Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ
ଆଜି ଆନୁଷ୍ଠାନିକ କ୍ଷେତରେ, ବନ୍ଧୁମିଳନରୁ କିମ୍ବା ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ମାନିତ ହେବେ। ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। କେତେକ କ୍ଷେତ୍ରରେ ଅସୁବିଧା ନ ହୋଇ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବା ସୂଚନା ରହିଛି।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ରୋହିଣୀ ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରକାଶନ, ଆଇନ, ଅଦାଲତ କ୍ଷେତରୁ ସୁଫଳ ପାଇବେ।
ମିଥୁନ
ମିଥୁନ
ମନେ ମନେ ଖୋଜୁଥିବା ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ପୁନର୍ବସୁ ନକ୍ଷତ୍ରର ବାଣିଜ୍ୟ ଓ କଳା, ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପରକଥାରେ ମନ ଦେଇ ନିଜ କାମକୁ ଅବହେଳାକରି ଘରଲୋକମାନଙ୍କଠାରୁ ଗାଳି ଖାଇବାକୁ ପଡ଼ିପାରେ। ଦୀର୍ଘଦିନ ହେଲା ଅସୁସ୍ଥ ଥିବା ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ।
କର୍କଟ
କର୍କଟ
ପାରିବାରିକ କ୍ଷେତ୍ରରେ ମଧ୍ୟ ସାମାନ୍ୟ ଅସୁବିଧା ଥିବା ଅନୁଭବ କରିବେ। ବନ୍ଧୁମାନଙ୍କ ଆମନ୍ତ୍ରଣ କ୍ରମେ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। ଛୋଟ କଥାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପୁଷ୍ୟା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ସି˚ହ
ସି˚ହ
କୌଣସି କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ବହୁଦିନର ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ସାଧାରଣ ବ୍ୟକ୍ତି ସାହାଯ୍ୟ କରିବେ। କୌଣସି ବନ୍ଧୁଙ୍କ ସମ୍ବନ୍ଧରେ ଅସମର୍ଥିତ ସୂତ୍ରରୁ ଅଶୌଚ ଖବର ପାଇପାରନ୍ତି। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଆତ୍ମୀୟଙ୍କ ଦ୍ୱାରା ଉପେକ୍ଷିତ ହୋଇ ମନଦୁଃଖ କରିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କହି ସମାଲୋଚିତ ହୋଇପାରନ୍ତି। ହସ୍ତା ନକ୍ଷତ୍ର ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଧିକାଂଶ ସମୟ ଅନ୍ୟମନସ୍କ ରହିବା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ହଠାତ୍‌ ମତ ବଦଳାଇବା ଠିକ୍‌ ହେବ ନାହିଁ।
ତୁଳା
ତୁଳା
ଆଜି ସ୍ବାତୀ ନକ୍ଷତ୍ରର କାର୍ଯ୍ୟ ହାସଲ ହେବ,ବିବାଦର ଅବସାନ ଘଟିବ, ଅଭିଳଷିତ ଜିନିଷ ମଧ୍ୟ ପାଇପାରିବେ। ମାତ୍ର ଘରେ ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବା ଆଶଙ୍କା ମଧ୍ୟ ରହିଛି। ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ ରହିବ।
ବିଛା
ବିଛା
ପୂର୍ବ ପରିସ୍ଥିତି ବଦଳିଯାଉଥିବାରୁ ମାନ ସେତେଟା ଭଲ ରହି ନ ପାରେ। ଅଧିକାଂଶ ସମୟ ଅନ୍ୟମନସ୍କ କିମ୍ବା ଅତୀତ ଘଟଣାର ଅନୁଚିନ୍ତା ଯୋଗୁ ବ୍ୟସ୍ତ ରହିପାରନ୍ତି। ଅଯାଚିତ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ଅନୁରାଧା ନକ୍ଷତ୍ରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।
ଧନୁ
ଧନୁ
ସକାଳୁ ସକାଳୁ ଶୁଭ ଖବର ପାଇବେ ଓ ବନ୍ଧୁମାନଙ୍କ ସହ ଯାତ୍ରା କରିବେ। ପୂର୍ବାଷାଢ଼ା ନକ୍ଷତ୍ର କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ସାହାଯ୍ୟ କରିବା ସକାଶେ ବନ୍ଧୁବର୍ଗମାନେ ପ୍ରତିଶ୍ରୁତି ଦେଇପାରନ୍ତି। ପରିବାରରେ ପିଲାମାନଙ୍କ ସକାଶେ ମନ ବିଚଳିତ ହୋଇପାରେ।
ମକର
ମକର
କେତେକ କ୍ଷେତ୍ରରେ ନିଜର ଇଚ୍ଛା ବିରୋଧରେ କାମ କରି ପରେ ଅନୁତାପ କରିବେ। ଶ୍ରବଣା ନକ୍ଷତ୍ର ସକାଶେ କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେବା ସୂଚନା ରହିଛି। ଶିଳ୍ପ, ବାଣିଜ୍ୟ ଓ ରାଜନୈତିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲରେ କଟିବ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅଭାବରୁ ହଇରାଣ ହରକତ ହୋଇପାରନ୍ତି। ପରିବାରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଶତଭିଷା ନକ୍ଷତ୍ର କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। ନିଜ ଲୋକମାନଙ୍କଠାରୁ ସହାନୁଭୂତି ଲାଭକରି ଖୁସି ହେବେ।
ମୀନମୀନ

ବିନା କାରଣରେ ଶତ୍ରୁତା ଓ ସମସ୍ୟା ବୃଦ୍ଧି ପାଉଥିବାରୁ ମନ ଭଲ ରହି ନ ପାରେ। ଚାହୁଁଥିବା ଅର୍ଥ ଲାଭ ହେଲେ ମଧ୍ୟ ତାହାକୁ କେନ୍ଦ୍ରକରି କେତେକ ସମସ୍ୟା ସୃଷ୍ଟି ହେବ। ଉତ୍ତରଭାଦ୍ରପଦ ନକ୍ଷତ୍ର ପାଇଁ କର୍ମକ୍ଷେତ୍ରରେ ସହକର୍ମୀଙ୍କ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ। ରାଜନୈତିକ କ୍ଷେତ୍ରରେ ହାତ ମୁଠାରୁ ସୁ୍‌ଯୋଗ ଖସିଯିବା ଆଶଙ୍କା ଦେଖାଦେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri