Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ
ଆଜି ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲ କରିପାରନ୍ତି। ସନ୍ତାନଭାବାଧିପତି ରବିଙ୍କ ହେତୁ ସନ୍ତାନଙ୍କ ବିବାହ ସକାଶେ ଚିନ୍ତା କରିପାରନ୍ତି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ଅବହେଳାଜନିତ ଉପରିସ୍ଥ କର୍ମଚାରୀଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାରର କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ କାରଣରୁ ଉଚ୍ଚ ଆଶା ଆଶାରେ ହିଁ ରହିଯାଇପାରେ।
ମିଥୁନ
ମିଥୁନ
ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ବୃଦ୍ଧି ପାଇବ। ସଂଗଠନ, ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ଯାତ୍ରା ପାଇଁ ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ଆତ୍ମୀୟଙ୍କ ସାହାଯ୍ୟରେ ସମସ୍ୟା ସମାଧାନ ହେବା କଷ୍ଟକର ହୋଇପାରେ। ପରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବୃଦ୍ଧ ମାତାପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ଆନୁଷ୍ଠାନିକ କାମରେ କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଫାଇଲ୍‌ କାମରେ ବ୍ୟସ୍ତ ରହିବେ। ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବ। କ୍ରୀଡା,ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ନୂତନ ଗାଡି କିମ୍ବା ସୁନା ଗହଣାଦି ସାମଗ୍ରୀ କ୍ରୟ କରିପାରନ୍ତି।
କନ୍ୟା
ଯେତେ ଭଲ କାମ କଲେ ମଧ୍ୟ ଏଣେ ଘରୁ ତେଣେ କର୍ମ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ଆକସ୍ମିକ ଦୁର୍ବଳ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ। ବକେୟା ଆଦାୟକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଔଷଧ, ବହିପତ୍ର, ଲୁଗାପଟା ତଥା ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ତୁଳା
ତୁଳା
ଭୁଲ୍‌ ବୁଝାମଣାରେ ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ। କଚେରି ମାମଲା କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି। ଆକସ୍ମିକ ଭାବରେ ପିଲାମାନଙ୍କ ତରଫରୁ ସମସ୍ୟା ଆସିପାରେ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନ ପାରେ।
ବିଛା
ବିଛା
ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ। ତଥାପି ଆପଣ ମନ ବୁଝିଲା ଭଳି କଥା କହି ପାଖ ପଡୋଶୀଙ୍କୁ ଆପଣେଇ ନେବେ। ସକାଳ ସମୟରେ ଶୁଣା କଥାକୁ ବିଶ୍ୱାସ କରି ଟେନସନ୍‌ ବଢିପାରେ। ଆଶା କରୁଥିବା ଦିଗରୁ ଆର୍ଥିକ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆପଣଙ୍କ ପରିସ୍ଥିତି ପ୍ରତି ସହାନୁଭୂତି ଦେଖାଇ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଚେଷ୍ଟା କରୁଥିବା ଯୋଜନାଟିକୁ କାଯର୍‌ୟକାରୀ କରିବେ। ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ବିପଦ ଘଟିବାର ସମ୍ଭାବନା ନାହିଁ। ନିଜର ଭୁଲ୍‌କୁ ଆଖିବୁଜି ଦେଇ ଅନ୍ୟ ଉପରେ ଦୋଷ ଢାଳିବାର ଅପଚେଷ୍ଟା କରି ପାରନ୍ତି।
ମକର
ମକର
ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ଅଶାନ୍ତି ହଠାତ୍‌ ପରିବେଶକୁ ବଦଳାଇ ଦେବ। ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କୌଣସି ନିକଟ ସମ୍ପର୍କୀୟମାନେ ଟାହି ଟାପରା କରି ପାରନ୍ତି। ସବୁକଥା ପଛକୁ ପକାଇ ଅନ୍ୟମାନଙ୍କ ମନଧରି ଚଳିବାକୁ ବାଧ୍ୟ ହେବେ।
କୁମ୍ଭ
କୁମ୍ଭ
ଆଜିର ସକାଳୁଆ ଯାତ୍ରା ଆନନ୍ଦଦାୟକ ହେବ। ତରବରିଆ ପଦକ୍ଷେପ ନେଇ ଠିକ୍‌ କାମକୁ ଭୁଲ୍‌ କରିବେ। ମନ ଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ। କିଣା,ବିକା କାରବାରରେ ଅପଦସ୍ଥ ହେବାର ସମ୍ଭାବନା ରହିଛି। ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ , ନତୁବା କିଛି ହରାଇବାକୁ ପଡିପାରେ।
ମୀନମୀନ
ଆଗରୁ ଦୃଢ଼ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ କାଳେ ସାହାଯ୍ୟ କରିବାକୁ ପଡ଼ିପାରେ, ଏହି ଚିନ୍ତାରେ ପାଖ ମାଡିବେ ନାହିଁ। କର୍ମକ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ। ଦାୟିତ୍ୱ ନେଇଥିବା ଲୋକଟି ଠିକ ଖବର ଦେବାରେ ହେଳା କରିପାରନ୍ତି। ଅର୍ଥ ଆଦାୟ କରିବାରେ ଅକ୍ଷମ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri