନଙ୍କ ତରଫରୁ ସମସ୍ୟା ଆସିପାରେ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନ ପାରେ।
ବିଛା
ବିଛା
ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ। ତଥାପି ଆପଣ ମନ ବୁଝିଲା ଭଳି କଥା କହି ପାଖ ପଡୋଶୀଙ୍କୁ ଆପଣେଇ ନେବେ। ସକାଳ ସମୟରେ ଶୁଣା କଥାକୁ ବିଶ୍ୱାସ କରି ଟେନସନ୍‌ ବଢିପାରେ। ଆଶା କରୁଥିବା ଦିଗରୁ ଆର୍ଥିକ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆପଣଙ୍କ ପରିସ୍ଥିତି ପ୍ରତି ସହାନୁଭୂତି ଦେଖାଇ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଚେଷ୍ଟା କରୁଥିବା ଯୋଜନାଟିକୁ କାଯର୍‌ୟକାରୀ କରିବେ। ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ବିପଦ ଘଟିବାର ସମ୍ଭାବନା ନାହିଁ। ନିଜର ଭୁଲ୍‌କୁ ଆଖିବୁଜି ଦେଇ ଅନ୍ୟ ଉପରେ ଦୋଷ ଢାଳିବାର ଅପଚେଷ୍ଟା କରି ପାରନ୍ତି।
ମକର
ମକର
ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ଅଶାନ୍ତି ହଠାତ୍‌ ପରିବେଶକୁ ବଦଳାଇ ଦେବ। ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କୌଣସି ନିକଟ ସମ୍ପର୍କୀୟମାନେ ଟାହି ଟାପରା କରି ପାରନ୍ତି। ସବୁକଥା ପଛକୁ ପକାଇ ଅନ୍ୟମାନଙ୍କ ମନଧରି ଚଳିବାକୁ ବାଧ୍ୟ ହେବେ।
କୁମ୍ଭ
କୁମ୍ଭ
ଆଜିର ସକାଳୁଆ ଯାତ୍ରା ଆନନ୍ଦଦାୟକ ହେବ। ତରବରିଆ ପଦକ୍ଷେପ ନେଇ ଠିକ୍‌ କାମକୁ ଭୁଲ୍‌ କରିବେ। ମନ ଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ। କିଣା,ବିକା କାରବାରରେ ଅପଦସ୍ଥ ହେବାର ସମ୍ଭାବନା ରହିଛି। ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ , ନତୁବା କିଛି ହରାଇବାକୁ ପଡିପାରେ।
ମୀନମୀନ
ଆଗରୁ ଦୃଢ଼ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ କାଳେ ସାହାଯ୍ୟ କରିବାକୁ ପଡ଼ିପାରେ, ଏହି ଚିନ୍ତାରେ ପାଖ ମାଡିବେ ନାହିଁ। କର୍ମକ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ। ଦାୟିତ୍ୱ ନେଇଥିବା ଲୋକଟି ଠିକ ଖବର ଦେବାରେ ହେଳା କରିପାରନ୍ତି। ଅର୍ଥ ଆଦାୟ କରିବାରେ ଅକ୍ଷମ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri