Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ
ଆଜି ଗଜକେଶରୀ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ, ସମାଜରେ ପଲୋକପ୍ରିୟତା ହାସଲ କରିବେ। ସ୍ଥଗିତ କାମ ସୁବିଧାରେ ସମ୍ପନ୍ନ ହେବାରୁ ଖୁସି ଅନୁଭବ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ସାଙ୍ଗକୁ ସ୍ନାୟବିକ ଦୁର୍ବଳତା କେତେକାଂଶରେ ଦୂର ହେବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଅଶ୍ୱିନୀ ନକ୍ଷତ୍ରର ମନ ଉଦାସ ରହିପାରେ।
ବୃଷ
ବୃଷ
ଅନ୍ୟମାନଙ୍କ ସାହାଯ୍ୟରୁ ବିବାଦୀୟ ସ୍ଥିତି ଦୂରେଇଯିବ। ଶୁକ୍ରଙ୍କ ଦୁଃସ୍ଥାନ ସ୍ଥିତିଜନିତ ସମସ୍ୟା ଲାଗି ରହିଲେ ମଧ୍ୟ କର୍ମ ସମ୍ପାଦନ କରିପାରିବେ। ନିଜର ସମ୍ପର୍କୀୟ ବ୍ୟକ୍ତିମାନେ ଦୂରେଇ ଯିବାରୁ ପର ଲୋକଙ୍କୁ ଆପଣାର କରିବାକୁ ବାଧ୍ୟ ହୋଇପାରନ୍ତି। ବ୍ୟସ୍ତ ରହି ଘର ପାଇଁ ରହିଥିବା ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେବାର ସୂଚନା ରହିଛି।
ମିଥୁନ
ମିଥୁନ
ଧନାଧିପ ଧନସ୍ଥାନସ୍ଥ ହେତୁ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ଘଟିବ। ଘରକଥା ପଛକୁ ପକାଇ ବାହାର ଲୋକଙ୍କ କାମରେ ବିଶେଷ ସମୟ ଦେଇପାରନ୍ତି। ହଜିଯାଇଥିବା ଜିନିଷ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖବର ପାଇବା ସମ୍ଭାବନା ରହିଛି। ଜନସେବା ପ୍ରତି ମନ ବଳିବ କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀ କେହି ଚଞ୍ଚକତା ପ୍ରଦର୍ଶନ କରିପାରନ୍ତି।
କର୍କଟ
କର୍କଟ
ବୃହସ୍ପତିଙ୍କ ପ୍ରଭାବରେ କର୍ମଜଞ୍ଜାଳ ବୃଦ୍ଧି କାରଣରୁ ବାରମ୍ବାର ସ୍ଥାନ ପରିବର୍ତ୍ତନ କରିବାକୁ ପଡ଼ିପାରେ। ପରିସ୍ଥିତି ସହ ଟକ୍କର ଦେଇ ଆଗକୁ ବଢିଲେ ସଫଳତା ମିଳିବ। ସଭାସମିତିରେ ଆଲୋଚନା ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ବାଣିଜ୍ୟ, ଗବେଷଣା, ନିର୍ମାଣ ପ୍ରଭୃତି କ୍ଷେତ୍ର ମଧ୍ୟମ ପ୍ରକାରର ରହିବ।
ସି˚ହ
ସି˚ହ
ବୁଧଙ୍କ ବୌଦ୍ଧିକତାରୁ କୌଶଳପୂର୍ଣ୍ଣ କଥନ ଶୈଳୀ ମାଧ୍ୟମରେ ଆଶା ପୂରଣ ହେବା ନିଶ୍ଚିତ। ବୁଝାମଣା ନେଇ ଅଶାନ୍ତିକର ପରିସ୍ଥିତି ଦେଖାଦେବାର ଆଶଙ୍କା ରହିଛି। ବାନ୍ଧବୀଙ୍କ ମିଥ୍ୟା ପ୍ରତିଶ୍ରୁତି ଉପରେ ଭରସା କଲେ ଅସୁବିଧାରେ ପଡ଼ିପାରନ୍ତି। ନୂତନ ଘର, ଗାଡ଼ି, କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବାର ସୂଚନା ରହିଛି।
କନ୍ୟା
ଏକାଦଶସ୍ଥ ଚନ୍ଦ୍ର ହେତୁ ଅର୍ଥକୁ କେନ୍ଦ୍ରକରି ଆକସ୍ମିକ କଳହର ସୂଚନା ରହିଛି। କିନ୍ତୁ ସଭାସମିତିରେ, ଆନୁଷ୍ଠାନିକ ତଥା କର୍ମକ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପାରନ୍ତି। ପାରିବାରିକ, ପରିବହନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଆଜିର ଶୁଭ ଚନ୍ଦ୍ର ପ୍ରଭାବରୁ ଯେଉଁ ଭଳି ଚିନ୍ତା କରୁଛନ୍ତି, ଠିକ୍‌ ସେହିପରି ହିଁ ହେବ। ବନ୍ଧୁମାନଙ୍କ ସାହାଯ୍ୟରୁ ଆର୍ଥତ୍କ ସ୍ଥିତି ବେଶ୍‌ ମଜଭୁତ ରହିବ। ସଭାସମିତିରେ ନ୍ୟାୟୋଚିତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ଭାଗ୍ୟସ୍ଥାନରେ ଚନ୍ଦ୍ର ଥିବାରୁ କାର୍ଯ୍ୟସିଦ୍ଧି ସହ ଅଭିଳଷିତ ଜିନିଷ ପାଇବେ। କୌଣସି ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତି କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ।
ଧନୁ
ଧନୁ
ଆଜି ଅଷ୍ଟମ ଚନ୍ଦ୍ର ହେତୁ ମାନସିକ ଅସ୍ଥିରତା ସୃଷ୍ଟି ସୂଚନା ରହିଛି। ନିଜ ଲୋକମାନେ ଦାଉ ସାଧିବା ପାଇଁ ଚେଷ୍ଟା କରିପାରନ୍ତି। ସାମାଜିକ ସ୍ତରରେ,ରାଜନୀତି କ୍ଷେତ୍ରରେ, ସଭାସମିତିରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ତଥାପି ଆପଣ କେତେକ କ୍ଷେତ୍ରରେ ହାତପାଆନ୍ତାରେ ସୁଯୋଗ ପାଇବେ।
ମକର
ମକର
ଶୁଭଚନ୍ଦ୍ରଜନିତ ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ପ୍ରଶଂସିତ ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଯାତ୍ରାରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ପ୍ରତୀକ୍ଷା କରି ରହିବାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
କୁମ୍ଭ
କୁମ୍ଭ
ଧନାଧିପ ଧନସ୍ଥ ଯୋଗୁ ଆର୍ଥିକ ଦୁରବସ୍ଥା ଦୂରେଇ ଯିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଶତଭିଷା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। କୌଣସି ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ମାଙ୍ଗଳିକ କାମରେ ବ୍ୟସ୍ତ ରହିବେ। ବନ୍ଧୁଙ୍କ ନିକଟରେ ଥିବା ଟଙ୍କା ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ।
ମୀନମୀନ

ଧନସ୍ଥାନରେ ଗୁରୁ ହେତୁ ବନ୍ଧୁଙ୍କ ନିକଟରୁ ସକଳୁ ସକାଳୁ ଶୁଭ ଖବର ପାଇ ଖୁସି ହୋଇଯିବେ। ନିକଟ ସମ୍ପର୍କୀୟମାନେ କୌଣସି ଆଲୋଚନା ସକଶେ ଡାକିପାରନ୍ତି। ଦକ୍ଷତା ହେତୁ କର୍ମକ୍ଷେତ୍ର୍ରରେ କିମ୍ବା ନିଜ ପରିସରରେ ପ୍ରତିଷ୍ଠିତ ହେବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri