Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି କେନ୍ଦ୍ର ଓ କୋଣସ୍ଥାନରେ ଛଅଟି ଗ୍ରହ ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ର୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ପରିବହନ, ବାଣିଜ୍ୟରେ କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
ବୃଷ
ବୃଷ
ଆଜି ଆପଣ ଘର ସକାଶେ ଜମିଜମା ବିଷୟରେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ଅବଶ୍ୟ ଆପଣଙ୍କର ପିଲାମାନେ ଆପଣଙ୍କୁ ଏହି ଦିଗରେ ସାହାଯ୍ୟ କରିପାରନ୍ତି। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇବେ। ଆନୁଷ୍ଠାନିକ କାମରେ କେତେକ ସମସ୍ୟା ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ଆପଣ ଯେଉଁ ନିଷ୍ପତ୍ତି ନେବେ ଶେଷ ସମୟରେ ଓଲଟ ପାଲଟ ହୋଇଯିବ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବ। ଏଥିପାଇଁ ବହୁତ କଷ୍ଟ ସହିବାକୁ ପଡ଼ିବ। କଳା, ସାହିତ୍ୟ ଓ ଗୁରୁତ୍ୱପୂର୍ଣ୍ଣ କାମରେ ଉପଯୁକ୍ତ ଭାବେ ଫଳ ପାଇପାରନ୍ତି।
କର୍କଟ
କର୍କଟ
କାମ ହାସଲ ପାଇଁ ଆତ୍ମୀୟମାନେ ସମସ୍ୟା ଆଣିପାରନ୍ତି। ଶାରୀରିକ କ୍ଷେତ୍ରରେ ଅଜୀର୍ଣ୍ଣ, ଉଚ୍ଚ ରକ୍ତଚାପ କିମ୍ବା ଡାଇବେଟିସ୍‌ ବଢିପାରେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧିତ ହେବେ। ମହିଳାମାନେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ର୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ହେବ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନାପସନ୍ଦ କରିପାରନ୍ତି। କିନ୍ତୁ କିଛି କରିବାର ଉପାୟ ପାଇବେ ନାହିଁ। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
କନ୍ୟା
ସମ୍ପର୍କୀୟମାନେ ସମସ୍ୟା ସୃଷ୍ଟି କରିପାରନ୍ତି। ଯାନବାହନରେ ସତର୍କ ନ ରହିଲେ ସମସ୍ୟା ଉପୁଜିପାରେ। ସହକର୍ମୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ମହିଳାମାନେ କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ।
ତୁଳା
ତୁଳା
କାହାର ମିଠା କଥାରେ ଭାସିଯାଆନ୍ତୁ ନାହିଁ। ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ଦୂର ସ୍ଥାନକୁ ଯାତ୍ରା କରିବା ପାଇଁ ମନ ବଳାଇବେ।
ବିଛା
ବିଛା
ପରିସ୍ଥିତି ଆକସ୍ମିକ ଭାବରେ ଭିନ୍ନ ମୋଡ ନେବା କାରଣରୁ ସବୁ ସମସ୍ୟା ସୁଧୁରି ଯିବ। ଗତକାଲିଠାରୁ ଯେଉଁ କାମ କରିବେ ନିଶ୍ଚିତ କୃତକାର୍ଯ୍ୟ ହେବେ। ଲେଖାପଢା, କଳା, ସାହିତ୍ୟ, ସାମ୍ବାଦିକତା ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଅତୀତର ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଧନୁ
ଧନୁ
ଆପଣଙ୍କ ଜନହିତକର କାମ ଲୋକପ୍ରିୟତା ବଢ଼ାଇବ। କେତେକ ନୂତନ କାମର ପରିକଳ୍ପନା କରିବେ। ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଏଥିପାଇଁ ବହୁତ ଶ୍ରମ ଓ ହଇରାଣ ହେବାକୁ ପଡିବ। ପାରିବାରିକ ସ୍ଥିତିରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।
ମକର
ମକର
ଯୁକ୍ତିଯୁକ୍ତ କଥା କହି ଅର୍ଥ ଓ ସମ୍ମାନ ଲାଭରେ ସଫଳ ହେବେ। ଅଫିସ୍‌ରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ। ପରିବାରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ ଏବଂ କର୍ମକ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ କମିଯିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ ନେଇ ଝଗଡା ଲାଗିପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ ଦିଗରୁ ଆଜି ଦିନଟି ଭଲ, କିନ୍ତୁ ଜଗିରଖି କଥାବାର୍ତ୍ତା କରିବା ଭଲ। ପିଲାଙ୍କର କିଛି ସମସ୍ୟା ମନକୁ ବିଚଳିତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ; ଯଦ୍ଦ୍ବାରା କି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ଜମିଜମା ସମସ୍ୟା, ବ୍ୟବସାୟ କିମ୍ବା ପରିବହନରେ ଝଗଡା କ୍ରମଶଃ ଜଟିଳ ହେବ।
ମୀନମୀନ
ଆଜିର କର୍ମକ୍ଷେତରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି। ଋଣ ପରିଶୋଧ କରିବା ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ। ପଡୋଶୀରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ସ୍ବାର୍ଥକୁ ଆଖିଆଗରେ ରଖି ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri