Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ଦ୍ୱିଜା ନକ୍ଷତ୍ର ସନ୍ତାନଙ୍କ କୃତୀ ଓ କୃତିତ୍ୱରେ ଖୁସୀ ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜର ଘର ଲୋକ ମାନଙ୍କୁ କୈଫିୟତ୍‌ ଦେବାକୁ ପଡିବାର ଆଶଙ୍କା ରହିଛି।
ବୃଷ
ବୃଷ

ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ନିଜର ବନ୍ଧୁ ମାନଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ। କୃତ୍ତିକା ନକ୍ଷତ୍ର ସକାଶେ ସନ୍ତାନ ମାନଙ୍କ ସମସ୍ୟା ସମାଧାନର ଓ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରିପାରନ୍ତି।

ମିଥୁନ
ମିଥୁନ
ଆଜି ହଠାତ୍‌ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ନିଜର ଚତୁଃପାର୍ଶ୍ୱରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଯେତେ ପ୍ରକାରର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ତାହା ସନ୍ତୁଷ୍ଟ କରିପାରିବନାହିଁ। ଆଜିର ସଭାସମିତିରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ପ୍ରବାସରେ ହଠାତ୍‌ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ହସ୍ତା ନକ୍ଷତ୍ର ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ତୁଳା
ତୁଳା
ଚନ୍ଦ୍ର ସହ ବୁଧଙ୍କ ସଂଯୋଗଜନିତ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ। ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ।
ବିଛା
ବିଛା
ଆଜି ଅନୁରାଧା ନକ୍ଷତ୍ର ବନ୍ଧୁମାନଙ୍କୁ ଆପଣେଇ ନେଇ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ ଆଗ୍ରହୀ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ୍‌ ବଢିପାରେ।
ଧନୁ
ଧନୁ
ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରୁ ନୂଆଁ ନୂଆଁ ଚିନ୍ତା ଓ ଯୋଜନା ମନରେ ଉଙ୍କିମାରିବ। କୌଶଳ ପ୍ରୟୋଗ କରି, ବନ୍ଧୁମାନଙ୍କୁ ମନାଇ, ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ। ବିବାଦୀୟ ଘଟଣା କ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା ଆଜି ହଠାତ୍‌ ପରିଜନ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ମକର
ମକର

ଆଜିର ଗ୍ରହସ୍ଥିତି ପ୍ରଭାବରେ କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ ପ୍ରିୟଜନଙ୍କ ଅନୁପସ୍ଥିତି ମାନସିକ ଦୁଶ୍ଚିନ୍ତା ସୃଷ୍ଟିକରିବ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ଧନିଷ୍ଠା ନକ୍ଷତ୍ର ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ।

କୁମ୍ଭ
କୁମ୍ଭ
ଆଜି ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
ମୀନମୀନ

ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ। ନିଜର ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି। ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରି ୨୩ ତାରିଖ – Daily Horoscope

ମେଷ ବୁଧ ନକ୍ଷତ୍ରସ୍ଥ ମଙ୍ଗଳ ରୋଗପୀଡ଼ା, ଶତ୍ରୁତା, ଭ୍ରାତୃ ସମ୍ପର୍କହାନୀ ଘଟାଇବାର ପୂର୍ଣ୍ଣ ସୂଚନା ରହିଛି । ଅବଶ୍ୟ କର୍ମସ୍ଥ ରବି ଓ ବୁଧ ପ୍ରଭାବରେ...

ରାଶିଫଳ: ରବିବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ...

ରାଶିଫଳ: ଗୁରୁବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଅବଶ୍ୟ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଶିଳ୍ପ,ବ୍ୟବସାୟ,ବାଣିଜ୍ୟ ଓ ପରିବହନ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନକଲେ ପରେ...

ରାଶିଫଳ: ରବିବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ...

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରେ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। କିନ୍ତୁ ଅଶ୍ୱିନୀ ନକ୍ଷତ୍ର ବ୍ୟକ୍ତିମାନେ ସମସ୍ୟାଗ୍ରସ୍ତ ହେବେ ଏବଂ ସେମାନଙ୍କର ମାନସିକ...

ରାଶିଫଳ: ଶନିବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଦ୍ୱାଦଶଚନ୍ଦ୍ର ହେତୁ ଦୂ ରଯାତ୍ରା କରିପାରନ୍ତି ,କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ। ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା...

ରାଶିଫଳ: ଶନିବାର, ଫେବୃୟାରୀ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଦ୍ୱିଜା ନକ୍ଷତ୍ରର ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି...

Advertisement
Archives

Model This Week