Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ ଯୋଜନାରମ୍ଭ ସମ୍ବନ୍ଧୀୟ ଆଲୋଚନା କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ଦୂରଯାତ୍ରା ଓ ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି ବିଷୟରେ ଯୋଜନା କରିବେ। ରୋଗୀର ଆରୋଗ୍ୟ ସକାଶେ, ଋଣ ପରିଶୋଧ ପାଇଁ ମାନସିକ ସ୍ତରରେ ବ୍ୟଗ୍ରତା ପ୍ରକାଶ ପାଇବ। ପିଲାଙ୍କ ଅସୁବିଧା ସମ୍ପର୍କରେ, ବନ୍ଧୁଙ୍କ ସହ ନୂତନ କାର୍ଯ୍ୟପନ୍ଥା ଗ୍ରହଣ କରିବା ଭଲ।
ବୃଷ
ବୃଷ
ପରିବାରର ଆକସ୍ମିକ ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ। ନିର୍ମାଣାଧୀନ କାର୍ଯ୍ୟ, ଜମିଜମା ଆଲୋଚନା, ବନ୍ଧୁ ସମ୍ପର୍କରେ କିଛିଟା ଝଟ୍‌କା ଲାଗିପାରେ।
ମିଥୁନ
ମିଥୁନ
ଦୀର୍ଘଦିନ ହେଲା ଯାହା ଭାବୁଛନ୍ତି ଆଜି ତାହା ହିଁ ହେବ। ପାରିବାରିକ କ୍ଷେତ୍ରରେ କୁହୁଳୁଥିବା ନିଆଁ ପ୍ରତି ସାବଧାନ ରହିବା ବିଧେୟ। ଉଚ୍ଚପଦାଧିକାରୀଙ୍କ ଆଦେଶ ପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ଅନିମନ୍ତ୍ରିତ ଭାବରେ ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହେବାର ଆଶଙ୍କାକୁ ଏଡି ହେବନାହିଁ।
କର୍କଟ
କର୍କଟ
ପାରିବାରିକ ସମସ୍ୟାର କେତେକ ଅକୁହା କଥାକୁ ବିଶ୍ଳେଷଣ କରି ଅବସାଦ ଉପତ୍ନ୍ନ କରିବେ।
କର୍ମକ୍ଷେତ୍ରରେ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ହିତୈଷୀଙ୍କ ପ୍ରଶଂସା ମନୋବଳ ବଢ଼ାଇବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କାଳରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ସହକର୍ମୀ ଫାଇଦା ଉଠାଇବାକୁ ଚେଷ୍ଟା କରିପାରନ୍ତି। ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ମାଲିମକଦ୍ଦମାର ଆପୋସ ସମାଧାନ ହୋଇଯିବ। ମହିଳାମାନଙ୍କ ପାରିବାରିକ ସ୍ଥିତି ସୁଦୃଢ଼ ରହିବ।
କନ୍ୟା
ଆଜି ଯେ କୌଣସି କ୍ଷେତ୍ରରେ ତରବରିଆ କାମ କରିବା ଭଲ ହେବନାହିଁ। ପାରିପାର୍ଶ୍ୱିକ କେତେକ ବ୍ୟତିକ୍ରମଜନିତ ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ। ଆଲୋଚନାରେ ଭାବ ପ୍ରବଣତା ପରିହାର ପୂର୍ବକ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଗୁରୁପାକ ଦ୍ରବ୍ୟ ଭୋଜନରୁ ସ୍ବାସ୍ଥ୍ୟ ଖରାପ ହୋଇପାରେ।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିରେ ପଡ଼ି ଅଣନିଃଶ୍ୱସୀ ହୋଇପାରନ୍ତି। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। କୌଣସି ଭଦ୍ରମହିଳାଙ୍କ ଅନୁକମ୍ପାମୂଳକ ସାହାଯ୍ୟ ଦ୍ୱାରା ଉପକୃତ ହୋଇପାରନ୍ତି। ବନ୍ଧୁମାନେ ସହଯୋଗ କାରଣରୁ ଶତ୍ରୁମାନେ କିଛି କ୍ଷତି କରିପାରିବେ ନାହିଁ।
ବିଛା
ବିଛା
ଅବସାଦଗ୍ରସ୍ତ ମନରେ ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‌ବୁଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଆଜିର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଆବଶ୍ୟକତା ଅନୁଯାୟୀ କୌଣସି ମୂଲ୍ୟବାନ ଜିନିଷ ଘରକୁ ଆଣିପାରନ୍ତି।
ଧନୁ
ଧନୁ
ଯେଉଁ କାମ ହାତକୁ ନେଇଛନ୍ତି ତାହା ବଢ଼ାଇ ନିଅନ୍ତୁ, କିଛି ଅସୁବିଧା ହେବନି। ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ପଡ଼ୋଶୀଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ।
ମକର
ମକର
ଲାଗିରହିଥିବା ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଲାଘବ ହେବ। କର୍ମକ୍ଷେତ୍ରରେ ସତର୍କତାର ସହ କାମ ନ କଲେ ଅସୁବିଧାରେ ପଡ଼ିପାରନ୍ତି। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯାଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ, ଯାହା କି ଆପଣଙ୍କ ସକାଶେ ହିତକର ହେବ।
କୁମ୍ଭ
କୁମ୍ଭ
ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଜମା ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ତରଫରୁ ସମସ୍ୟା ଆସିପାରେ। ଆଜିର ଭ୍ରମଣ ବେଶ୍‌ ଆନନ୍ଦ ଦାୟକ ହେବ ଏବଂ ଯାହା ଚିନ୍ତା କରୁଛନ୍ତି ଅବଶ୍ୟ ପାଇପାରିବେ।
ମୀନମୀନ
ପୂର୍ବର ବିବାଦୀୟ ବିଷୟ ଚିନ୍ତା କରି ନିକଟ ସମ୍ପର୍କୀୟମାନେ ମଧ୍ୟ ପାଖ ମାଡିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ସମସ୍ୟା ମଧ୍ୟରେ ଚଳିବା ହେତୁ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri