Posted inRasifala

ରାଶିଫଳ: ସୋମବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ କିନ୍ତୁ ଆଶା କରିଥିବା ଦିଗରୁ ଅର୍ଥ ମିଳିବ ନାହିଁ। ଅଧ୍ୟାପନା, ପ୍ରଶାସନିକ ସେବା,କ୍ରୀଡ଼ା ଓ ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଅନେକ କାମ ହାତକୁ ନେଇ ଟେନସନ ବୃଦ୍ଧିପାଇବ। ସହକର୍ମୀଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ତାହା ଦୂର ହୋଇପାରେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି। କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ ତଥାପି କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ଈର୍ଷାପରାୟଣ ହୋଇ ସମ୍ପର୍କୀୟମାନେ ଭଲ କାମକୁ ନ ଦେଖି ଦୋଷତ୍ରୁଟି ଗାଇ ବୁଲିବେ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ଜାଗ୍ରତ ହୋଇପାରେ। ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ଦୀର୍ଘମିଆଦୀ ସୂତ୍ରରେ ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାରେ କୈାଣସି ପ୍ରତିବନ୍ଧକ ରହିବ ନାହିଁ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣିପାରନ୍ତି। ଆଖି ନ ଦେଖା କଥାକୁ ବିଶ୍ୱାସକରି ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିବାକୁ ପଡ଼ିପାରେ। ବାରମ୍ବାର ଚେଷ୍ଟା କରି ମଧ୍ୟ ଅର୍ଥପ୍ରାପ୍ତି ସକାଶେ ଉଚ୍ଚ ଆଶା କରି ନିରାଶ ହେବେ। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସମ୍ଭାବନା ରହିଛି। ପାରିବାରିକ ଶୃଙ୍ଖଳା ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ।
କନ୍ୟା
କୌଣସି ଏକ ସାଧାରଣ ବିତର୍କକୁ ନେଇ ବନ୍ଧୁ ଆପଣଙ୍କ ଉପରେ ଖୁବ୍‌ ଅସନ୍ତୁଷ୍ଟ ହୋଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି। ମାଲିମକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛି।
ତୁଳା
ତୁଳା
ଯେତେ ସାବଧାନତା ଅବଲମ୍ବନ କଲେ ମଧ୍ୟ କାମ ଶୃଙ୍ଖଳିତ ହେବ ନାହିଁ। ମାନସିକ ଅସୁସ୍ଥତା ଲାଗି ରହିବା କାରଣରୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରିବା ଭଲ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ କିମ୍ବା ଅଫିସ୍‌ରେ ନୀତିଗତ କାମରୁ ପ୍ରଶଂସିତ ହେବେ।
ବିଛା
ବିଛା
ଆକସ୍ମିକ ସମସ୍ୟାର ଗତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ। କିଣାବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଘରୋଇ ବିତର୍କରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି ।
ଧନୁ
ଧନୁ
ଅନ୍ୟମନସ୍କ ହେତୁ ଧନହାନି, କଳହ, ପ୍ରତାରଣା ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡିବ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ।
ମକର
ମକର
କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ଆମତ୍ୀୟଙ୍କ ସହ ସମ୍ପର୍କ ହାନି ହେବ। ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜି ହିଁ ଶେଷ କରିବାକୁ ଚିନ୍ତା କରୁଥିବା କାମଟିରେ ନିରାଶ ହେବାକୁ ପଡିପାରେ।
କୁମ୍ଭ
କୁମ୍ଭ
ସଚେତନତା ଅବଲମ୍ବନ କରିବା ହେତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବ। ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମୀନମୀନ

ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ କୌଣସି ଅସୁବିଧା ରହିବ ନାହିଁ ା ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁଦିନ ସକାଶେ ସ୍ମରଣୀୟ ରହିପାରେ। ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରିବା ହେତୁ ବହୁମୂଲ୍ୟ ଦେବାକୁ ପଡ଼ିବାର ସୂଚନା ରହିଛି ା କର୍ମକ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟଭାଷଣରୁ ଦୂରେଇ ରହିବା ଭଲ ହେବ ା


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri