Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
ଚନ୍ଦ୍ର ସହ ବୁଧଙ୍କ ସଂଯୋଗରୁ ପାରିବାରିକ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବହୁତ ଦିନରୁ ଲାଗି ହରିଥିବା ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ଆଶା ରହିଛି। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ କାମର ସମାଧାନ ସକାଶେ ସହକର୍ମୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
କର୍ମାଧିପ ଏକାଦଶ ସ୍ଥାନରେ ରହିଥିବାରୁ ଦୀର୍ଘ ଦିନରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ବନ୍ଧୁଙ୍କ ପରିହାସଯୁକ୍ତ ଛୋଟ କଥାକୁ ବଡ଼ ଆକାରରେ ଚିନ୍ତା କରିପାରନ୍ତି। ଅସାବଧାନତା ହେତୁ କେତେକ ବ୍ୟତିକ୍ରମ ଦେଖାଦେବ। ବନ୍ଧୁମାନଙ୍କ ସମାଲୋଚନାର ଶରବ୍ୟ ହୋଇ ମାନସିକ ଅଶାନ୍ତିରେ ସମୟ କାଟିବେ।
ମିଥୁନ
ମିଥୁନ
ଦୁଃସ୍ଥାନରେ ରାଶ୍ୟାଧିପତି ଥିବାରୁ ଦୈହିକ ଦୁର୍ବଳତା ଯୋଗୁ କର୍ମକ୍ଷେତ୍ରରେ ମନୋବଳ କମିଯିବ। ଖଳ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଗୃହ, ଜମିଜମା, ମାଲିମକଦ୍ଦମା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସୁଫଳ ପାଇବେ। ଅଭାବ ଥିଲେ ମଧ୍ୟ ବନ୍ଧୁମାନଙ୍କ ସାହାଯ୍ୟ ଏବଂ ସହଯୋଗରୁ କାମ ଅଟକିବ ନାହିଁ।
କର୍କଟ
କର୍କଟ
ରାହୁଦୃଷ୍ଟ କର୍ମାଧିପ ଯୋଗୁ କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧା ଭୋଗିବେ। ଅଫିସରେ ଯେତେଟା ପରିସ୍ଥିତିକୁ ଜଟିଳ ଭାବୁଛନ୍ତି, ବାସ୍ତବରେ ସେପରି କିଛି ହେବନି। କୌଣସି ଧାର୍ମିକ ଅନୁଷ୍ଠାନ ସହିତ ଜଡିତ ରହି ବ୍ୟସ୍ତତା ଅନୁଭବ କରିବେ।
ସି˚ହ
ସି˚ହ
ତୃତୀୟାଧିପତିଙ୍କ ଦୁର୍ବଳତା କାରଣରୁ ହିତୈଷୀଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିଦେବ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ। କରଜ ଅଥବା ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ଆଜି ପାଇପାରିବେ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ଫଳରେ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ।
କନ୍ୟା
ପାପଗ୍ରହ ମଧ୍ୟସ୍ଥ ବୁଧଙ୍କ ଯୋଗୁ ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି। କର୍ମକ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ। ନିଜ ଲୋକମାନେ ନିଜ ନିଜର ସ୍ବାର୍ଥସାଧନ ଆଶାରେ ଆପଣଙ୍କ ଗୁଣଗାନ କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ତୁଳା
ତୁଳା
ଶୁକ୍ର କେନ୍ଦ୍ରକୋଣାଧିପ ଶନିଙ୍କ ଦୃଷ୍ଟିରେ ଥିବାରୁ ଚେଷ୍ଟା କରୁଥିବା କାମରେ ପାରିବାରିକ ସମର୍ଥନ ପାଇବେ। ଫେରନ୍ତା ବାଟରେ ଜଣେ ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବାର ସୂଚନା ରହିଛି। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ କ୍ରମଶଃ ଦୂରେଇ ଯାଇପାରନ୍ତି।
ବିଛା
ବିଛା
ନୀଚାଭିମୁଖୀ ଶନିଙ୍କ କାରଣରୁ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ, ଏଣୁ ସାମୟିକ ବିଷାଦଗ୍ରସ୍ତ ହୋଇପାରନ୍ତି। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ।
ଧନୁ
ଧନୁ
ରାଶ୍ୟାଧିପତି ଅଷ୍ଟମ ସ୍ଥାନସ୍ଥ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ଭୁଲ୍‌ ବୁଝାମଣାର କୁଫଳ ଭୋଗିବାକୁ ପଡ଼ିପାରେ।
ମକର
ମକର
କର୍ମାଧରପତି ନୀଚ ସ୍ଥାନରେ ଥିବାରୁ କର୍ମକ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରିବାରରେ ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ଦେଖି ଓ ତାହାଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ସାମାନ୍ୟ ବିଳମ୍ବରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାର ଆଶା ରହିଛି।
କୁମ୍ଭ
କୁମ୍ଭ
ରାହୁଙ୍କ କୁପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ ନାହିଁ। ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି। ବ୍ୟବସାୟରେ ଲାଭ ମିଳିବ, କିନ୍ତୁ ବଦ୍‌ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ। କୌଣସି ଜିନିଷ ଅନ୍ୟ ସ୍ଥାନରେ ରଖି ଖୋଜିବା ସମୟରେ ପାଇ ପାରିବେ ନାହିଁ।
ମୀନମୀନ

ବୁଧ କ୍ଷେତ୍ରସ୍ଥ ତୃତୀୟାଧିପତି ଯୋଗୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବେ। ପରିବାରରେ ହଠାତ୍‌ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟାକୁ ବୃଦ୍ଧି କରିବ। ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ବିବାଦ ଭିତରକୁ ଟଣା ହୋଇପାରନ୍ତି।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri