Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମ ଚନ୍ଦ୍ର ଯୋଗୁ ଅର୍ଥ ପାଇଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ । ବନ୍ଧୁମାନଙ୍କ ସାହାଯ୍ୟରୁ କାମ ହାସଲ କରିବେ । ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ସମ୍ବନ୍ଧୀୟ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ ।
ବୃଷ
ବୃଷ

ରାଶ୍ୟାଧିପ ଶୁକ୍ରଙ୍କ ସହ କର୍ମାଧିପତିଙ୍କ ଷଡାଷ୍ଟକ ସ୍ଥିତି କାରଣରୁ କର୍ମକ୍ଷେତ୍ରରେ ବାରମ୍ବାର ପ୍ରତିବନ୍ଧକ ଜନିତ କାମ ଅଟକି ରହିବ । ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ । କୌଣସି ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ନ ପାଇ ବିକଳ୍ପ ଚିନ୍ତା କରିପାରନ୍ତି ।

ମିଥୁନ
ମିଥୁନ
ଧୈର୍ଯ୍ୟର ଅଭାବ ଓ ଟିକିଏ ଟିକିଏ କଥାରେ ରାଗିଯିବା କାରଣରୁ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ । ଆଜି ବନ୍ଧୁମାନଙ୍କ ସହ ପ୍ରଭାତରୁ ସୁଖଭ୍ରମଣ ଯୋଗ ରହିଛି । ଅନ୍ୟ କୌଣସି କାମରେ ବ୍ୟସ୍ତ ରହିବା ହେତୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହଯିବ । ସଙ୍ଗୀତ କ୍ଷେତ୍ରରେ ବନ୍ଧୁଙ୍କ ମତ ପାର୍ଥକ୍ୟ ଦେଖାଦେବ ।
କର୍କଟ
କର୍କଟ
ପରିବାରରେ ମିଥ୍ୟାଳାପ ହେତୁ ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ । ଆଜିର କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି ।
ସି˚ହ
ସି˚ହ
ଆଜି କଠୋର ପରିଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ମାନସିକ ଅଶାନ୍ତି ଥିଲେ ମଧ୍ୟ ଅତି ପରିଚିତ ଓ ବିଶ୍ୱସ୍ତ ବନ୍ଧୁଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ । କରଜ ମାଧ୍ୟମରେ ଟଙ୍କା ଯୋଗାଡ କରି ଆବଶ୍ୟକତାକୁ ପୂରଣ କରିପାରନ୍ତି । ଆଜିର ଆଲୋଚନା ସରଗରମ ରହିବ ।
କନ୍ୟା
ଆବଶ୍ୟକତାକୁ ପୂରଣ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସାମାନ୍ୟ ବିଳମ୍ବରେ ହେଲେ ମଧ୍ୟ ଲକ୍ଷ୍ୟହାସଲରେ ସମର୍ଥ ହୋଇପାରନ୍ତି । ବନ୍ଧୁମେଳରେ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଈର୍ଷାପର ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିବାରେ ସଫଳତା ହାସଲ କରିବେ । ବିବାଦୀୟ ପରିସ୍ଥିତିରେ ମଧ୍ୟ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ଯାତ୍ରାକାଳରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ଜନିଷ ଅଦଳ ବଦଳ ହୋଇଯାଇପାରେ ।
ବିଛା
ବିଛା
କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବା କାରଣରୁ ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ନିଜର କୃତିତ୍ୱରୁ ସମ୍ମାନ ଲାଭ ଓ ପଦମର୍ଯ୍ୟାଦାଯୁକ୍ତ ହେବେ ।
ଧନୁ
ଧନୁ
ଆଜି ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ସହାୟତା ଲାଭ କରିବେ । ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାରେ ଈର୍ଷାନ୍ବିତ ନିଜ ଲୋକମାନେ ଦାଉ ସାଧିପାରନ୍ତି । ବ୍ୟବସାୟ, ବାଣିଜ୍ୟ ଓ ସାଂସ୍କୃତିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଅଫିସିଆଲି ସମସ୍ୟାରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ ।
ମକର
ମକର

ଗତକାଲିଠାରୁ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ପାରିବାରିକ କ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ । ବନ୍ଧୁଙ୍କ ସହ ଯାତ୍ରା କାଳରେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାର ସୂଚନା ରହିଛି ।

କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା ହେତୁ ଶତଭିଷା ନକ୍ଷତ୍ର ଏକ ପ୍ରକାର ଖୁସୀ ଅନୁଭବ କରିବେ । ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ନିଜ ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ବ୍ୟବସାୟରେ ସମସ୍ୟାଜାଲରେ ଛନ୍ଦି ହେବାକୁ ପଡିପାରେ ।
ମୀନମୀନ

କର୍ମକ୍ଷେତ୍ରରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ । ନିଜେ ରହୁଥିବା ପରିସରରେ ଅର୍ଥ ଓ ସମ୍ମାନ,ସଦିଚ୍ଛାର ଅଭାବ ରହିବ ନାହିଁ । କର୍ମଜଞ୍ଜାଳର ଦ୍ୱାହିଦେଇ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ । କୌଣସି ଘଟଣାକୁ ନେଇ ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri