Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ
ଆଜି ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ

ଯାତ୍ରା କାଳରେ ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ, ଯାହା କି ଆଗାମୀ ସମୟ ପାଇଁ କାମରେ ଆସିବ। ଅଫିସରେ କେତେକ ଅଟକି ରହିଥିବା ଫାଇଲ୍ କାମ ତାହାର କାରଣ ହୋଇପାରେ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।

ମିଥୁନ
ମିଥୁନ
ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ। କିନ୍ତୁ ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟି ହେବାରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
କର୍କଟ
କର୍କଟ
ସାମୟିକ ଭୁଲ୍ ବୁଝାମଣା କାରଣରୁ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବ୍ୟୟ ଅଟକଳ କରିବେ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ, ଅନ୍ୟଥା ସମସ୍ୟା ଭିତରକୁ ଯାଇପାରନ୍ତି।
ସି˚ହ
ସି˚ହ
କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପାରିବାରିକ ସ୍ତରରେ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ସହମତିରେ କାମ କଲେ ଉପକୃତ ହେବେ। ବସ୍ତ୍ରଭୂଷଣ କିମ୍ବା ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ପରିବାରରେ ଆଲୋଚନା କରିପାରନ୍ତି ।
କନ୍ୟା
ବ୍ୟୟାଧିପ ରାଶିରେ ଥିବାରୁ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ପାଇବା କଷ୍ଟକର ହୋଇପାରେ। ପରିବାରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ। ପ୍ରତି ଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ।
ତୁଳା
ତୁଳା
ସହକର୍ମୀଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। କିନ୍ତୁ ସାୟାହ୍ନେ ଶାରୀରିକ ପୀଡ଼ା ଯୋଗୁ ମନ ବିଚଳିତ ହୋଇପାରେ। ସତର୍କତା ରକ୍ଷା ନ କଲେ ନିଜ ଲୋକମାନେ ବିଶ୍ୱାସଘାତକତାରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟା ରହିଥିଲେ କାମ କରିବାକୁ ପଛାଇବେ ନାହିଁ।
ବିଛା
ବିଛା
ଦିନସାରା ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ। ଆମତ୍ୀୟମାନେ କ୍ରମଶଃ ଦୂରେଇ ଯାଇ ପାରନ୍ତି, ଯାହାକି କେତେକ ଆକସ୍ମିକ ସମସ୍ୟା ସୃଷ୍ଟି କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
ଧନୁ
ଧନୁ
ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ। କୌଣସି ଅପ୍ରୀତିକର ଖବର ପାଇ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ଏହାସଙ୍ଗକୁ ଘରେ ସ୍ତ୍ରୀଙ୍କ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ କିମ୍ବା ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତ।
ମକର
ମକର

ସତର୍କତା ଅଭାବରୁ ଚୋରି,ପକେଟମାର ଅଥବା ଅସାବଧାନତା କାରଣରୁ ଧନହାନିର ସୂଚନା ରହିଛି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।

କୁମ୍ଭ
କୁମ୍ଭ
ଆଜିର ଜୀବନଚର୍ଯ୍ୟା ମଧ୍ୟରେ ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡିବ। ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଘରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ମୀନମୀନ

ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ ଏବଂ ଆଜି ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ। ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିରୁ ମନ ଖୁସୀ ରହିବା ସହ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଗୁପ୍ତ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?