Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ
ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। କୃତ୍ତିକା ନକ୍ଷତ୍ର ବ୍ୟବସାୟକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ଦିନଟିରେ କିଛି ସମୟ ଟେନ୍ସନ ଲାଗି ରହିଲେ ମଧ୍ୟ ପରକ୍ଷଣରେ ମାନସିକ ଅସ୍ଥିରତା ଦୂରେଇ ଯିବ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତାଜନିତ ପ୍ରତ୍ୟେକ ସମୟରେ ବିଭିନ୍ନ ଝମେଲା ଭିତର ଦେଇ ଯିବାକୁ ପଡିବ। ବାକି ପଡିଥିବା କାମକୁ ଶେଷ କରିବେ କିମ୍ବା ହାତକୁ ନେଇଥିବା କାମଟିକୁ ଆରମ୍ଭ କରି ଦ୍ୱନ୍ଦ୍ୱରେ ପଡିଯିବେ। କର୍ମକ୍ଷେତ୍ରରେ ବକେୟା ଅର୍ଥ ଓ ସମ୍ମାନ ପାଇପାରନ୍ତି। ରୋହିଣୀ ନକ୍ଷତ୍ର ସ୍ବାସ୍ଥ୍ୟ ସମସ୍ୟା ନେଇ ଭାରାକ୍ରାନ୍ତ ମନରେ ଦିନଟି କଟିବ।
ମିଥୁନ
ମିଥୁନ
ଆଜି ମାନସିକ ଅସ୍ଥିରତା କାରଣରୁ କୌଣସି କାମରେ ମନ ଲାଗିବ ନାହିଁ। ଝଗଡ଼ା କରିବାକୁ ଚାହିଁବସିଥିବା ଲୋକଟିର ସାମ୍ନା କରିବା ପାଇଁ ଦୁଶ୍ଚିନ୍ତା ଲାଗିରହିବ। ପୁନର୍ବସୁ ନକ୍ଷତ୍ର ପରିବାରରେ ସହମତିରେ କାମ କଲେ ଉପକୃତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ନିଜର ସୁଖ ସୁବିଧାକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବ୍ୟତିକ୍ରମ ଲାଗିରହିଲେ ମଧ୍ୟ ଯେଉଁ କାମଟି ହାତକୁ ନେଇଛନ୍ତି ତାହାକୁ ସମ୍ପୂର୍ଣ୍ଣ କରିପାରିବେ। ଅଶ୍ଳେଷା ନକ୍ଷତ୍ର ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ ସରକାରୀ ସ୍ତରରୁ ଋଣ ସୂତ୍ରରେ ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି। ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବହୁତ ଦିନରୁ ରହିଆସିଥିବା ସମସ୍ୟା ଆଜି ସମାଧାନ ହୋଇଯିବ। ଆଲୋଚନା କାଳରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଉତ୍ତରାଫାଲଗୁନୀ ନକ୍ଷତ୍ରର ସେବା ଓ ସାହାଯ୍ୟ ଲାଭକରି ସହଯାତ୍ରୀଟି ଆଜି ଖୁସି ହୋଇଯିବ। ପରୋକ୍ଷ ଶତ୍ରୁତାରୁ ପାରିବାରିକ ସମସ୍ୟା ପ୍ରଗତିର ପଥରୋଧ କରିପାରେ।
କନ୍ୟା
ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ବନ୍ଧୁମିଳନ କାର୍ଯ୍ୟକ୍ରମରେ ଅତିଥିମାନେ ଠିକ୍‌ ସମୟରେ ନ ଆସିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆର୍ଥିକ ଦିଗଟି ପୂର୍ବପରି ରହିବାରୁ ଆନନ୍ଦ ଅନୁଭବ କରିବେ। ନିଜକୁ ପରିସ୍ଥିତି ଓ ପରିବେଶ ସହ ଖାପ ଖୁଆଇ ନ ଚଳିପାରିଲେ ହଇରାଣ ହେବାକୁ ପଡ଼ିପାରେ ।
ତୁଳା
ତୁଳା
ଆଜି କୌଣସି ଅଭାବ ରହିବ ନାହିଁ କିମ୍ବା କାମ ମଧ୍ୟ ଅଟକିବାର ପ୍ରଶ୍ନ ଉଠୁନି। ବିଶାଖା ନକ୍ଷତ୍ର ବନ୍ଧୁଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରି ପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ପରିସ୍ଥିତିବଶତଃ ମନର ଦୁଃଖକୁ ମନ ଭିତରେ ରଖି ଯନ୍ତ୍ରବତ୍‌ କାମ କରିବାକୁ ବାଧ୍ୟହେବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ହିତୈଷୀଙ୍କ ସାହାଯ୍ୟ ଓ ସହଯୋଗରୁ ମାନସିକ ଅସ୍ଥିରତା ଦୂରେଇଯିବ। ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟରଖି କାମ ନ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ସାମାଜିକ ସ୍ତରରେ ସଭାସମିତି, ଆଲୋଚନା କିମ୍ବା ଗଠନମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅନୁତାପ କରିବାକୁ ପଡିପାରେ। ଆତ୍ମୀୟଙ୍କ ସହାନୁଭୂତିରୁ କେତେକ ସମସ୍ୟା ଲାଘବ ହୋଇଯିବାର ସୂଚନା ରହିଛି।
ମକର
ମକର
ପାରିବାରିକ ବିବାଦ ବୃଦ୍ଧି କାରଣରୁ ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ଆଜିର କାମଗୁଡ଼ିକ ଡେରିରେ ସମ୍ପନ୍ନ ହେବ। ଆଇନ ଅଦାଲତରେ ସୁଫଳ ପାଇବେ ଓ ନିର୍ମାଣାଧୀନ କାମ ଦ୍ରୁତଗତିରେ ଅଗ୍ରଗାମୀ ହୋଇପାରେ। ଧନିଷ୍ଠା ନକ୍ଷତ୍ର ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ପରିସ୍ଥିତି ଲାଘବ ଉଦ୍ଦେଶ୍ୟରେ ଆଲୋଚନାର ଦିଗକୁ ବଦଳାଇବାରେ ସକ୍ଷମ ହେବେ। ଶତଭିଷା ନକ୍ଷତ୍ର ଅନ୍ୟମାନଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଆଜିର କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
ମୀନମୀନ
କର୍ମକ୍ଷେତ୍ରରେ ବନ୍ଧୁ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ହାତକୁ ନେଇଥିବା କାମ ଶେଷ କରିବା ସକାଶେ ପ୍ରତିରୋଧର ସାମ୍ନା କରିବାକୁ ପଡ଼ିପାରେ। ରେବତୀ ନକ୍ଷତ୍ର ପଛକଥା ନ ଭାବି ବର୍ତ୍ତମାନର ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ। ସଂଯମତା ଅବଲମ୍ବନ କଲେ ବଡ଼ବଡ଼ ସମସ୍ୟାରୁ ମୁକ୍ତ ହୋଇପାରିବେ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri