Posted inRasifala

ରାଶିଫଳ: ଶନିବାର, ଫେବୃଆରୀ ୩ ତାରିଖ – Daily Horoscope

ମେଷ
ଆଜି ହସ, ଖୁସି ଓ ଆନନ୍ଦ ଉପଭୋଗର ମଉକା ଜୁଟିବ। ଆନୁଷ୍ଠାନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ବନ୍ଧୁଙ୍କ ପରାମର୍ଶରେ ଅଟକିଥିବା କାମକୁ ପୂରାଦମ୍‌ରେ କରିବାର ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ଆମତ୍ୀୟଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ।
ବୃଷ
ବୃଷ
ଅଟକି ରହିଥିବା କାମଗୁଡ଼ିକ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପ୍ରତ୍ୟେକ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। କଚେରି ମାମଲା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆଜି ଯେତିକି ଅର୍ଥ ପାଇବେ ତା’ଠାରୁ ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ। ଅନ୍ୟମାନଙ୍କ ଫୁସୁଲାଫୁସୁଲି କଥାରେ ଭାସିଯାଇ କାମକଲେ ପରେ ଅନୁତାପ କରିପାରନ୍ତି। ସାମାଜିକ କ୍ଷେତ୍ରରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ବ୍ୟବସାୟ, ବାଣିଜ୍ୟ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
କର୍କଟ
କର୍କଟ
କୌଣସି ବନ୍ଧୁ ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ହଇରାଣ କରିବାକୁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପଦୁଟିଏ ପ୍ରଶଂସା ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଅଭିଯୋଗର ସମ୍ମୁଖୀନ ହୋଇପାରନ୍ତି। ଘରୋଇ କଥାରେ ମତପାର୍ଥକ୍ୟ ଲାଗି କାର୍ଯ୍ୟଟି ଅଧାପନ୍ତରିଆ ରହିଯାଇପାରେ।
ସି˚ହ
ସି˚ହ
ଆଜି ଯେଉଁ କାମରେ ହାତଦେବେ ସଫଳତା ପାଇବା କଷ୍ଟକର ହେବ। କର୍ମକ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ। ପୃଷ୍ଠପୋଷକତା ଅଭାବରୁ କାମଗୁଡ଼ିକ ସୁବିଧାରେ ହେବା କଷ୍ଟକର ହୋଇପଡ଼ିବ।
କନ୍ୟା
ଆଜି ସକାଳୁ ବନ୍ଧୁଙ୍କ ଗୃହକୁ ଯିବା ଲାଗି ସଜବାଜ ହୋଇପାରନ୍ତି। ବିବାଦୀୟ ଘଟଣାରେ ନୀରବ ନ ରହିଲେ କିଛି ଭଲ ହେବନାହିଁ। ରୋଗିଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ, ବିଶେଷତଃ ଖାଦ୍ୟପେୟରେ ସତର୍କ ରହନ୍ତୁ। ବ୍ୟବସାୟରେ ଠକାମିରେ ପଡ଼ିପାରନ୍ତି, ଏଣୁ ସତର୍କତା ଅବଲମ୍ବନ କରିବା ଭଲ ହେବ।
ତୁଳା
ତୁଳା
ଆସନ୍ତାକାଲିର କାର୍ଯ୍ୟ ସକାଶେ ଆଜି ବନ୍ଧୁଙ୍କ ସହ ବିଶେଷ ଆଲୋଚନା କରିବା ଭଲ ହେବ। ଅସୁମାରି ଆଶା ଓ ଆଗ୍ରହ ନେଇ ଯେଉଁ ବନ୍ଧୁଙ୍କ କାମରେ ବାହାରିଥିଲେ ଫେରିଲାବେଳକୁ ସେହି ଆନନ୍ଦ ରହିବନାହିଁ। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ଜଣେ ବନ୍ଧୁଙ୍କ ଅନୁପସ୍ଥିତିରୁ ମନ ଭଲ ଲାଗି ନ ପାରେ।
ବିଛା
ବିଛା
ଅନ୍ୟମାନଙ୍କ ଯେତେ ମନଧରି କାମ କଲେ ମଧ୍ୟ ସମ୍ପର୍କୀୟମାନେ ଦୂରେଇ ରହୁଥିବାର ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାରେ ପଡ଼ି ବିଚଳିତ ହୋଇପାରନ୍ତି। କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟ, ନିର୍ମାଣ, ମାଲି ମକଦ୍ଦମା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତିରେ ଜୟଯୁକ୍ତ ଆଶା କରାଯାଇପାରେ।
ଧନୁ
ଧନୁ
ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟାକଲେ ମଧ୍ୟ କିଛି ଲାଭ ହେବନାହିଁ। ଭିତରେ ଭିତରେ କୁହୁଳୁଥିବା ପାରିବାରିକ ସମସ୍ୟାର ସମାଧାନ ଆଶା ମଉଳି ଯାଇପାରେ। ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନେବା ଭଲ। ପରିବାରର ଆବଶ୍ୟକତା ଅନୁଯାୟୀ ମୂଲ୍ୟବାନ୍‌ ଜିନିଷ କିଣିବାକୁ ମନ ବଳାଇପାରନ୍ତି।
ମକର
ମକର
ଆଶାନୁଯାୟୀ କାର୍ଯ୍ୟ ସାଧନ ନ ହେବା କାରଣରୁ ନିରୁତ୍ସାହିତ ରହିପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ନିଜର ଭାବାବେଗକୁ ରୋକିପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ, ମାତ୍ର ତକ୍‌ଲିପି ସହିବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ। ବିବାଦୀୟ ଘଟଣା, କର୍ମକ୍ଷେତ୍ର, ଆନୁଷ୍ଠାନିକ କାମରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହୋଇପାରନ୍ତି।
ମୀନମୀନ

ସମୟ ଅନୁକୂଳ ରହିଲେ ମଧ୍ୟ ଆର୍ଥତ୍କ ଅନଟନ ଓ ସ୍ବାସ୍ଥ୍ୟସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଯେତେ ପ୍ରକାର ଭାବିଚିନ୍ତି କାମକଲେ ମଧ୍ୟ ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିପାରେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ କିନ୍ତୁ ସମ୍ପୂର୍ଣ୍ଣ ନିରାମୟର ଆଶା ତଥାପି ରହିବ। ଗତକାଲିର ଯୋଜନା ଓ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍‍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା…

ରାଶିଫଳ: ସୋମବାର , ଫେବୃଆରୀ ୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଦ୍ୱିଜା ନକ୍ଷତ୍ର ସମସ୍ତ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ। ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଯାନବାହନ, ହୋଟେଲଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ…

ରାଶିଫଳ: ରବିବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ ଆଜି ପୁଷ୍ୟା ନକ୍ଷତ୍ରରେ ଚନ୍ଦ୍ର ପରିବାର ଓ କର୍ମକ୍ଷେତ୍ରର ସ୍ଥିତିକୁ କେନ୍ଦ୍ର କରି ଭାବପ୍ରବଣ କରାଇବ। ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ…

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri