Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ବାସ୍ଥ୍ୟ ଉନ୍ନତ ସ୍ଥିତିରେ ରହିବ। ଅସାଧ୍ୟ ସାଧନ କରିବା ସହ ସହକର୍ମୀଙ୍କ ସହାୟତାରେ ସିଦ୍ଧିଲାଭ ଅବଶ୍ୟ ଘଟିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସାମୟିକ ଭାବେ ନୀରବ ରହିବେ। ଆଜିର ପ୍ରତ୍ୟୁଷ ଯାତ୍ରା, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବୃଷ
ବୃଷ
ଆଜି ଘରେ ହେଉ କିମ୍ବା ବାହାରେ ସବୁଠି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।
ମିଥୁନ
ମିଥୁନ
ଆପଣ ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ପରିବହନରେ, ସଭା ସମିତିରେ ସଫଳତା ଲାଭ କରିବେ। ସାଧାରଣ କଥାରେ ଯୁକ୍ତିତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବେ।
କର୍କଟ
କର୍କଟ
ଭାବପ୍ରବଣତା ବୃଦ୍ଧି ପାଇବା ହେତୁ ସୁଯୋଗ ହାତଛଡ଼ା କରିବେ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହା କି ମାନସିକ ଚିନ୍ତାକୁ ବଢାଇବ। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
ଆଜି ପ୍ରତ୍ୟେକ କାମ ସମସ୍ୟା ଭିତରେ ହିଁ ସମ୍ପନ୍ନ ହେବ। କୌଣସି ସ୍ଥାନକୁ ଯିବା ସମୟରେ ନିଜର ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ସାମୟିକ ଆଶ୍ୱସ୍ତି ମିଳିବ। ଅଫିସରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
ନିକଟସ୍ଥ ବ୍ୟକ୍ତିମାନଙ୍କୁ ବିଶ୍ୱାସ କରି ଠକାମିରେ ପଡିପାରନ୍ତି। ଷ୍ଟେସନେରି ଜନିଷ, ଧାତୁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଅର୍ଥ ସମ୍ପର୍କରୁ ଖୁସି ରହିବେ। କୌଣସି ଶୁଭ କାମରେ ଯୋଗଦେଇ ବନ୍ଧୁମାନଙ୍କ ଗହଣରେ ଖୁସି ମନାଇବେ।
ତୁଳା
ତୁଳା
ଆଜି ଛୋଟ କଥାକୁ କେନ୍ଦ୍ର କରି ଘରେ ସାଧାରଣ କଥାରେ ଝଗଡା ହେବାର ଆଶଙ୍କା ରହିଛି। ଯାତ୍ରା ସମୟରେ ଯାନବାହନରେ ସତର୍କ ରହିବା ଭଲ ହେବ। କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ପାରିବାରିକ ସମ୍ବନ୍ଧରେ ବନ୍ଧୁମାନଙ୍କ ସହାନୁଭୂତି ଆଶା କରିବେ।
ବିଛା
ବିଛା
କଳୁଷିତ ଚିନ୍ତାଧାରା କାରଣରୁ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ଅନ୍ୟମାନଙ୍କ ବିଷୟ ଚିନ୍ତା କରି ନିଜ ପ୍ରତି ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ମନ ଭୁଲାଣିଆ କଥା କହି ପାରିବାରିକ ସମସ୍ୟା ସୁଧାରି ନେବେ।
ଧନୁ
ଧନୁ
ପ୍ରତ୍ୟେକ କର୍ମ ସମ୍ପର୍କିତ ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ। ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍‌ ସମ୍ପର୍କୀୟ ଚିନ୍ତା କରିପାରନ୍ତି। ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳିବ, କିନ୍ତୁ ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରା, ସ୍ତ୍ରୀ ସମ୍ପର୍କ, ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା ସମ୍ବନ୍ଧୀୟ କାର୍ଯରେ ସଫଳତା ପ୍ରଦାନ କରିବେ। ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଂଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ।
କୁମ୍ଭ
କୁମ୍ଭ
ବିଭିନ୍ନ ସମସ୍ୟା କାରଣରୁ ମନରେ ସରସତା ରହିବ ନାହିଁ। ଦୁଃସାହସିକ କାର୍ଯ୍ୟରେ ଶୁଭଫଳ ଅବଶ୍ୟ ପାଇବେ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ। ବାଣିଜ୍ୟ ବ୍ୟବସାୟ, କଚେରି ମାମଲା, ବିଦେଶ ଯାତ୍ରା, କଳା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ର ଅପରିବର୍ତ୍ତିତ ରହିବ।
ମୀନମୀନ
ଆଜିର ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ ଏବଂ ନୂତନ ଯୋଜନା କରିବାରେ ମନ ଦେବେ। କିନ୍ତୁ ଈର୍ଷାପର ନିକଟ ସମ୍ପର୍କୀୟମାନେ କ୍ରମଶଃ ଦୂରେଇ ଯିବାରେ ଲାଗି ପାରନ୍ତି। ପରିବାରରେ ଲାଗି ରହିଥିବା ଦୀର୍ଘ ଦିନର ଅଶାନ୍ତି ଦୂର ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri