Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ
ମାନସିକ ସ୍ବାସ୍ଥ୍ୟ ଭଲ ନ ରହିଲେ ମଧ୍ୟ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ଅତ୍ୟଧିକ ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ। ଆଲୋଚନା ପରିସରରେ ବନ୍ଧୁମାନଙ୍କ ସହ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ ରହିଯାଇଥିବା ଆନୁଷ୍ଠାନିକ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। କିନ୍ତୁ ଅଫିସ୍‌ରେ ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। କାର୍ଯ୍ୟବ୍ୟସ୍ତତା ହେତୁ ମାନସିକ ଚାପ ବୃଦ୍ଧି ପାଇବା ଯୋଗୁ ସାମୟିକ ଅଶ୍ୱସ୍ତି ଅନୁଭବ କରିପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନି।
ମିଥୁନ
ମିଥୁନ
ସମସ୍ୟା ସମାଧାନ ହେବା ବଦଳରେ ଆଗାମୀ ସମୟ ସକାଶେ ଅପେକ୍ଷା କରିବାକୁ ପଡ଼ିବ। ଆନୁଷଙ୍ଗିକ ସାହାଯ୍ୟ ଲାଭ କରି ନିର୍ମାଣର ଅପୂର୍ଣ୍ଣ କାମକୁ ଆଜି ସନ୍ଧ୍ୟା ସୁଦ୍ଧା ସମ୍ପୂର୍ଣ୍ଣ କରିବେ। ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
ଦୈହିକ ଦୁର୍ବଳତା ଯୋଗୁ ନିରୁତ୍ସାହିତ ହୋଇପାରନ୍ତି। ପରିବାରର ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ଆପଣ ପରିସ୍ଥିତିକୁ ସମ୍ଭାଳି ନେବେ। ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ପାଇବାକୁ ଥିବା ବକେୟା ଟଙ୍କା ପାଇ ସାମୟିକ ଖୁସି ହେବେ। ଆତ୍ମୀୟମାନେ ପରୋକ୍ଷ ଶତ୍ରୁଭାବ ପୋଷଣ କରୁଥିଲେ ମଧ୍ୟ ମୁହଁ ସାମନାରେ କିଛି କହି ନ ପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ମାନସିକ ଚାପଗ୍ରସ୍ତ ପୂର୍ବକ ପାରିବାରିକ ସମସ୍ୟାକୁ ଠିକ୍‌ ଭାବେ ବୁଝି ପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ନିକଟସ୍ଥ ବନ୍ଧୁ କିମ୍ବା ସହକର୍ମୀମାନେ ଅସହଯୋଗ ମନୋଭାବ ପୋଷଣ କରିବେ। ଏହା ସଙ୍ଗକୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
କନ୍ୟା
ଅଫିସ୍‌ରୁ ଫେରିବା ରାସ୍ତାରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ। ସଭାସମିତିରେ ସାଧାରଣ ଯୁକ୍ତିତର୍କରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ ବିଷୟରେ ଚିନ୍ତିତ ରହିପାରନ୍ତି। ନିକଟ ସମ୍ପର୍କୀୟଙ୍କ ବ୍ୟବହାରରେ କ୍ଷୁବ୍ଧ ହେବେ।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବେ। ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ପରିସ୍ଥିତି ଏହିପରି ହେବ ଯେ- ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଅପରାହ୍ନରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ପଡୋଶୀ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ।
ବିଛା
ବିଛା
ଅନ୍ୟମାନଙ୍କ ସହମତି ପ୍ରାପ୍ତ ହୋଇ ଇଚ୍ଛିତ କାମକୁ ସମ୍ପନ୍ନ କରିବେ। ଆର୍ଥିକ କ୍ଷେତ୍ର, ରାଜନୈତିକ ସ୍ଥିତି, ପ୍ରଶାସନିକ କ୍ଷେତ୍ରର ସମସ୍ୟା, ବ୍ୟବସାୟିକ ଅପକର୍ଷ ଦୂରେଇ ଯିବ। ଅପରାହ୍ନରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ହୋଇପାରେ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ପିଲାଙ୍କ ବିଷୟ ନେଇ କିଛିମାତ୍ରାରେ ଚିନ୍ତିତ ହେବେ।
ଧନୁ
ଧନୁ
ଅତୀତ ଘଟଣାକୁ ମନେପକାଇ ଶୋଇପାରିବେ ନାହିଁ। ପୂର୍ବ ରାଗ ଶୁଝାଇବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସାବଧାନ ରହିବା ଭଲ। ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବ ଏବଂ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସକାଶେ ଅସୁବିଧା ହେବନାହିଁ।
ମକର
ମକର
ବିଭିନ୍ନ ବିଶୃଙ୍ଖଳିତ ପରିସ୍ଥିତି ଆର୍ଥିକ, ପାରିବାରିକ ଓ ସାମାଜିକ କ୍ଷେତ୍ରକୁ କଳୁଷିତ କରିପାରନ୍ତି। ଧନିଷ୍ଠା ନକ୍ଷତ୍ର ନିଜର ଦୂରଦର୍ଶିତା ହେତୁ ନିଜକୁ ସଜାଡି ନେବାରେ ଅସୁବିଧା ହେବ ନାହିଁ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ବ୍ୟବସାୟ ଓ ଜମିଜମା କାରବାରରେ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ଅକ୍ଷୁଣ୍ଣ ରହିବା ଚିନ୍ତାଜନକ ହୋଇପାରେ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ପରିଶେଷରେ କାମଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଆତ୍ମୀୟଙ୍କ ବ୍ୟବହାର, ଚାଲିଚଳନ ଏପରି କି ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
ମୀନମୀନ
ସାମାଜିକ ସ୍ତରରେ ଅଥବା ସଭାସମିତିରୁ ଅର୍ଥ ଓ ସମ୍ମାନ ପାଇବେ ଏବଂ ଅଟକି ରହିଥିବା କାମ ମଧ୍ୟ ହୋଇଯିବ। ନିଜର ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ବୁଝାମଣା, ନିଜର ଏକଜିଦିଆ ମନୋବୃତ୍ତି, ତାକୁ ଟିକିଏ ନିୟନ୍ତ୍ରଣ କରିପାରିଲେ ହେଲା। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ବ୍ୟବସାୟ ଓ ପରିବହନ ପାଇଁ ପ୍ରତିବନ୍ଧକ ଦୂରେଇ ଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri