Posted inRasifala

ରାଶିଫଳ: ରବିବାର , ଫେବୃଆରୀ ୨୫ ତାରିଖ – Daily Horoscope

ମେଷ
ଆର୍ଥିକ ଅବସ୍ଥା ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ବାଣିଜ୍ୟ, ବ୍ୟବସାୟ, ରାଜନୀତି, ଯୋଗାଯୋଗ ଏବଂ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ଘରେ ପିଲାଙ୍କ କଥା ନେଇ ଦୁଃଖ ପ୍ରକାଶ କରିବେ। ବନ୍ଧୁଙ୍କ ମନରେ ବିଶ୍ୱାସ ସୃଷ୍ଟି ହେଲା ଭଳି କାମ କରି ଅନ୍ୟମାନଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟାର କେନ୍ଦ୍ରବିନ୍ଦୁ ପାଲଟିପାରେ। ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା କିମ୍ବା ବିବାଦୀୟ ଘଟଣା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଶିଳ୍ପ ଓ ପରିବହନ କ୍ଷେତ୍ରରେ ସୁଫଳ ମିଳିବ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ ତଥା ଖେଳକୁଦରେ ସୁନାମ ଅର୍ଜନ କରିପାରନ୍ତି।
ମିଥୁନ
ମିଥୁନ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ହାସଲ କରିବେ। ସାମାଜିକ ସ୍ତରରେ କାମ ହାସଲର ଦୂରଭିସନ୍ଧି ରଖି ମିତ୍ରମାନେ ପ୍ରଶଂସା ଗାଇପାରନ୍ତି। ସାହିତ୍ୟ ଚର୍ଚ୍ଚା, ପ୍ରତିଦ୍ୱନ୍ଦ୍ୱିତା ଏବଂ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ମନ ଉତ୍ତେଜନାପୂର୍ଣ୍ଣ ରହିଥିବାରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଆପଣଙ୍କ କାମରେ ସନ୍ତୁଷ୍ଟ ହୋଇ ବନ୍ଧୁମାନେ ଗୁଣଗାନ କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡ଼ିପାରେ। ସାହିତ୍ୟ,ସଙ୍ଗୀତ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ନିଜେ ଅସୁବିଧାରେ ରହିଥିଲେ ମଧ୍ୟ ଅନ୍ୟମାନଙ୍କ ପ୍ରତି ଉଦାର ମନୋଭାବରୁ ପ୍ରଶଂସିତ ହେବେ। ସତର୍କତାର ଅଭାବ ଏବଂ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆଜି ଘର କଥା ମନକୁ ବେଶି ଆନ୍ଦୋଳିତ କରିବା ହେତୁ ଭାବପ୍ରବଣତା ବୃଦ୍ଧିପାଇବ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ଆଜି ଆପଣଙ୍କ ମୂଲ୍ୟବାନ ନିଷ୍ପତ୍ତି ପ୍ରତ୍ୟେକଙ୍କ ମନକୁ ପାଇବ। ସାମାଜିକ ସ୍ତରରେ ପରିସ୍ଥିତି ଗମ୍ଭୀର ରହିଥିବାରୁ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍‌ ହେବନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। କୌଣସି ଆବଶ୍ୟକ ଜିନିଷ ସୁବିଧାରେ ପାଇବା ସକାଶେ କିଛି କରିବାକୁ ପଡ଼ିବ।
ତୁଳା
ତୁଳା
ଦିନଟି ବହୁତ ଭଲରେ ଅତିବାହିତ ହେବାରୁ ମନ ଭଲ ରହିବ। ନିଜର ସମ୍ପର୍କୀୟମାନଙ୍କ ସମ୍ବନ୍ଧରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ନିଜର କ୍ଷମାଗୁଣରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ
ବିଛା
ବିଛା
ଅନାବଶ୍ୟକ କଥା ଓ ଅନାହୂତ ପ୍ରବେଶ ଆପଣଙ୍କ ପାଇଁ ଆଜି ମହଙ୍ଗା ପଡ଼ିପାରେ। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକାଂଶ ସମୟ କଟାଇବେ। ସାହିତ୍ୟ ଚର୍ଚ୍ଚା, ସଂଗଠନ, ମାଲିମକଦ୍ଦମା, ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ଧନୁ
ଧନୁ
ଦେହ ଭଲ ଥିଲେ ମଧ୍ୟ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। ଛୋଟ ଛୋଟ କଥାକୁ ନେଇ ଭୁଲ୍‌ ବୁଝାମଣାରୁ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ନ ମିଶିବା ସମସ୍ୟା ସୃଷ୍ଟି କରିପାରେ। ଆଶା ଓ ଅଭିଳାଷ ପୂରଣ ହେବାରେ ଜଣେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ।
ମକର
ମକର
ନିରଳସ କାମ ଓ ଦକ୍ଷତା ହେତୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାଂସ୍କୃତିକ କାର୍ଯ୍ୟକ୍ରମ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ବ୍ୟବହାରରେ କଠୋରତା କାରଣରୁ ସମାଲୋଚିତ ହୋଇପାରନ୍ତି। ସାହିତ୍ୟ, ସଂସ୍କୃତି, ସାଂଗଠନିକ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ସମସ୍ୟା ଘେରରେ ରହିଥିଲେ ସୁଦ୍ଧା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ଘରୋଇ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ନିର୍ମାଣ, ବାଣିଜ୍ୟ, ଶିଳ୍ପ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ଅବଶ୍ୟ ସାହାଯ୍ୟ କରିବେ।
ମୀନମୀନ

ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ। ବନ୍ଧୁବର୍ଗଙ୍କ ଆହ୍ବାନକ୍ରମେ କୌଣସି ପାର୍ଟିରେ ଯୋଗ ଦେଇପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ପରିସ୍ଥିତିରେ ପଡ଼ି ଇଚ୍ଛା ନ ଥିଲେ ମଧ୍ୟ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri