Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ଦ୍ୱିଜା ନକ୍ଷତ୍ର ସନ୍ତାନଙ୍କ କୃତୀ ଓ କୃତିତ୍ୱରେ ଖୁସୀ ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜର ଘର ଲୋକ ମାନଙ୍କୁ କୈଫିୟତ୍‌ ଦେବାକୁ ପଡିବାର ଆଶଙ୍କା ରହିଛି।
ବୃଷ
ବୃଷ

ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ନିଜର ବନ୍ଧୁ ମାନଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ। କୃତ୍ତିକା ନକ୍ଷତ୍ର ସକାଶେ ସନ୍ତାନ ମାନଙ୍କ ସମସ୍ୟା ସମାଧାନର ଓ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରିପାରନ୍ତି।

ମିଥୁନ
ମିଥୁନ
ଆଜି ହଠାତ୍‌ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ନିଜର ଚତୁଃପାର୍ଶ୍ୱରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଯେତେ ପ୍ରକାରର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ତାହା ସନ୍ତୁଷ୍ଟ କରିପାରିବନାହିଁ। ଆଜିର ସଭାସମିତିରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ପ୍ରବାସରେ ହଠାତ୍‌ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ହସ୍ତା ନକ୍ଷତ୍ର ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ତୁଳା
ତୁଳା
ଚନ୍ଦ୍ର ସହ ବୁଧଙ୍କ ସଂଯୋଗଜନିତ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ। ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ।
ବିଛା
ବିଛା
ଆଜି ଅନୁରାଧା ନକ୍ଷତ୍ର ବନ୍ଧୁମାନଙ୍କୁ ଆପଣେଇ ନେଇ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ ଆଗ୍ରହୀ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ୍‌ ବଢିପାରେ।
ଧନୁ
ଧନୁ
ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରୁ ନୂଆଁ ନୂଆଁ ଚିନ୍ତା ଓ ଯୋଜନା ମନରେ ଉଙ୍କିମାରିବ। କୌଶଳ ପ୍ରୟୋଗ କରି, ବନ୍ଧୁମାନଙ୍କୁ ମନାଇ, ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ। ବିବାଦୀୟ ଘଟଣା କ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା ଆଜି ହଠାତ୍‌ ପରିଜନ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ମକର
ମକର

ଆଜିର ଗ୍ରହସ୍ଥିତି ପ୍ରଭାବରେ କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ ପ୍ରିୟଜନଙ୍କ ଅନୁପସ୍ଥିତି ମାନସିକ ଦୁଶ୍ଚିନ୍ତା ସୃଷ୍ଟିକରିବ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ଧନିଷ୍ଠା ନକ୍ଷତ୍ର ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ।

କୁମ୍ଭ
କୁମ୍ଭ
ଆଜି ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
ମୀନମୀନ

ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ। ନିଜର ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି। ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri