Posted inRasifala

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨ ତାରିଖ – Daily Horoscope

ମେଷ
ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ନ ହୋଇପାରିବା ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ଅର୍ଥ ସଂକଟ ସାଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମ କରି ଏବଂ ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟହାନି ସାଙ୍ଗକୁ କେତେକ ଆକସ୍ମିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହିବ ନାହିଁ। ବନ୍ଧୁଙ୍କ ସହାନୁଭୂତି ଲାଭ କରିବେ ଓ ସମସ୍ୟାର ସମାଧାନ ହୋଇଯିବ। ଅଭାବ ପୂରଣ ଦିଗରେ ପଡ଼ୋଶୀଙ୍କ ସାହାଯ୍ୟ କାମକୁ ଆସିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି, ଯାନବାହନ ଲାଭ, ଗୃହ ନିର୍ମାଣ, ଜମିଜମା କାରବାରରେ ଅଗ୍ରଗତି ଯୋଗୁ ଖୁସି ରହିବେ। ନୂତନ ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମକଦ୍ଦମା, ଗବେଷଣା, ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। କ୍ରନିକ୍‌ ରୋଗ, ଦୀର୍ଘଦିନର ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
କର୍କଟ
କର୍କଟ
ଆଜି କର୍ମାରମ୍ଭ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଦୂରଯାତ୍ରା ଓ ବନ୍ଧୁମିଳନରୁ ଖୁସି ରହିବେ। ଏହା ସାଙ୍ଗକୁ ପାରିବାରିକ ସ୍ଥିରତା, ଅର୍ଥାଭାବ ଦୂରେଇ ଯିବ, କାର୍ଯ୍ୟସିଦ୍ଧି ହେତୁ ଅପରାହ୍ନଟି ଖୁସିରେ କଟାଇବେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି। ଶିଳ୍ପ, ଗୃହ ନିର୍ମାଣ, ପରିବହନ, ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିବେ।
ସି˚ହ
ସି˚ହ
ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରି ଖୁସି ମନାଇବେ। ସକାଳ ସମୟଟି ଭଲ ରହିବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ଯୁକ୍ତିତର୍କକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବା ଆଶଙ୍କା ରହିଛି। ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରି ରଖିବା ସହ ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ବ୍ୟସ୍ତ ରହିବେ।
କନ୍ୟା
ସାମାଜିକ ସ୍ତରରେ ସୁସମ୍ପର୍କ ଓ ସମ୍ମାନ, ପ୍ରଶଂସା ପାଇ ମନ ଖୁସି ରହିବ। ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ପାଇବେ। ହଠାତ୍‌ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦ ଦେଖାଦେଇ ପାରେ। ପିଲାଙ୍କ ପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ।
ତୁଳା
ତୁଳା
ନିଜର ଲୋକ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଏବଂ ଭ୍ରମଣ ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ସଭାସମିତିରେ ନିଷ୍ପତ୍ତି ବଦଳାଇବା ଫଳରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ।
ବିଛା
ବିଛା
କର୍ମଜଞ୍ଜାଳ ବୃଦ୍ଧି କାରଣରୁ କୌଣସି ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ବନ୍ଧୁଙ୍କ ସାହାଯ୍ୟରେ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିବାଦୀୟ ପରିସ୍ଥିତିର ମୁକାବିଲା କରି ବ୍ୟବସାୟକୁ ଆଗକୁ ବଢାଇବାକୁ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ସକାଳୁ କୌଣସି କର୍ମାରମ୍ଭରେ ସଙ୍କଟର ସମ୍ମୁଖୀନ ହେବେ। ଅନ୍ୟକୁ ସହଜରେ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ। ଲେଖାପଢ଼ା ତଥା ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିବା କାରଣରୁ ମନ ଅସ୍ଥିର ରହିବ। ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ଘଟଣା, ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନରେ ସଫଳ ହେବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ ସୁଖ ସମ୍ଭୋଗ ଓ ବିଳାସବ୍ୟସନର ସୁଯୋଗ ପାଇଲେ ମଧ୍ୟ ତାହା ଉପଭୋଗ୍ୟ ନ ହୋଇପାରେ। ଗୃହ, ଯାନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଦ୍ରବ୍ୟ ପାଇଁ ମନ ବଳାଇବେ। ବନ୍ଧୁବର୍ଗ ଓ ଆତ୍ମୀୟଙ୍କ ସାହାଯ୍ୟରୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ପିଲାଙ୍କ ବିବାହ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ।
ମୀନମୀନ

ଆଜିର ଦିନଟିରେ ଅର୍ଥଲାଭ, ସ୍ବାଦିଷ୍ଠ ଭୋଜନ, ବନ୍ଧୁଙ୍କ ଆଦର ସୋହାଗ ମନକୁ ପ୍ରଫୁଲ୍ଲିତ କରି ରଖିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri