Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୧୩ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ବିଭିନ୍ନ ସମସ୍ୟା ସାଙ୍ଗକୁ ଅଯଥା ଅର୍ଥ ବ୍ୟୟ କରିବାକୁ ବାଧ୍ୟହେବେ। ଶତ୍ରୁତା କରୁଥିବା ବ୍ୟକ୍ତି ଅସୁବିଧାରେ ପକାଇବାକୁ ଚେଷ୍ଟାକରି ପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ। ରଚନାମତ୍କ କାମ, ଆନୁଷ୍ଠାନିକ କ୍ଷେତ୍ର ତଥା ସଭାସମିତିରେ ବନ୍ଧୁଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବ ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିପାରେ। ରୋହିଣୀ ନକ୍ଷତ୍ର ସକାଶେ ବନ୍ଧୁ ସାମୟିକ ସୁଯୋଗକୁ ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍‌ ବୁଝାମଣାରୁ ଭାଇ କିମ୍ବା ଭଉଣୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ଆଜିର ଯାତ୍ରା, ପ୍ରକାଶନ ତଥା କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନାହିଁ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଜିଦ୍‌ରେ ଅଟଳ ରହିବା କାରଣରୁ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ ଆଲୋଚନା, ଜମିଜମା, ଆନୁଷ୍ଠାନିକ କାମରେ ମାନସିକ ଆଘାତ ପାଇପାରନ୍ତି। ସମସ୍ୟା ସମାଧାନ କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇଲେ ମଧ୍ୟ ଫେରିବା ସମୟରେ ପୂର୍ବର ଆନନ୍ଦ ରହିବନାହିଁ।
କର୍କଟ
କର୍କଟ
ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଅର୍ଥଲାଭର ସୁବିଧା ଯୋଗାଇଦେବ। ପୁଷ୍ୟା ନକ୍ଷତ୍ର ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ଅଭିମାନ କରିଥିବା ସନ୍ତାନ, ପଡ଼ୋଶୀଙ୍କ ଅଭିଯୋଗ ସକାଶେ ଦୁଃଖିତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂରହୋଇଯିବ।
ସି˚ହ
ସି˚ହ
ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି କ୍ଷଣିକେ ଅପସରିଯିବ। ପୂର୍ବାଫାଲ୍‌ଗୁନୀ ପଡ଼ୋଶୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟରୁ କାର୍ଯ୍ୟ ହାସଲ କରିବେ। ଚିତ୍ରା ନକ୍ଷତ୍ର ସାମୂହିକ କାମରେ ତଥା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିଙ୍କ ସହାୟତା କରିବେ। ଶତ୍ରୁତା କରୁଥିବା ବ୍ୟକ୍ତି ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
ଆମତ୍ୀୟଙ୍କ ସହଯୋଗରୁ ସମାଧାନର ସୂତ୍ର ବାହାର କରିବାରେ ସମର୍ଥ ହେବେ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ସ୍ବାତୀ ନକ୍ଷତ୍ର ମାଲିମକଦ୍ଦମା, ଜମିଜମା ସମସ୍ୟା, ସମାଧାନ ଦିଗକୁ ମୁହଁାଇବ।
ବିଛା
ବିଛା
ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିଶାଖା ନକ୍ଷତ୍ର ଅଫିସ୍‌ରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସକରି ହଇରାଣରେ ପଡ଼ିପାରନ୍ତି। ବିବାହ ପାଇଁ ପ୍ରସ୍ତାବ ସମ୍ପର୍କିତ ଆଲୋଚନାକଲେ ଉପକୃତ ହେବେ। ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଉତ୍ତରାଷାଢ଼ା ନକ୍ଷତ୍ର ଦୀର୍ଘଦିନ ପରେ ଆଜି ଶାରୀରିକ ସୁସ୍ଥତା ଫେରିପାଇବେ।
ମକର
ମକର
ବିଭିନ୍ନ ଦିଗରୁ ପ୍ରତିବନ୍ଧକର ସାମ୍ନାକରି କାମ ହାସଲ କରିବାକୁ ପଡ଼ିବ। ଧନିଷ୍ଠା ନକ୍ଷତ୍ରର ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବା ଫଳରେ କିଛି ସମସ୍ୟା ଆସିବ। ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଦୂରେଇଯିବ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ।
କୁମ୍ଭ
କୁମ୍ଭ
ଅନ୍ୟମନସ୍କ ରହିବା କାରଣରୁ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟିହେବ। ଅଭିମାନକରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କିତ ଶୁଭ ସୂଚନା ପାଇବେ। ଶତଭିଷା ନକ୍ଷତ୍ରର ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ

ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?