Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ଆର୍ଥିକ ଉନ୍ନତି ଓ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ । ଭାଇ, ବନ୍ଧୁ ତଥା ପଡୋଶୀମାନଙ୍କ ସହ ସମତାଳ ଦେଇ ଚଳିବା ପାଇଁ ଚେଷ୍ଟାକଲେ ସୁଫଳ ମିଳିପାରିବ । ସହକର୍ମୀମାନଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ କଟାଇପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରି ଯିବା କାରଣରୁ ଖୁସୀ ରହିବେ ।
ବୃଷ
ବୃଷ
ହସଖୁସିରେ ବନ୍ଧୁ ଓ ପ୍ରିୟଜନଙ୍କ ସହ ସମୟ ଅତିବାହିତ କରିବେ । ପରିବାରରେ ବିଭିନ୍ନ ବ୍ୟୟ ବରାଦର ଭରଣା କରିବା ସକାଶେ ବ୍ୟସ୍ତତା ବଢିଯାଇପାରେ । ଘରୋଇ କଳହକୁ ନେଇ ମନରେ ଅଶାନ୍ତି ଲାଗିରହିବ । ମହିଳାଙ୍କ ମନୋରଞ୍ଜନରେ ରୁଚି ବଳିବ ।
ମିଥୁନ
ମିଥୁନ
ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ ପାଇବେ । ମାତ୍ର ଆକସ୍ମିକ ଭାବରେ ବ୍ୟୟ ବୃଦ୍ଧି ଯୋଗୁଁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିନେବେ ।
କର୍କଟ
କର୍କଟ
ଅଧିକାଂଶ ସମୟ ତର୍କ ବିତର୍କ କାରଣରୁ କର୍ମକ୍ଷେତ୍ରରେ ଅଶାନ୍ତ ରହିବେ । ସଭାସମିତି କିମ୍ବା ଅଫିସରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଶୁଭ ଖବର ଶୁଣି ଖୁସି ହେବେ ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍।ହିତ ହେବେ । ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ ।
ସି˚ହ
ସି˚ହ
ପରିସ୍ଥିତିରେ ପଡି ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ କୌଶଳ ଅବଲମ୍ବନ କରିବାକୁ ପଡିପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ । ସ୍ତ୍ରୀଙ୍କ ସହ ମନାନ୍ତର କିମ୍ବା ବାଣିଜ୍ୟ,ବ୍ୟବସାୟରେ କ୍ଷତିର ସୂଚନା ରହିଛି ।
କନ୍ୟା
ପାରିବାରିକ ସମସ୍ୟା ନେଇ ମନରେ ଭାବପ୍ରବଣତା ସୃଷ୍ଟି ହେବ । ବାକ୍ ଅସଞ୍ଜମତା ଯୋଗୁଁ ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ। କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହୋଇପାରେ। ଅଫିସ୍ କାମରେ ନୀତି, ନିୟମରେ କାମ କରି ସମାଲୋଚିତ ହୋଇ ପାରନ୍ତି।
ତୁଳା
ତୁଳା
ନୂତନ ପରିବେଶ ଓ ପାରିପାର୍ଶ୍ୱିକ ସ୍ଥିତିର ପରିବର୍ତ୍ତନ ମନକୁ ସାମୟିକ ସରସ ସୁନ୍ଦର କରିବ। ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ । ବ୍ୟବସାୟରେ ଅଭୂତପୂର୍ବ ସଫଳତା ପାଇବେ । ମାଲିମକଦ୍ଦମାରେ ଆପୋଷ ଓ ସଭାସମିତିରେ ଆଲୋଚନା ଦ୍ୱାରା ସରଳ ସମାଧାନ ହୋଇଯିବ ।
ବିଛା
ବିଛା
ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ ଓ ଜଣେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିଯିବ । ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ଅନୁରାଧା ନକ୍ଷତ୍ରର ଈର୍ଷା ପରାୟଣତା ହେତୁ ଓ କଠୋର ବାକ୍ୟାଳାପ କାରଣରୁ ନିଜଲୋକଙ୍କଠାରୁ ଆସ୍ଥା ହରାଇ ବସିପାରନ୍ତି । କଳା ଓ କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ ।
ଧନୁ
ଧନୁ
ପୂର୍ବ ସମସ୍ୟା ଦୂରେଇ ଯାଇ ଥିବାରୁ ମନ ଏକପ୍ରକାର ହାଲୁକା ରହିବ । କିନ୍ତୁ କେତେକ ଘଟଣାରେ ଠିକ୍ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ । ବହୁତ ଦିନରୁ ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୂଳ ସୁ୍ଯୋଗ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡିବେ ।
ମକର
ମକର
ସତର୍କତାର ସହ କାମ ନ କଲେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବେ । ଆର୍ଥିକ ଅଭିବୃଦ୍ଧି ପାଇଁ ଚେଷ୍ଟା କରି ସଫଳ ହେବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ମହିଳାମାନେ ନିଜ ଲୋକଙ୍କଠାରୁ ସମ୍ପର୍କ ହରାଇବେ ।
କୁମ୍ଭ
କୁମ୍ଭ
ପ୍ରାତଃ ଭ୍ରମଣ ସକାଶେ ମନ ବଳାଇ ଦୂର ସ୍ଥାନକୁ ଯାତ୍ର କରିପାରନ୍ତି । ଦୀର୍ଘ ସମୟରୁ ପ୍ରତୀକ୍ଷା କରି ପରିଶେଷରେ ପଡୋଶୀଙ୍କଠାରୁ ଶୁଭଖବର ପାଇ ଖୁସି ହେବେ । ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ପୁତ୍ରକନ୍ୟାଙ୍କ ଯୋଗୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ ।
ମୀନମୀନ
ନିୟମାନୁବର୍ତ୍ତିତା ଓ କାର୍ଯ୍ୟଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ସଫଳତା ଅବଶ୍ୟ ପାଇବେ । କ୍ରୀଡା, ଚଳଚ୍ଚିତ୍ର, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜିିବେ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri