Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରୁ ସକାଳୁ ସକାଳୁ ଅର୍ଥ ଲାଭ ସଙ୍ଗକୁ କାର୍ଯ୍ୟସିଦ୍ଧି ଘଟିବ। ବନ୍ଧୁମାନଙ୍କ ସହ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। କିନ୍ତୁ କୃତ୍ତିକା ନକ୍ଷତ୍ର ପାଇଁ ଗୃହ, ଭୂମି, ଗାଡିମୋଟର ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କା ମଧ୍ୟ ରହିଛି।
ବୃଷ
ବୃଷ

ଭାଗ୍ୟସ୍ଥାନକୁ ଶୁକ୍ର ଦେଖୁଥିବାରୁ ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ,ବାଣିଜ୍ୟାରମ୍ଭ କରିପାରନ୍ତି। ଘରେ କିମ୍ବା ଅଫିସ୍‌ରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍‌ ବାହାରକୁ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି।

ମିଥୁନ
ମିଥୁନ
ମଙ୍ଗଳଙ୍କ ଦୃଷ୍ଟିରେ ବୁଧ ଥିବାରୁ ପାରିବାରିକ ଅସ୍ଥିରତାଜନିତ ମନ ଭଲ ରହିବ ନାହିଁ। ଅବଶ୍ୟ ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧିବଳ ଖଟାଇ ଅର୍ଥଲାଭ କରିବେ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି।
କର୍କଟ
କର୍କଟ
ଚତୁର୍ଥ ଏକାଦଶାଧିପ ରାଶିରେ ଥିବାରୁ ଚେଷ୍ଟା ସଫଳ ହେବାରେ କୌଣସି ଅସୁବିଧା ହେବନାହିଁ। ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ
କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ତୃତୀୟସ୍ଥ ବୁଧ ଷଷ୍ଠାଧିପତିଙ୍କ ଦୃଷ୍ଟିରେ ଥିବାରୁ ନିକଟସ୍ଥ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ରଚନାମତ୍କ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
ମିତ୍ରକ୍ଷେତ୍ରସ୍ଥ ରାଶ୍ୟାଧିପ ହେତୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଗ୍ରହଣ କରି ଉପକୃତ ହେବେ। ଆଜି ଯେଉଁଠାରୁ ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି।
ତୁଳା
ତୁଳା
ଶୁକ୍ରଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ। ଭୋଗବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ଅଫିସ ଭିତରେ କିମ୍ବା ଆଜିର ଫେରନ୍ତା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କଚେରି ମାମଲା ସକାଶେ ଚିନ୍ତା ବଢିପାରେ।
ବିଛା
ବିଛା
ଦ୍ୱାଦଶଭାବକୁ ମଙ୍ଗଳ ଦେଖୁଥିବାରୁ ଆଜି ସକାଳୁ ସକାଳୁ ଦୂରଯାତ୍ରା କରିବାକୁ ପଡିପାରେ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି।
ଧନୁ
ଧନୁ
ଆଜିର ଗ୍ରହଯୋଗରୁ ଦୀର୍ଘଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ ସ୍ବଜନମାନଙ୍କ ଉପସ୍ଥିତି ଯୋଗୁଁ ଖୁସୀ ହେବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ।
ମକର
ମକର

ରାହୁଙ୍କ ସ୍ଥିତି ସୁସମ୍ପର୍କରେ ଭୁଲ୍‌ ବୁଝାମଣା ଜନିତ ଫାଟ ସୃଷ୍ଟି କରିପାରେ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ।

କୁମ୍ଭ
କୁମ୍ଭ
ଶୁଭଭାବରେ ଶୁକ୍ର ହେତୁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବା ସହ ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିପାରନ୍ତି। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କରନ୍ତୁ।
ମୀନମୀନ

ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ରେବତୀ ନକ୍ଷତ୍ର ସକାଶେ ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri