Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
ରେବତୀ ନକ୍ଷତ୍ରରେ ମଙ୍ଗଳ ଥିବାରୁ ପୂର୍ବର ସମସ୍ୟା କେତେକାଂଶରେ ସୁଧୁରିଯାଇଥିବାରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ । ଶନିବାରର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଅବଶ୍ୟ ଟେନ୍ସନ କିଛି ମାତ୍ରାରେ କମିଯିବ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ରହିଛି ।
ବୃଷ
ବୃଷ

ବୁଧ ସ୍ବାତୀ ନକ୍ଷତ୍ରସ୍ଥ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ବନ୍ଧୁ ମାନଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅଭିନୟ କରିବାକୁ ପଡ଼ିପାରେ ।

ମିଥୁନ
ମିଥୁନ
ମନ ବୁଝିଲାଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ । ଶନିଙ୍କ ସୁପ୍ରଭାବରୁ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ଯାହାକି ମନକୁ ଆଶ୍ୱାସନା ଦେବାରେ ସମର୍ଥ ହେବ । ବନ୍ଧୁ ମାନଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି ।
କର୍କଟ
କର୍କଟ
ଅଷ୍ଟମଚନ୍ଦ୍ର ଯୋଗୁଁ ସ୍ବାସ୍ଥ୍ୟରେ ଅବନ୍ନତି ଘଟିବା ସହ କର୍ମକ୍ଷେତ୍ରର ସ୍ଥିତି ପ୍ରାୟତଃ ଅସ୍ଥିର ରହିବ । ଭୁଲ୍ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । କଳା,ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ବନ୍ଧୁ ମାନଙ୍କ ଦ୍ୱାରା ପ୍ରଶଂସିତ ମଧ୍ୟ ହେବେ ।
ସି˚ହ
ସି˚ହ
ରାହୁଙ୍କ ପ୍ରଭାବରେ ଗୋଟିଏ ସମସ୍ୟା ନସରୁଣୁ ଅନ୍ୟ ଏକ ସମସ୍ୟାର ଉପସ୍ଥିତି ମନକୁ ବିଭ୍ରାନ୍ତ କରିପାରେ । ଏହା ସଙ୍ଗକୁ ଆର୍ଥିକ ସ୍ବଚ୍ଛଳତା ନରହିବା କାରଣରୁ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରାୟତଃ ମନ୍ଦ ହେବନି ।
କନ୍ୟା
ସ୍ବଗୃହୀ ବୃହସ୍ପତି ପ୍ରଭାବରେ ପାରିବାରିକ ଜୀବନରେ ଉଚିତ୍ ବୁଝାମଣା ସହ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ । ଆତ୍ମୀୟସ୍ବଜନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ଚିନ୍ତା ବଢିପାରେ ।
ତୁଳା
ତୁଳା
ଚନ୍ଦ୍ର ନିଜ ରାଶିରେ ରହିଥିବାରୁ କର୍ମକ୍ଷେତ୍ର ଓ ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ । ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ । ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ । ଘଟିଯାଉଥିବା ଘଟଣା ଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ ।
ବିଛା
ବିଛା
ରାହୁ ଓ ମଙ୍ଗଳ ଜନିତ ଟିକିଏ ଟିକିଏ କଥାରେ ଧୈର୍ଯ୍ୟର ସୀମା ଲଙ୍ଘନ କରିପାରେ । ଫଳତଃ କଠୋର ବାକ୍ୟାଳାପ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ । ଦୂରଦର୍ଶିତା ଅଭାବରୁ ଅଥବା ନିଜର ଅବହେଳାରୁ ହାତ ମୁଠାରୁ ସୁ୍ଯୋଗ ଖସିଯିବାର ସୂଚନା ରହିଛି ।
ଧନୁ
ଧନୁ
ଚତୁର୍ଥସ୍ଥ ଗ୍ରହ ଜନିତ ପାରିବାରିିକ ଜାଳ ବୃଦ୍ଧି ପାଇପାରେ ଯାହାକି ମନକୁ ବ୍ୟସ୍ତବିବ୍ରତ କରିବ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍ ରୋଗରେ କଷ୍ଟ ପାଇବେ ।
ମକର
ମକର

ଟେନ୍ସନ ଲାଗିରହିବାରୁ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ । ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ବନ୍ଧୁ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ମନୋରନ ସକାଶେ ମନ ବଳାଇବେ । ସରକାରୀ ସାହାଯ୍ୟ କିମ୍ବା ବ୍ୟାଙ୍କ ମାଧ୍ୟମରେ ଆର୍ଥିକ ଦୂରବସ୍ଥାକୁ ସାମୟିକ ସୁଧାରି ନେବେ ।

କୁମ୍ଭ
କୁମ୍ଭ
ରାଶ୍ୟାଧିପଙ୍କ ଯୋଗୁଁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ସାହିତ୍ୟ,କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ ।
ମୀନମୀନ

ଶୁକ୍ର ଜନିତ ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାବ ଜନିତ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ବୃଥା ସନ୍ଦେହ କିମ୍ବା ଭୁଲ୍ ବୁଝାମଣା ଜନିତ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟିର ସୂଚନା ରହିଛି । କୈାଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri