Posted inRasifala

ରାଶିଫଳ: ସୋମବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କୌଣସି ସମ୍ପର୍କକୁ କେନ୍ଦ୍ରକରି ମାନସିକ ଅସ୍ଥିରତା ସୃଷ୍ଟି ହେବ। ଦ୍ୱିଜା ନକ୍ଷତ୍ର ସକାଶେ କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ସାହିତ୍ୟ, କଳା, ସଙ୍ଗୀତ ଓ ରଚନାମତ୍କ କାର୍ଯ୍ୟରେ ପ୍ରଶଂସିତ ହେବେ। ଆପଣ ଉସତ୍ର୍ଗୀକୃତ ମନୋଭାବ ନେଇ କାମକଲେ ମଧ୍ୟ ନିଜ ଲୋକମାନଙ୍କ ପକ୍ଷପାତିତାକୁ ଦେଖି ବ୍ୟସ୍ତ ହେବେ।
ବୃଷ
ବୃଷ
ପିଲାଙ୍କ ବିବାହ ସମ୍ପର୍କିତ ବିଷୟକୁ କେନ୍ଦ୍ରକରି କଥା କଟାକଟି ଲାଗିପାରେ। ଆଶା କରୁଥିବା ଧନ ସକାଶେ କଳହ ଓ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି। ଉପରିସ୍ଥ କର୍ମଚାରୀଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ବାଧ୍ୟବାଧକତାବଶତଃ ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ମିଥ୍ୟା ପ୍ରତିଶ୍ରୁତି ଦେଇ ପଶ୍ଚାନ୍ତେ ସମାଲୋଚିତ ହୋଇପାରନ୍ତି। ଅସ୍ଥିରତା ଲାଗି ରହିବା କାରଣରୁ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିପାରନ୍ତି। ନିଜଲୋକ କେହି ହଇରାଣ କରିପାରନ୍ତି। କେତେକ ଗୁରୁତ୍ୱପୂର୍ଣ୍ଣ କାମ ପାଇଁ ଖର୍ଚ୍ଚଭାର ବୃଦ୍ଧି ପାଇବାରୁ ମନରେ ସରସତା ରହିବ ନାହିଁ।
କର୍କଟ
କର୍କଟ
ଆଜି ଆବଶ୍ୟକତାରୁ ଅଧିକ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ବାଧ୍ୟ ହେବେ। ନୂତନ ଉଦ୍ୟୋଗ କିମ୍ବା ପ୍ରକଳ୍ପ କାମରେ ବିଭିନ୍ନ ପ୍ରକାର ଯୋଜନା କରିବାରେ ମନ ଦେବେ। ସଭାସମିତିର ଆଲୋଚନାରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ମାନସିକ ଅସୁସ୍ଥତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ସମସ୍ୟା ଲାଗି ରହିବ। ଉତ୍ତରାଫାଲଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ଦୀର୍ଘ ଦିନରୁ ଖୋଜୁଥିବା ଜିନିଷ ବନ୍ଧୁଙ୍କ ଜରିଆରେ ପାଇଯିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉସତ୍ାହିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ସାମାଜିକ ସ୍ତରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରିପାରନ୍ତି।
ତୁଳା
ତୁଳା
ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହୋଇପାରନ୍ତି। ପଡୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ଶାନ୍ତି ଫେରି ଆସିବ। ଚିତ୍ରା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ଅବଶ୍ୟ ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ବିଭିନ୍ନ ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। ଭୁଲ୍‌ ନିଷ୍ପତ୍ତି ପରିପ୍ରେକ୍ଷୀରେ ନୀଚ ସଂସର୍ଗରୁ ଦୂରେଇ ନ ରହିଲେ କଳହର ସମ୍ଭାବନା ରହିଛି। କ୍ରୀଡା, ପ୍ରତିଯୋଗିତା ତଥା ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ମିଳିପାରେ। କାମ ହାସଲ ସକାଶେ ଅନ୍ୟମାନଙ୍କର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
ମନ୍ଥର ଗତିରେ କାମ କରିବା କାରଣରୁ କୈାଣସି ବ୍ୟକ୍ତି ଦୁଇପଦ କଡାକଥା ଶୁଣାଇ ପାରନ୍ତି। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପ୍ରସଙ୍ଗକ୍ରମେ କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଖଳଲୋକମାନଙ୍କ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆନୁଷ୍ଠାନିକ କ୍ଷେତ୍ରରେ ଅଥବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଉପରିସ୍ଥଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇବେ। ଧନିଷ୍ଠା ନକ୍ଷତ୍ର ଅଫିସିଆଲି କାମରେ କାରଣ ନ ଥାଇ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି। ସଭାସମିତି, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ପ୍ରଶାସନ ଓ କଚେରି ମାମଲା କ୍ଷେତ୍ରରେ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେବେ ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ବନ୍ଧୁମାନେ ଅସହଯୋଗ କଲେ ମଧ୍ୟ ଆପଣଙ୍କ କୈାଣସି କାମ ଅଟକିବ ନାହିଁ। କିନ୍ତୁ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନମୀନ

ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବ୍ୟବସାୟରେ ଅଂଶୀଦାରଙ୍କ ସହିତ ଭୁଲ୍‌ ବୁଝାମଣାରୁ ଅଶାନ୍ତି ସୃଷ୍ଟି ହେବ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ଶେୟାର ବଜାର ଓ ପରିବହନରେ ଲାଭବାନ ହେବେ। କ୍ରନିକ୍‌ ରୋଗଜନିତ ସ୍ବାସ୍ଥ୍ୟ ହାନି କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri