

କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇପାରନ୍ତି। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି।








ଆଜି ଆପଣ ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ସନ୍ଧ୍ୟା ସମୟରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।


ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି। ଉତ୍ତରଭାଦ୍ରବ ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଅଟକି ରହିଥିବା କାମଟି ଅପରାହ୍ନେ ଆଶା କରୁଥିବା କାମ ସମ୍ପନ୍ନ ହୋଇଯିବ।

