Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ ଯୋଜନାରମ୍ଭ ସମ୍ବନ୍ଧୀୟ ଆଲୋଚନା କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ଦୂରଯାତ୍ରା ଓ ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି ବିଷୟରେ ଯୋଜନା କରିବେ। ରୋଗୀର ଆରୋଗ୍ୟ ସକାଶେ, ଋଣ ପରିଶୋଧ ପାଇଁ ମାନସିକ ସ୍ତରରେ ବ୍ୟଗ୍ରତା ପ୍ରକାଶ ପାଇବ। ପିଲାଙ୍କ ଅସୁବିଧା ସମ୍ପର୍କରେ, ବନ୍ଧୁଙ୍କ ସହ ନୂତନ କାର୍ଯ୍ୟପନ୍ଥା ଗ୍ରହଣ କରିବା ଭଲ।
ବୃଷ
ବୃଷ
ପରିବାରର ଆକସ୍ମିକ ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ। ନିର୍ମାଣାଧୀନ କାର୍ଯ୍ୟ, ଜମିଜମା ଆଲୋଚନା, ବନ୍ଧୁ ସମ୍ପର୍କରେ କିଛିଟା ଝଟ୍‌କା ଲାଗିପାରେ।
ମିଥୁନ
ମିଥୁନ
ଦୀର୍ଘଦିନ ହେଲା ଯାହା ଭାବୁଛନ୍ତି ଆଜି ତାହା ହିଁ ହେବ। ପାରିବାରିକ କ୍ଷେତ୍ରରେ କୁହୁଳୁଥିବା ନିଆଁ ପ୍ରତି ସାବଧାନ ରହିବା ବିଧେୟ। ଉଚ୍ଚପଦାଧିକାରୀଙ୍କ ଆଦେଶ ପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ଅନିମନ୍ତ୍ରିତ ଭାବରେ ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହେବାର ଆଶଙ୍କାକୁ ଏଡି ହେବନାହିଁ।
କର୍କଟ
କର୍କଟ
ପାରିବାରିକ ସମସ୍ୟାର କେତେକ ଅକୁହା କଥାକୁ ବିଶ୍ଳେଷଣ କରି ଅବସାଦ ଉପତ୍ନ୍ନ କରିବେ।
କର୍ମକ୍ଷେତ୍ରରେ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ହିତୈଷୀଙ୍କ ପ୍ରଶଂସା ମନୋବଳ ବଢ଼ାଇବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କାଳରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ସହକର୍ମୀ ଫାଇଦା ଉଠାଇବାକୁ ଚେଷ୍ଟା କରିପାରନ୍ତି। ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ମାଲିମକଦ୍ଦମାର ଆପୋସ ସମାଧାନ ହୋଇଯିବ। ମହିଳାମାନଙ୍କ ପାରିବାରିକ ସ୍ଥିତି ସୁଦୃଢ଼ ରହିବ।
କନ୍ୟା
ଆଜି ଯେ କୌଣସି କ୍ଷେତ୍ରରେ ତରବରିଆ କାମ କରିବା ଭଲ ହେବନାହିଁ। ପାରିପାର୍ଶ୍ୱିକ କେତେକ ବ୍ୟତିକ୍ରମଜନିତ ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ। ଆଲୋଚନାରେ ଭାବ ପ୍ରବଣତା ପରିହାର ପୂର୍ବକ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଗୁରୁପାକ ଦ୍ରବ୍ୟ ଭୋଜନରୁ ସ୍ବାସ୍ଥ୍ୟ ଖରାପ ହୋଇପାରେ।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିରେ ପଡ଼ି ଅଣନିଃଶ୍ୱସୀ ହୋଇପାରନ୍ତି। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। କୌଣସି ଭଦ୍ରମହିଳାଙ୍କ ଅନୁକମ୍ପାମୂଳକ ସାହାଯ୍ୟ ଦ୍ୱାରା ଉପକୃତ ହୋଇପାରନ୍ତି। ବନ୍ଧୁମାନେ ସହଯୋଗ କାରଣରୁ ଶତ୍ରୁମାନେ କିଛି କ୍ଷତି କରିପାରିବେ ନାହିଁ।
ବିଛା
ବିଛା
ଅବସାଦଗ୍ରସ୍ତ ମନରେ ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‌ବୁଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଆଜିର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଆବଶ୍ୟକତା ଅନୁଯାୟୀ କୌଣସି ମୂଲ୍ୟବାନ ଜିନିଷ ଘରକୁ ଆଣିପାରନ୍ତି।
ଧନୁ
ଧନୁ
ଯେଉଁ କାମ ହାତକୁ ନେଇଛନ୍ତି ତାହା ବଢ଼ାଇ ନିଅନ୍ତୁ, କିଛି ଅସୁବିଧା ହେବନି। ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ପଡ଼ୋଶୀଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ।
ମକର
ମକର
ଲାଗିରହିଥିବା ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଲାଘବ ହେବ। କର୍ମକ୍ଷେତ୍ରରେ ସତର୍କତାର ସହ କାମ ନ କଲେ ଅସୁବିଧାରେ ପଡ଼ିପାରନ୍ତି। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯାଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ, ଯାହା କି ଆପଣଙ୍କ ସକାଶେ ହିତକର ହେବ।
କୁମ୍ଭ
କୁମ୍ଭ
ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଜମା ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ତରଫରୁ ସମସ୍ୟା ଆସିପାରେ। ଆଜିର ଭ୍ରମଣ ବେଶ୍‌ ଆନନ୍ଦ ଦାୟକ ହେବ ଏବଂ ଯାହା ଚିନ୍ତା କରୁଛନ୍ତି ଅବଶ୍ୟ ପାଇପାରିବେ।
ମୀନମୀନ
ପୂର୍ବର ବିବାଦୀୟ ବିଷୟ ଚିନ୍ତା କରି ନିକଟ ସମ୍ପର୍କୀୟମାନେ ମଧ୍ୟ ପାଖ ମାଡିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ସମସ୍ୟା ମଧ୍ୟରେ ଚଳିବା ହେତୁ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri