

ଭାଗ୍ୟସ୍ଥାନକୁ ଶୁକ୍ର ଦେଖୁଥିବାରୁ ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ,ବାଣିଜ୍ୟାରମ୍ଭ କରିପାରନ୍ତି। ଘରେ କିମ୍ବା ଅଫିସ୍ରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍ ବାହାରକୁ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି।


କ୍ଷେତ୍ରରୁ ସୁଫଳ ପାଇବେ।






ରାହୁଙ୍କ ସ୍ଥିତି ସୁସମ୍ପର୍କରେ ଭୁଲ୍ ବୁଝାମଣା ଜନିତ ଫାଟ ସୃଷ୍ଟି କରିପାରେ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ।


ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ରେବତୀ ନକ୍ଷତ୍ର ସକାଶେ ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ।

