Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
ରେବତୀ ନକ୍ଷତ୍ରରେ ମଙ୍ଗଳ ଥିବାରୁ ପୂର୍ବର ସମସ୍ୟା କେତେକାଂଶରେ ସୁଧୁରିଯାଇଥିବାରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ । ଶନିବାରର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଅବଶ୍ୟ ଟେନ୍ସନ କିଛି ମାତ୍ରାରେ କମିଯିବ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ରହିଛି ।
ବୃଷ
ବୃଷ

ବୁଧ ସ୍ବାତୀ ନକ୍ଷତ୍ରସ୍ଥ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ବନ୍ଧୁ ମାନଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅଭିନୟ କରିବାକୁ ପଡ଼ିପାରେ ।

ମିଥୁନ
ମିଥୁନ
ମନ ବୁଝିଲାଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ । ଶନିଙ୍କ ସୁପ୍ରଭାବରୁ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ଯାହାକି ମନକୁ ଆଶ୍ୱାସନା ଦେବାରେ ସମର୍ଥ ହେବ । ବନ୍ଧୁ ମାନଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି ।
କର୍କଟ
କର୍କଟ
ଅଷ୍ଟମଚନ୍ଦ୍ର ଯୋଗୁଁ ସ୍ବାସ୍ଥ୍ୟରେ ଅବନ୍ନତି ଘଟିବା ସହ କର୍ମକ୍ଷେତ୍ରର ସ୍ଥିତି ପ୍ରାୟତଃ ଅସ୍ଥିର ରହିବ । ଭୁଲ୍ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । କଳା,ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ବନ୍ଧୁ ମାନଙ୍କ ଦ୍ୱାରା ପ୍ରଶଂସିତ ମଧ୍ୟ ହେବେ ।
ସି˚ହ
ସି˚ହ
ରାହୁଙ୍କ ପ୍ରଭାବରେ ଗୋଟିଏ ସମସ୍ୟା ନସରୁଣୁ ଅନ୍ୟ ଏକ ସମସ୍ୟାର ଉପସ୍ଥିତି ମନକୁ ବିଭ୍ରାନ୍ତ କରିପାରେ । ଏହା ସଙ୍ଗକୁ ଆର୍ଥିକ ସ୍ବଚ୍ଛଳତା ନରହିବା କାରଣରୁ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରାୟତଃ ମନ୍ଦ ହେବନି ।
କନ୍ୟା
ସ୍ବଗୃହୀ ବୃହସ୍ପତି ପ୍ରଭାବରେ ପାରିବାରିକ ଜୀବନରେ ଉଚିତ୍ ବୁଝାମଣା ସହ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ । ଆତ୍ମୀୟସ୍ବଜନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ଚିନ୍ତା ବଢିପାରେ ।
ତୁଳା
ତୁଳା
ଚନ୍ଦ୍ର ନିଜ ରାଶିରେ ରହିଥିବାରୁ କର୍ମକ୍ଷେତ୍ର ଓ ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ । ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ । ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ । ଘଟିଯାଉଥିବା ଘଟଣା ଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ ।
ବିଛା
ବିଛା
ରାହୁ ଓ ମଙ୍ଗଳ ଜନିତ ଟିକିଏ ଟିକିଏ କଥାରେ ଧୈର୍ଯ୍ୟର ସୀମା ଲଙ୍ଘନ କରିପାରେ । ଫଳତଃ କଠୋର ବାକ୍ୟାଳାପ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ । ଦୂରଦର୍ଶିତା ଅଭାବରୁ ଅଥବା ନିଜର ଅବହେଳାରୁ ହାତ ମୁଠାରୁ ସୁ୍ଯୋଗ ଖସିଯିବାର ସୂଚନା ରହିଛି ।
ଧନୁ
ଧନୁ
ଚତୁର୍ଥସ୍ଥ ଗ୍ରହ ଜନିତ ପାରିବାରିିକ ଜାଳ ବୃଦ୍ଧି ପାଇପାରେ ଯାହାକି ମନକୁ ବ୍ୟସ୍ତବିବ୍ରତ କରିବ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍ ରୋଗରେ କଷ୍ଟ ପାଇବେ ।
ମକର
ମକର

ଟେନ୍ସନ ଲାଗିରହିବାରୁ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ । ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ବନ୍ଧୁ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ମନୋରନ ସକାଶେ ମନ ବଳାଇବେ । ସରକାରୀ ସାହାଯ୍ୟ କିମ୍ବା ବ୍ୟାଙ୍କ ମାଧ୍ୟମରେ ଆର୍ଥିକ ଦୂରବସ୍ଥାକୁ ସାମୟିକ ସୁଧାରି ନେବେ ।

କୁମ୍ଭ
କୁମ୍ଭ
ରାଶ୍ୟାଧିପଙ୍କ ଯୋଗୁଁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ସାହିତ୍ୟ,କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ ।
ମୀନମୀନ

ଶୁକ୍ର ଜନିତ ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାବ ଜନିତ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ବୃଥା ସନ୍ଦେହ କିମ୍ବା ଭୁଲ୍ ବୁଝାମଣା ଜନିତ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟିର ସୂଚନା ରହିଛି । କୈାଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri