Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ
ଚନ୍ଦ୍ରମଙ୍ଗଳ ଯୋଗ ଆପଣଙ୍କୁ ବନ୍ଧୁମିଳନ ସହ ଅର୍ଥ, ଉଚ୍ଚସମ୍ମାନ ପ୍ରଦାନ କରିବ। ଆଶା କରିଥିବା କାର୍ଯ୍ୟଟିରେ ସଫଳତା ସକାଶେ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ବୃଷ
ବୃଷ
ବିଭିନ୍ନ ପ୍ରକାରର ଝମେଲା ଭିତର ଦେଇ ଯିବାକୁ ପଡୁଥିବାରୁ ସମ୍ପୂର୍ଣ୍ଣଭାବେ ଶାନ୍ତି ଓ ସନ୍ତୋଷ ଆସିବ ନାହିଁ। ନିର୍ଦ୍ଦିଷ୍ଟ ଦିଗରୁ ଅର୍ଥ ଓ ସମ୍ମାନ ପାଇବାରେ କିଛି ଅସୁବିଧା ରହିବ ନାହିଁ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଭାରାକ୍ରାନ୍ତ ମନରେ ଦିନଟି କଟାଇବାକୁ ପଡିପାରେ।
ମିଥୁନ
ମିଥୁନ
ମାନସିକ ଅସ୍ଥିରତା କାରଣରୁ କୌଣସି କାମରେ ମନ ଲାଗିବ ନାହିଁ। ସଦାବେଳେ ଝଗଡ଼ା କରିବାକୁ ଚାହିଁ ବସିଥିବା ଲୋକଟିର ସାମ୍ନା କରିବା ପାଇଁ ଚିନ୍ତିତ ହେବେ। ପାରିବାରିକ ଶାନ୍ତି ସହିତ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ନିଜର ସୁଖ ସୁବିଧାକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାମୟିକ ବ୍ୟତିକ୍ରମ ଲାଗିରହିଲେ ମଧ୍ୟ ଯେଉଁ କାମଟି ହାତକୁ ନେଇଛନ୍ତି, ତାହା ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ ସରକାରୀ ସ୍ତରରୁ ଋଣ ସୂତ୍ରରେ ଅର୍ଥଲାଭ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବହୁତ ଦିନର ସମସ୍ୟା ଆଜି ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ବୁଝିବେ। ଆପଣଙ୍କ ସେବା ଓ ସାହାଯ୍ୟଲାଭ କରି ରୋଗୀ, ପଡ଼ୋଶୀ କିମ୍ବା ସହଯାତ୍ରୀଟି ଆଜି ବହୁତ ଖୁସି ହୋଇଯିବ। ବାଧାପ୍ରାପ୍ତ ପରିବହନରେ ଉନ୍ନତି ପରିଲକ୍ଷିତ ହେବ ଓ ସମସ୍ୟା ସମାଧାନରୁ ଖୁସି ରହିବେ।
କନ୍ୟା
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗଁୁ ବିଚଳିତବୋଧ କରିବେ। ବନ୍ଧୁ ନିଜର ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଠିକ୍‌ ସମୟରେ ଆସିପାରିବେ। ଆର୍ଥିକ ଦିଗଟି ପୂର୍ବପରି ରହିବାର ବିଶେଷ ଆନନ୍ଦ ଅନୁଭବ କରିବେ। ନିଜକୁ ପରିସ୍ଥିତି ଓ ପରିବେଶ ସହ ଖାପ ଖୁଆଇ ଚଳିବାକୁ ପଡ଼ିବ।
ତୁଳା
ତୁଳା
ଆପଣଙ୍କ କୌଣସି କଥାରେ ଅଭାବ ରହିବ ନାହିଁ କି କାମ ମଧ୍ୟ ଅଟକିବାର ପ୍ରଶ୍ନ ଉଠୁନି। ପାରିବାରିକ କ୍ଷେତ୍ରରେ କିଛିଟା ବ୍ୟତିକ୍ରମକୁ ସାମନା କରିବାକୁ ପଡିପାରେ। ବନ୍ଧୁଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବ।
ବିଛା
ବିଛା
ଆକସ୍ମିକ ଭାବରେ କୌଣସି ମହିଳାଙ୍କ ସାହାଯ୍ୟ ଓ ସହଯୋଗରୁ ମାନସିକ ଅସ୍ଥିରତା ଦୂରେଇଯିବ। ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟରଖି କାମ ନ କଲେ ଅସୁବିଧାରେ ପଡ଼ି ପାରନ୍ତି। ସଭାସମିତି କିମ୍ବା ଗଠନମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି। ଯାତ୍ରା ସମୟରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଅଫିସିଆଲି ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ।
ମକର
ମକର
ସକାଳୁ ସକାଳୁ ପାରିବାରିକ ସମସ୍ୟାରେ ମନଟା ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ଅଫିସ୍‌ରେ ବିବାଦ ବଢ଼ିବା କାରଣରୁ କୌଣସି ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ନିଜ ଲୋକଙ୍କ ଖାପଛଡ଼ା ମନୋଭାବ, ଘରଲୋକଙ୍କ ମନଇଚ୍ଛା କାମ ହେତୁ ବ୍ୟସ୍ତ ହେବେ। ଆର୍ଥିକ ସ୍ଥିତି ମନ୍ଦ ହେବନି।
କୁମ୍ଭ
କୁମ୍ଭ
ପରିସ୍ଥିତିକୁ ଲାଘବ ଉଦ୍ଦେଶ୍ୟରେ ଅନ୍ୟମାନଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବେ। ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରିନେବେ। ଅପରାହ୍ନରେ ଭଲ ବନ୍ଧୁ ସାଧାରଣ କଥାରେ ବିଗିଡି ଯାଇପାରନ୍ତି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇପାରେ।
ମୀନମୀନ
କର୍ମକ୍ଷେତ୍ର୍ରରେ ବନ୍ଧୁମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ହାତକୁ ନେଇଥିବା କାମଟି ଶେଷ କରିବା ଲାଗି ବହୁ ପ୍ରତିରୋଧର ସାମ୍ନା କରିବାକୁ ପଡିପାରେ। ବ୍ୟବସାୟ, ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ। ପଛ କଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri